ଅମୃତ ସରୋବରରେ ନୌକା ବିହାର ଉଦଘାଟନ୍‌ କଲେ ମନ୍ତ୍ରୀ

ଟିଟିଲାଗଡ଼,୨୬।୧(ଡି.ଏନ୍‌.ଏ.): ଟିଟିଲାଗଡ଼ ବ୍ଳକ ଅନ୍ତର୍ଗତ ଖୋଲାଣ ଅମୃତ ସରୋବରରେ ନୌକା ବିହାର ଯୋଜନାକୁ ଗଣତନ୍ତ୍ର ଦିବସ ଅବସରରେ ରାଜ୍ୟ ଜଳସମ୍ପଦ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଟୁକୁନି ସାହୁ ଉଦ୍‌ଘାଟନ କରିଛନ୍ତ। ବ୍ଲକ ଅନ୍ତର୍ଗତ କୌଣସି ସରୋବରରେ ଏଭଳି ନୌକା ବିହାର ପ୍ରଥମ ଭାବରେ ଆରମ୍ଭ ହୋଇଛି। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ସାହ ଖେଳିଯାଇଛି । ଖୋଲାଣ ସରପଞ୍ଚ ନରେଶ ଅଗ୍ରୱାଲଙ୍କ ଉଦ୍ୟମରେ ସରକାରୀ ଯୋଜନାରେ ବିଶାଳ ଅମୃତ ସରୋବର ସହ ଏହାର ପାଶ୍ୱର୍ର୍ରେ ସ୍ମାର୍ଟ ପାର୍କ, ଓପନ ଜିମ, ୱାକିଙ୍ଗ ଟ୍ରେକ, ସୁବ୍ୟବସ୍ଥିତ ଆଲୋକିକରଣ, ଆମର ଖୋଲାଣ ସେଲ୍ଫି ପଏଣ୍ଟ ଆଦି ବ୍ୟବସ୍ଥା ହେଉଛି। ପୂର୍ବରୁ କେନ୍ଦ୍ରୀୟ ଟିମ୍‌, ବଲାଙ୍ଗୀର ଜିଲାପାଳଙ୍କ ସହ ଏହି ପୋଖରୀ ଗସ୍ତ ସହ ଉଚ୍ଚମାନର କାର୍ଯ୍ୟ ନେଇ ସରପଞ୍ଚଙ୍କୁ ପ୍ରଂଶସା କରିଥିଲେ। ଜିଲାପାଳ ଚଞ୍ଚଳ ରାଣା ଖୋଦ ବଡିଓ ନବୀନ ଚନ୍ଦ୍ର ନାୟକଙ୍କ ଜରିଆରେ ଏହି ପୋଖରୀ କାର୍ଯ୍ୟ ତଦାରଖ ସହ ଜିଲାର ସରପଞ୍ଚ ମାନଙ୍କୁ ଏଠାକୁ ପରିଦର୍ଶନ ପାଇଁ ପ୍ରଶାସନ ବ୍ୟବସ୍ଥା କରିଥିଲା । ଆଜି ମନ୍ତ୍ରୀଙ୍କ ଦ୍ୱାରା ନୌକା ବିହାର ଯୋଜନା ଉଦ୍‌ଘାଟନ ଅବସରରେ ବିଡ଼ିଓ ଶ୍ରୀ ନାୟକ, ମନ୍ତ୍ରୀଙ୍କ ପ୍ରତିନିଧି ଅରୁଣ ମିଶ୍ର, ରାଜ୍ୟସଭା ଏମ୍‌ପି ନିରଞ୍ଜନ ବିଶିଙ୍କ ପ୍ରତିନିଧି ରମେଶ ଅଗ୍ରୱାଲ, ଜିଲା ସରପଞ୍ଚ ସଂଘ ସଭାପତି ବିରବର ସାହୁ, ବିଶିଷ୍ଟ ଶିକ୍ଷାବିତ ବିଶ୍ୱନାଥ ମିଶ୍ର, ପୂର୍ବତନ ଜିଲା ପରିଷଦ ସଭ୍ୟ ସଞ୍ଜୀବ ସାହୁ, ସମାଜସେବୀ ଧ୍ରୁବ ସାହୁ ପ୍ରମୁଖ ଉପସ୍ଥିତ ଥିଲେ l


Enter your email to get our daily news in your inbox.

All Right Reserved By Dharitri.Com

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

ଭାଜପାରୁ ପ୍ରାର୍ଥୀ ହେବେ ସୌମ୍ୟରଞ୍ଜନ!

ଘସିପୁରା(ନିରଞ୍ଜନ ସାହୁ)/ରାମଚନ୍ଦ୍ରପୁର (ଗଣେଶ୍ୱର ସା),୨୫।୪: କେନ୍ଦୁଝର ଜିଲା ଘଷିପୁରା ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ବଦ୍ରି ନାରାୟଣ ପାତ୍ରଙ୍କୁ ପ୍ରାର୍ଥୀ କରିଥିବା...

ଖେଳିବା ବୟସରେ ହାତରେ ଭିକ୍ଷାଥାଳ

ରାଉରକେଲା,୨୫ା୪(ବିପ୍ଲବ ରଞ୍ଜନ ଦାଶ)ରାଉରକେଲାର ପ୍ରସିଦ୍ଧ ବେଦବ୍ୟାସ ପୀଠରେ କୋମଳମତି ପିଲାମାନେ ଭିକ୍ଷାଥାଳ ଧରି ଭିକ୍ଷାବୃତ୍ତି କରୁଛନ୍ତି। ଚିନ୍ତାର ବିଷୟ, ଯେଉଁ କୋମଳମତି ଶିଶୁମାନେ ଭିକ୍ଷାବୃତ୍ତି କରୁଛନ୍ତି...

ମେ ୧୦ରୁ ରବିଧାନ ସଂଗ୍ରହ

ସମ୍ବଲପୁର,୨୫ା୪(ପ୍ରମୋଦ ବହିଦାର)ଆସନ୍ତା ମେ ୧୦ରୁ ସମ୍ବଲପୁର ଜିଲାରେ ଚଳିତବର୍ଷ ରବିଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ। ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ବୁଧବାର ଅନୁଷ୍ଠିତ ଧାନ ସଂଗ୍ରହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri