ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ରଘୁନାଥପୁର ଛକଠାରେ ନିର୍ମାଣାଧୀନ ରିଙ୍ଗ୍ରୋଡ୍କୁ ଓଡ଼ିଶା ସରକାରଙ୍କ ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗର ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ପରିଦର୍ଶନ କରି କାର୍ଯ୍ୟର ଅଗ୍ରଗତି ଓ ଗୁଣାତ୍ମକ ମାନର ସମୀକ୍ଷା କରିବା ସହ ନିର୍ଦ୍ଧାରିତ ସମୟ ମଧ୍ୟରେ ଶୀଘ୍ର ପ୍ରକଳ୍ପ ସମାପ୍ତି ନିମନ୍ତେ ସମ୍ପୃକ୍ତ ଅଧିକାରୀଙ୍କ ସହ ଆଲୋଚନା କରାଯାଇଛି।
ଏହି ପ୍ରକଳ୍ପ ସ୍ଥାନୀୟ ଅଞ୍ଚଳର ଯାତାୟାତ ବ୍ୟବସ୍ଥାକୁ ସୁଦୃଢ଼ କରିବା ସହ ଜନସାଧାରଣଙ୍କ ପାଇଁ ସୁବିଧା ବୃଦ୍ଧିରେ ଏକ ମାଇଲଖୁଣ୍ଟ ସାବ୍ୟସ୍ତ ହେବ। ଏହି ପରିଦର୍ଶନ ବେଳେ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ, ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତି ଭାସନ, ଗଞ୍ଜାମ ଜିଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ସମୀର କୁମାର ଜେନା, ଅତିରିକ୍ତ ଜିଲାପାଳ ସଚ୍ଚିଦାନନ୍ଦ ନାୟକଙ୍କ ସମେତ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।

