ସରପଞ୍ଚ, ସମିତିସଭ୍ୟଙ୍କ ସପକ୍ଷରେ ପ୍ରଚାର କରୁଛନ୍ତି ମନ୍ତ୍ରୀ

ଭୁବନେଶ୍ୱର, ୧୨ା୨(ବ୍ୟୁରୋ): ରାଜ୍ୟ ପଞ୍ଚାୟତ ନିର୍ବାଚନ ଆଇନ ଅନୁଯାୟୀ ୱାର୍ଡ ମେମ୍ବର, ସମିତିସଭ୍ୟ ଏବଂ ସରପଞ୍ଚ ପ୍ରାର୍ଥତ୍ତ୍ୱ ଅଣରାଜନୈତିକ ହେବା ଉଚିତ। ମାତ୍ର ଚଳିତ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ୱାର୍ଡ ମେମ୍ବର, ସମିତି ସଭ୍ୟ ଏବଂ ସରପଞ୍ଚ ପଦ ପାଇଁ ଶାସକ ବିଜେଡିର ମନ୍ତ୍ରୀ ଓ ନେତାମାନେ ପ୍ରାର୍ଥୀଙ୍କ ସପକ୍ଷରେ ପ୍ରଚାର କରୁଛନ୍ତି। ଏହାଦ୍ୱାରା ଗ୍ରାମାଞ୍ଚଳର ବିକାଶ ପାଇଁ ଗଠନ ହୋଇଥିବା ପଞ୍ଚାୟତିରାଜ ବ୍ୟବସ୍ଥା ପ୍ରତି ବଡ଼ ବିପଦ ସୃଷ୍ଟି କରିଛି।
ଭାଜପା ନିର୍ବାଚନ କମିଶନଙ୍କୁ ଶୁକ୍ରବାର ଭେଟି ଅଭିଯୋଗ କରିଛି, ରାଜ୍ୟ ସରକାରଙ୍କ ବରିଷ୍ଠ ମନ୍ତ୍ରୀ ଅରୁଣ ସାହୁ ଗତ ୯ ତାରିଖରେ ନିଜ ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ବଡ଼ପଣ୍ଡୁସର ଗ୍ରାମପଞ୍ଚାୟତର ସୁନାଲଟି ଗ୍ରାମରେ ଦଳୀୟ ଆଧାରରେ ସମିତି ସଭ୍ୟ ଏବଂ ସରପଞ୍ଚ ପ୍ରାର୍ଥିନୀଙ୍କ ସପକ୍ଷରେ ଭୋଟ ପ୍ରଚାର କରୁଥିଲେ। ମନ୍ତ୍ରୀ ପଦରେ ରହି ସାହୁ ନିଜ ନିର୍ବାଚନମଣ୍ଡଳୀରେ ଭୋଟ ପ୍ରଚାର କରିବା ଆଦର୍ଶ ନିର୍ବାଚନ ଆଚରଣ ବିଧିର ଖୋଲାଖୋଲି ଉଲ୍ଲଂଘନ। ମନ୍ତ୍ରୀଙ୍କ ଏଭଳି ଅସାମ୍ବିଧାନିକ କାର୍ଯ୍ୟର ସମସ୍ତ ତଥ୍ୟ ଓ ପ୍ରମାଣ ଏକ ସିଡି ଜରିଆରେ ନିର୍ବାଚନ କମିଶନଙ୍କୁ ପ୍ରଦାନ କରାଯାଇ ତାଙ୍କ ବିରୋଧରେ କାଯର୍‌ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି କରାଯାଇଛି। ରାଜ୍ୟରେ ଅବାଧ, ମୁକ୍ତ ଓ ନିରପେକ୍ଷ ପଞ୍ଚାୟତ ଏବଂ ପୌର ନିର୍ବାଚନ ପାଇଁ ରାଜ୍ୟ ନିର୍ବାଚନ କମିଶନ ତୁରନ୍ତ ବିହୀତ କାଯର୍‌ୟାନୁଷ୍ଠାନ ଗ୍ରହଣ କରିବାକୁ ଭାଜପା ଦାବି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ବନ୍ଧା ହେଲେ ଅଭିଯୁକ୍ତ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ୧୫ ବର୍ଷୀୟା ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ…

ରାଜ୍ୟରେ ଝଡ଼ବର୍ଷା ଆଲର୍ଟ

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେଲା ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ହେଲେ ଅପରାହ୍ନରେ ହଠାତ୍‌ ବଦଳି ଯାଉଛି ପାଗ। ମାଡ଼ି ଆସୁଛି କାଳବୈଶାଖୀ। କାଳବୈଶାଖୀ ପ୍ରଭାବରେ…

IPLରେ ଇତିହାସ ରଚିଲେ ମହମ୍ମଦ ଶାମି, ୪ ଓଭରରେ…

ନୂଆଦିଲ୍ଲୀ,୫।୪: ମହମ୍ମଦ ଶାମି ୨୦୨୬ IPL ସିଜିନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ପାଇଁ ଖେଳୁଛନ୍ତି। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟର ୧୦ମ ଲିଗ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ…

ମଧ୍ୟପ୍ରାଚ୍ୟ ଉତ୍ତେଜନା ଉପରେ ପାକିସ୍ତାନର ‘ମଧ୍ୟସ୍ଥତା’: ଇରାନ ସ୍ପଷ୍ଟ କଲା ମତ, ଇସ୍ରାଏଲ କହିଲା – ପାକିସ୍ତାନ ଉପରେ ଭରସା ନାହିଁ

ତେହରାନ,୫।୪: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, କୂଟନୈତିକ କାର୍ଯ୍ୟକଳାପ ତୀବ୍ର ହୋଇଛି। ଏହି ସମୟରେ, ଇରାନର ଉପ-ବୈଦେଶିକ ମନ୍ତ୍ରୀ ସେୟଦ ଆବାସ ଆରାକଚି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri