ସରପଞ୍ଚ, ସମିତିସଭ୍ୟଙ୍କ ସପକ୍ଷରେ ପ୍ରଚାର କରୁଛନ୍ତି ମନ୍ତ୍ରୀ

ଭୁବନେଶ୍ୱର, ୧୨ା୨(ବ୍ୟୁରୋ): ରାଜ୍ୟ ପଞ୍ଚାୟତ ନିର୍ବାଚନ ଆଇନ ଅନୁଯାୟୀ ୱାର୍ଡ ମେମ୍ବର, ସମିତିସଭ୍ୟ ଏବଂ ସରପଞ୍ଚ ପ୍ରାର୍ଥତ୍ତ୍ୱ ଅଣରାଜନୈତିକ ହେବା ଉଚିତ। ମାତ୍ର ଚଳିତ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ୱାର୍ଡ ମେମ୍ବର, ସମିତି ସଭ୍ୟ ଏବଂ ସରପଞ୍ଚ ପଦ ପାଇଁ ଶାସକ ବିଜେଡିର ମନ୍ତ୍ରୀ ଓ ନେତାମାନେ ପ୍ରାର୍ଥୀଙ୍କ ସପକ୍ଷରେ ପ୍ରଚାର କରୁଛନ୍ତି। ଏହାଦ୍ୱାରା ଗ୍ରାମାଞ୍ଚଳର ବିକାଶ ପାଇଁ ଗଠନ ହୋଇଥିବା ପଞ୍ଚାୟତିରାଜ ବ୍ୟବସ୍ଥା ପ୍ରତି ବଡ଼ ବିପଦ ସୃଷ୍ଟି କରିଛି।
ଭାଜପା ନିର୍ବାଚନ କମିଶନଙ୍କୁ ଶୁକ୍ରବାର ଭେଟି ଅଭିଯୋଗ କରିଛି, ରାଜ୍ୟ ସରକାରଙ୍କ ବରିଷ୍ଠ ମନ୍ତ୍ରୀ ଅରୁଣ ସାହୁ ଗତ ୯ ତାରିଖରେ ନିଜ ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ବଡ଼ପଣ୍ଡୁସର ଗ୍ରାମପଞ୍ଚାୟତର ସୁନାଲଟି ଗ୍ରାମରେ ଦଳୀୟ ଆଧାରରେ ସମିତି ସଭ୍ୟ ଏବଂ ସରପଞ୍ଚ ପ୍ରାର୍ଥିନୀଙ୍କ ସପକ୍ଷରେ ଭୋଟ ପ୍ରଚାର କରୁଥିଲେ। ମନ୍ତ୍ରୀ ପଦରେ ରହି ସାହୁ ନିଜ ନିର୍ବାଚନମଣ୍ଡଳୀରେ ଭୋଟ ପ୍ରଚାର କରିବା ଆଦର୍ଶ ନିର୍ବାଚନ ଆଚରଣ ବିଧିର ଖୋଲାଖୋଲି ଉଲ୍ଲଂଘନ। ମନ୍ତ୍ରୀଙ୍କ ଏଭଳି ଅସାମ୍ବିଧାନିକ କାର୍ଯ୍ୟର ସମସ୍ତ ତଥ୍ୟ ଓ ପ୍ରମାଣ ଏକ ସିଡି ଜରିଆରେ ନିର୍ବାଚନ କମିଶନଙ୍କୁ ପ୍ରଦାନ କରାଯାଇ ତାଙ୍କ ବିରୋଧରେ କାଯର୍‌ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି କରାଯାଇଛି। ରାଜ୍ୟରେ ଅବାଧ, ମୁକ୍ତ ଓ ନିରପେକ୍ଷ ପଞ୍ଚାୟତ ଏବଂ ପୌର ନିର୍ବାଚନ ପାଇଁ ରାଜ୍ୟ ନିର୍ବାଚନ କମିଶନ ତୁରନ୍ତ ବିହୀତ କାଯର୍‌ୟାନୁଷ୍ଠାନ ଗ୍ରହଣ କରିବାକୁ ଭାଜପା ଦାବି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri