ପାଠପଢ଼, ପରୀକ୍ଷା ହେବ : ଦ୍ୱନ୍ଦ୍ୱ ଦୂରକଲେ ଉଚ୍ଚଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର,୨୦ା୧୧(ବ୍ୟୁରୋ) : ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ପକ୍ଷରୁ ଉଚ୍ଚ ଶିକ୍ଷାନୁଷ୍ଠାନ ଖୋଲିବା ସଂକ୍ରାନ୍ତ ଗାଇଡ୍‌ଲାଇନ୍‌ ଆସିବା ପରେ ରାଜ୍ୟରେ ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟ ଖୋଲିବାକୁ ତତ୍ପରତା ପ୍ରକାଶ ପାଇଛି। ଉଚ୍ଚଶିକ୍ଷା ବିଭାଗ ନିଷ୍ପତ୍ତି ଉପରେ ସମସ୍ତଙ୍କର ନଜର ରହିଥିବାବେଳେ ପାଠପଢା ଓ ପରୀକ୍ଷାକୁ ନେଇ ଏବେବି ଛାତ୍ରୀଛାତ୍ର ଦ୍ୱନ୍ଦ୍ୱରେ ରହିଛନ୍ତି। ଏଭଳିସ୍ଥଳେ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ ଛାତ୍ରୀଛାତ୍ରଙ୍କୁ ଦ୍ୱନ୍ଦ୍ୱରେ ନ ରହିବାକୁ ପରାମର୍ଶ ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, କରୋନା ସଂକ୍ରମଣ ଯୋଗୁ ଚଳିତ ଶିକ୍ଷାବର୍ଷ ପ୍ରଭାବିତ ହୋଇଛି। ଗତ ସେମିଷ୍ଟର ପରୀକ୍ଷା ବିଳମ୍ବରେ ହୋଇଛି। ଏସବୁ ସତ୍ତ୍ୱେ ଠିକ୍‌ ସମୟରେ ୟୁଜି ଓ ପିଜି ପରୀକ୍ଷା ଫଳ ପ୍ରକାଶ ପାଇଛି। ନୂଆ ଆଡ୍‌ମିଶନ ପାଇଁ ପ୍ରବେଶିକା ପରୀକ୍ଷା ମଧ୍ୟ ହୋଇଛି। ଯୁକ୍ତ ୩ ନାମଲେଖା ପ୍ରକ୍ରିୟା ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ଖୁବ୍‌ଶୀଘ୍ର ପିଜି ପାଠ୍ୟକ୍ରମରେ ନାମଲେଖା ଅନୁଷ୍ଠିତ ହେବ। ପାଠପଢା ସହ ପରୀକ୍ଷା ବି ହେବ। ତେଣୁ ପରୀକ୍ଷାକୁ ନେଇ ଛାତ୍ରୀଛାତ୍ର ଦ୍ୱନ୍ଦ୍ୱରେ ରୁହନ୍ତୁ ନାହିଁ। କ୍ଲାସରୁମ୍‌ ପାଢପଢା ହେଉ ନ ଥିଲେ ବି ସମୟ ନଷ୍ଟ ନ କରି ଯଥାସମ୍ଭବ ପାଠବହି ସହ ଅନ୍ୟାନ୍ୟ ବହି ପଢିବାକୁ ସେ ପରାମର୍ଶ ଦେଇଛନ୍ତି। ରାଜ୍ୟରେ କରୋନା ସଂକ୍ରମଣ କମୁଛି। କେବେ ଶିକ୍ଷାନୁଷ୍ଠାନ ଖୋଲିବ ସେନେଇ ଏପର୍ଯ୍ୟନ୍ତ ନିଷ୍ପତ୍ତି ହୋଇନି। ରାଜ୍ୟ ସରକାରଙ୍କ ନୂତନ ଗାଇଡ୍‌ଲାଇନ୍‌ ଅନୁଯାୟୀ ପଦକ୍ଷେପ ନିଆଯିବ ବୋଲି ସେ କହିଛନ୍ତି।
ସୂଚନାଯୋଗ୍ୟ, କରୋନା ଲାଗି ଅନ୍‌ଲାଇନ୍‌ କ୍ଲାସ୍‌ ଚାଲିଥିଲେ ମଧ୍ୟ ପାଠ୍ୟକ୍ରମ ଶେଷ ହୋଇ ନ ଥିବାରୁ ଚଳିତ ଶିକ୍ଷାବର୍ଷର ସେମିଷ୍ଟର ପରୀକ୍ଷାକୁ ନେଇ ଉଭୟ ଛାତ୍ରୀଛାତ୍ର ଓ ଅଭିଭାବକ ଚିନ୍ତାରେ ଅଛନ୍ତି। ତେଣୁ ଶିକ୍ଷାନୁଷ୍ଠାନ ଖୋଲିବା ପରେ ସିଲାବସ୍‌କୁ କେତେକାଂଶରେ ଶେଷ କରାଯାଇପାରିବ ବୋଲି ଆଶା କରାଯାଉଛି। ଅନ୍ୟପକ୍ଷରେ ଯୁକ୍ତ ୩ ଓ ପିଜି ପାଠ୍ୟକ୍ରମର ନାମଲେଖା ଏପର୍ଯ୍ୟନ୍ତ ଶେଷ ହୋଇନାହିଁ। ଏପଟେ ବିଶ୍ୱବିଦ୍ୟାଳୟ ଓ ସ୍ବୟଂଶାସିତ ମହାବିଦ୍ୟାଳୟର ପିଜି ପାଠ୍ୟକ୍ରମରେ ନାମଲେଖା ଲାଗି ଏକକ ପିଜି ପ୍ରବେଶିକା ପରୀକ୍ଷା ଶେଷ ହୋଇଥିଲେ ମଧ୍ୟ ଫଳ ବାହାରିନି। ସେହିପରି ଯୁକ୍ତ୩ ନାମଲେଖା ସମୟ ସୀମା ମଧ୍ୟ ବଢିଚାଲିଛି। ନଭେମ୍ବର ଶେଷସୁଦ୍ଧା ଉଭୟ ପାଠ୍ୟକ୍ରମର ନାମଲେଖା ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଥିଲେ ମଧ୍ୟ ତାହା ଚୂଡ଼ାନ୍ତ ହୋଇପାରୁନି। ନାମଲେଖା ପ୍ରକ୍ରିୟା ଶେଷ ହେବାବେଳକୁ ଡିସେମ୍ବର ହୋଇଯିବ ବୋଲି ଅନୁମାନ କରାଯାଉଛି। ତେଣୁ ପାଠପଢା କେବେଠାରୁ ଆରମ୍ଭ ହେବ ଓ ପରୀକ୍ଷା କେବେ ଅନୁଷ୍ଠିତ ହେବ ସେନେଇ ଛାତ୍ରୀଛାତ୍ର ଦ୍ୱନ୍ଦ୍ୱ ଓ ଆଶଙ୍କାରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଗିଲ୍‌ଙ୍କ ଦ୍ୱିଶତକ, ରୋହିତଙ୍କ ଶତକ: ୱେଷ୍ଟଇଣ୍ଡିଜକୁ ଧୂଳି ଚଟାଇଲା ଭାରତ

ଗୁଆହାଟୀ,୩୦ା୯: ଶୁବମନ ଗିଲଙ୍କ ଦ୍ୱିଶତକ ଏବଂ ରୋହିତ ଶର୍ମାଙ୍କ ଧମାକାଦାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତ ୮ ୱିକେଟ୍‌ରେ ବଡ଼ ବିଜୟ ହାସଲ…

ସ୍ୱାମୀ-ବର୍ଷକର ପୁଅ ଆଖି ଆଗରେ ଚାଲିଗଲା ମା’ର ଜୀବନ! ବାଲି ବୋଝେଇ ଟ୍ରାକ୍ଟର ଧକ୍କାରେ ମହିଳାଙ୍କ ମୃତ୍ୟୁ,ଅପରାହ୍ନରୁ ଅଟକିଛି…

କୋକସରା, ୩୦ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥ କୋକସରା ଥାନା ମୋଟେର ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଲି…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

ବିମାନକୁ କ୍ରାଶ କରିବାକୁ….ବଡ଼ ବୟାନ ଦେଲେ ପ୍ରଧାନମନ୍ତ୍ରୀ, ବିଶ୍ବରେ ହଇଚଇ!

ଦୁବାଇରୁ ଇସ୍ରାଏଲ ଯାଉଥିବା ଏକ ଫ୍ଲାଇଦୁବାଇ ବିମାନରେ ହୋଇଥିବା ଅଘଟଣକୁ ନେଇ ପ୍ରତିକ୍ରିୟା ଦେଇଛନ୍ତି ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତନ୍ୟାହୁ । ବିମାନ ଇସ୍ରାଏଲ ନିକଟରେ ପହଞ୍ଚିବା…

କାଗଜପତ୍ରରେ ବଦଳିଲା, ନାମଫଳକରେ ନାହିଁ: ବରଗଡ଼ର ଇଂରାଜୀ ବନାନକୁ ନେଇ ଦ୍ୱନ୍ଦ୍ୱରେ ଜିଲାବାସୀ

ବରଗଡ଼, ୩୦ା୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ବିଭିନ୍ନ ଜିଲା, ଉପଖଣ୍ଡ, ତହସିଲ, ବ୍ଲକ ଏବଂ ସହରାଞ୍ଚଳଗୁଡ଼ିକର ଅଶୁଦ୍ଧ ତଥା ଅପଭ୍ରଂଶ ଇଂରାଜୀ ବନାନକୁ ସଂଶୋଧନ କରି ଓଡ଼ିଶାର ଭାଷାଗତ…

ବିଶ୍ୱ ରେକର୍ଡ ଭାଙ୍ଗିଲେ ଗିଲ୍, ଏହି ଖେଳାଳିଙ୍କୁ ପଛରେ ପକାଇ କଲେ…

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ୍ ନିଜ ନାମରେ ଆଉ ଏକ ବଡ଼ ବିଶ୍ୱ ରେକର୍ଡ ଯୋଡ଼ିଛନ୍ତି । ଗୁଆହାଟୀର ବାରସାପାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?