ସରକାରୀ ବସ୍‌ ଚଳାଇଲେ ଉଚ୍ଚଶିକ୍ଷା ମନ୍ତ୍ରୀ

ନୟାଗଡ଼ ଅଫିସ,୨୩।୧୨: ନୟାଗଡ଼ ଜିଲା ସଦର ମହକୁମାର ନୂଆ ବସ୍‌ଷ୍ଟାଣ୍ଡର ନବୀକରଣ ଓ ମାର୍କେଟ କମ୍ପ୍ଲେକ୍ସର ଉଦ୍‌ଘାଟନୀ ଉତ୍ସବ ବୁଧବାର ଅନୁଷ୍ଠିତ ହୋଇଥିଲା। ଏଥିରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ଯୋଗ ଦେଇ ନୂଆ ବସ୍‌ଷ୍ଟାଣ୍ଡକୁ ଉଦ୍‌ଘାଟନ କରିବା ସହିତ ବସ୍‌ ଚଳାଚଳର ଶୁଭାରମ୍ଭ କରିଥିଲେ। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ନୟାଗଡ଼ ବିଧାୟକ ତଥା ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ ଯୋଗ ଦେଇଥିଲେ। ବସ୍‌ ଚଳାଚଳ ଆରମ୍ଭ ପରେ ମନ୍ତ୍ରୀ ସାହୁ ଖୁବ୍‌ ଉତ୍ସାହିତ ହୋଇପଡିଥିଲେ। ନୟାଗଡ଼-ରାଉରକେଲାର ରାଜ୍ୟ ପରିବହନ ବିଭାଗର ଏକ ସରକାରୀ ବସ୍‌କୁ ମନ୍ତ୍ରୀ ସାହୁ ଚଳାଇବାକୁ ଚେଷ୍ଟା କରିଥିଲେ। ଡ୍ରାଇଭରଙ୍କ ସିଟ୍‌ରେ ବସି ମନ୍ତ୍ରୀ ସେହି ବସ୍‌କୁ ପଛ ଆଗ କରି କିଛି ବାଟ ଗଡାଇଥିଲେ। ମନ୍ତ୍ରୀଙ୍କ ଏପରି ଡ୍ରାଇଭିଂକୁ ଦେଖି ଉପସ୍ଥିତ ଲୋକମାନେ ତାଳି ମାରିବା ସହ ମନ୍ତ୍ରୀଙ୍କୁ ଉତ୍ସାହିତ କରିଥିଲେ। କେହି କେହି ଆମ ବିଧାୟକ ସବୁଥିରେ ପାରଙ୍ଗମ ବୋଲି କହୁଥିବା ଶୁଣିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୨୪ ଘଣ୍ଟା ପରେ ମିଳିଲା ନିଖୋଜ ଯୁବକଙ୍କ ମୃତଦେହ

ଚାନ୍ଦବାଲି/ବାସୁଦେବପୁର,୧୯ା୬(ରତିକାନ୍ତ ବାରିକ/କାଳୀପଦ ରାୟ): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ମନ୍ତେଇ ନଦୀର ବାଲିଆପାଳ ଘାଟରେ ନିର୍ମାଣ ହେଉଥିବା ସେତୁର ରୋଡ୍‌ ସର୍ଭେ ବେଳେ ନଦୀରେ ଭାସିଯାଇଥିବା…

ସ୍ବାଧୀନତାର ୭୮ ବର୍ଷ ପରେ ଗାଁରେ ପହଞ୍ଚିଲା ସ୍ବାସ୍ଥ୍ୟ ସେବା: ପ୍ରଶାସନର ପ୍ରଚେଷ୍ଟାକୁ ସର୍ବସାଧାରଣରେ ପ୍ରଶଂସା

ଥୁଆମୂଳ ରାମପୁର, ୧୯।୯ (ଦୁର୍ଗା କୀର୍ତ୍ତି ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ସିନ୍ଧିପଦର ଗ୍ରାମ ପଞ୍ଚାୟତର ଉପାନ୍ତ ଅଞ୍ଚଳରେ ଏକ ମେଗା ସ୍ବାସ୍ଥ୍ୟ…

ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲା‘କକ୍ରୋଚ ଜନତା ପାର୍ଟି’, NEET ପ୍ରସଙ୍ଗରେ ଆତ୍ମହତ୍ୟା କରିଥିବା ପିଲାଙ୍କ ପାଇଁ ସରକାରଙ୍କ ନିକଟରେ କଲା ପ୍ରମୁଖ ଦାବି

ନୂଆଦିଲ୍ଲୀ,୧୯।୬: NEET ପେପର୍‌ ଲିକ ବିବାଦ ମଧ୍ୟରେ, ଆତ୍ମହତ୍ୟା ମାମଲା ସମ୍ପର୍କରେ ରାଜନୈତିକ ଏବଂ ସାମାଜିକ ଚାପ ବଢୁଛି। କୋକ୍ରୋଚ ଜନତା ପାର୍ଟି (CJP) ଏହି ପ୍ରସଙ୍ଗରେ…

ଇରାନ-ଆମେରିକା ଶାନ୍ତି ଚୁକ୍ତି ପରେ ଭାରତ ପାଇଁ ଆସିଲା ଖୁସି ଖବର,‘ଦିଶା’ ଆଣିଲା ୬୨୩୭୦ ମେଟ୍ରିକ ଟନ୍‌ LNG

ନୂଆଦିଲ୍ଲୀ,୧୯।୬: ଏଲଏନଜି ଟ୍ୟାଙ୍କର ‘ଦିଶା’ ସୁରକ୍ଷିତ ଭାବରେ ହର୍ମୁଜ ପ୍ରଣାଳୀ ଦେଇ ଅତିକ୍ରମ କରିବା ପରେ ଗୁଜରାଟର ଦହେଜ ବନ୍ଦରରେ ପହଞ୍ଚିଛି। ଏହି ମାଲ୍ଟା ପତାକାଯୁକ୍ତ ଟ୍ୟାଙ୍କର…

ଟେଲିଗ୍ରାମକୁ ବଡ଼ ଝଟକା; ଜୁନ ୨୨ପର୍ଯ୍ୟନ୍ତ ଲାଗୁ ହେବ ନିଷେଧ, ଆବେଦନ ଖାରଜ

ନୂଆଦିଲ୍ଲୀ,୧୯।୬: ଦିଲ୍ଲୀ ହାଇକୋର୍ଟ ଆପ ଉପରେ ଲାଗୁ ହୋଇଥିବା ଅସ୍ଥାୟୀ ପ୍ରତିବନ୍ଧକକୁ ଚ୍ୟାଲେଞ୍ଜ କରି ଟେଲିଗ୍ରାମର ଆବେଦନକୁ ଖାରଜ କରିଦେଇଛନ୍ତି। NEET-UG ପୁନଃପରୀକ୍ଷା ପୂର୍ବରୁ ଜୁନ ୨୨…

୫୬ ତମ ଜନ୍ମଦିନରେ ରାହୁଲଙ୍କୁ ଅଭିନନ୍ଦନ ଜଣାଇଲେ ମୋଦି, କହିଲେ ମୁଁ ତାଙ୍କର…

ନୂଆଦିଲ୍ଲୀ,୧୯।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲୋକ ସଭାର ବିରୋଧୀ ଦଳ ନେତା ଏବଂ କଂଗ୍ରେସ ଏମପି ରାହୁଲ ଗାନ୍ଧୀଙ୍କ ଜନ୍ମଦିନରେ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ତାଙ୍କ…

‘ବିକାଶର ଧାରା ଓଡ଼ିଶା ସାରା’ କାର୍ଯ୍ୟକ୍ରମ

ମହାକାଳପଡ଼ା,୧୯ା୬(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକରେ ବିକାଶ ଧାରା ଓଡ଼ିଶା ସାରା କାର୍ଯ୍ୟକ୍ରମ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ବିଡିଓ ରବି ନାରାୟଣ ଆଚାର୍ଯ୍ୟ, ବ୍ଲକ…

ଏମ୍‌ପି ପ୍ରଦୀପ ପାଣିଗ୍ରାହୀଙ୍କୁ ଭେଟି ନିମନ୍ତ୍ରଣପତ୍ର ଦେଲେ ଯଜ୍ଞ ପରିଚାଳନା କମିଟି

ଗଞ୍ଜାମ,୧୯।୬(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଅବସ୍ଥିତ ଲକ୍ଷ୍ମୀପୁର ଗ୍ରାମଠାରେ ଶୁକ୍ରବାରଠୁ ଚବିଶି ପ୍ରହର ମହାଯଜ୍ଞ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri