ସମ୍ଭାବ୍ୟ ବାତାକୁ ନେଇ ରାଜସ୍ବ ମନ୍ତ୍ରୀ ଦେଲେ ବଡ଼ ସୂଚନା, ପୂରା ୩୦ ଜିଲାରେ…

ଭୁବନେଶ୍ୱର,୨୧ା୧୦: ସମ୍ଭାବ୍ୟ ବାତ୍ୟା ‘ଦାନା’ ମୁକାବିଲା ନେଇ  ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ସରକାର ପୂରା ପ୍ରସ୍ତୁତ। କେବଳ ସମ୍ଭାବ୍ୟ ପ୍ରଭାବିତ ଜିଲା ନୁହେଁ, ପୂରା ୩୦ ଜିଲାରେ ପ୍ରସ୍ତୁତି ଜାରି ରହିବ। ୩୦ ଜିଲାରେ ଓଡ୍ରାଫ୍‌ ଟିମ୍‌ ମୁତୟନ ରହିବା ସହ ଏନ୍‌ଡିଆର୍‌ଏଫ୍‌ ମଧ୍ୟ ସତର୍କ ରହିବେ। ମତ୍ସ୍ୟଜୀବୀଙ୍କୁ ସମୁଦ୍ର ନ ଯିବା ପାଇଁ ସତର୍କ ସୂଚନା ଦିଆଯାଇଛି। ଟ୍ରଲରମାଲିକ ଯଦି ଜୋର୍‌ କରି ପଠାନ୍ତି, ତେବେ ତାଙ୍କ ପ୍ରତି କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।
ସେ କହିଛନ୍ତି ରାଜ୍ୟ ମୁଖ୍ୟ ସଚିବ, ଏସ୍‌ଆର୍‌ସି ସମୀକ୍ଷା କରିଛନ୍ତି, ମୁଁ ବି ସମୀକ୍ଷା କରିବି। ସମୟ ଯେତେ ପାଖେଇ ଆସିବ, ଆମେ ସ୍ଥାନାନ୍ତର କାର୍ଯ୍ୟ ଆରମ୍ଭ କରିବୁ। ଆବଶ୍ୟକ ହେଲେ ଯଥେଷ୍ଟ ଆଗରୁ ମଧ୍ୟ ଲୋକଙ୍କୁ ସ୍ଥାନାନ୍ତର କରାଯିବ। ମୁକାବିଲା ପାଇଁ ସରକାର ପୂରା ପ୍ରସ୍ତୁତ, କେହି ଭୟଭୀତ ହୁଅନ୍ତୁନି ବୋଲି ରାଜସ୍ବ ମନ୍ତ୍ରୀ ପରାମର୍ଶ ଦେଇଛନ୍ତି।

ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ସମ୍ଭାବ୍ୟ ବାତ୍ୟା ‘ଦାନା’ ର ଗତିପଥ ସମ୍ପର୍କରେ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପୂର୍ବାନୁମାନ ଟ୍ରାକ୍ ଜାରି କରିଛି। ଆଇଏମଡି ଅନୁଯାୟୀ, ସୋମବାର ଏହା ଲଘୁଚାପରେ ପରିଣତ ହୋଇଛି।

କ୍ରମେ ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତି କରିବ ଏବଂ ୨୨ ଅକ୍ଟୋବର ସକାଳ ସୁଦ୍ଧା ଅବପାତ ଏବଂ ୨୩ ଅକ୍ଟୋବର ସୁଦ୍ଧା ବଙ୍ଗୋପସାଗରର ପୂର୍ବ ସେଣ୍ଟ୍ରାଲ୍ ଉପସାଗରରେ ବାତ୍ୟା ରୂପ ନେବାର ସମ୍ଭାବନା ରହିଛି। ଏହା ପରେ, ୨୪ ଅକ୍ଟୋବର ସକାଳ ସୁଦ୍ଧା ଉତ୍ତର-ପଶ୍ଚିମ ଦିଗକୁ ଯାଇ ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ପହଞ୍ଚିବା ସମ୍ଭାବନା ଅଧିକ ବୋଲି ଆଇଏମଡି ବୁଲେଟିନ୍ ଯୋଗ କହିଛି। ଅର୍ଥାତ ଏହା ପୁରୀରୁ ଦୀଘା ମଧ୍ୟରେ ସ୍ଥଳଭାଗ ଛୁଇଁବାର ସମ୍ଭାବନା ରହିଛି।

ପୂର୍ବାନୁମାନ ପଥ ଅନୁଯାୟୀ, ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ଅକ୍ଟୋବର ୨୪ରେ ଭୀଷଣ ବାତ୍ୟାରେ ପରିଣତ ହେବାର ସମ୍ଭାବନା ରହିଛି। ଏହା ସ୍ଥଳଭାଗ ଛୁଇଁବା ସମୟରେ ପବନର ବେଗ ଘଣ୍ଟା ପ୍ରତି ୧୧୦ କିଲୋମିଟର ରହିପାରେ। ଏହାର ପ୍ରଭାବରେ ଉପକୂଳ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ।

ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ ନିର୍ଦ୍ଦେଶିକା ସୂଚନା ଦେଇଛନ୍ତି ଯେ, ୨୩, ୨୪, ୨୫ରେ ତିନି ଧରି ଅଧିକାଂଶ ସ୍ଥାନରେ ବର୍ଷା ହେବ।  ବାତ୍ୟାର ପ୍ରଭାବରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ଗଞ୍ଜାମ ଏବଂ ଗଜପତି ଜିଲାରେ ୧୧୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହେବାର ଅନୁମାନ କରାଯାଇଛି । ଏହି ସମୟରେ ଗୋଟିଏ ଦୁଇଟି ସ୍ଥାନରେ ଅତ୍ୟନ୍ତ ପ୍ରବଳ ୩୦ରୁ ସେମିରୁ  ଅଧିକ ବର୍ଷା ସମ୍ଭାବନା ମଧ୍ୟ ରହିଛି। ବିଶେଷକରି ଜଗତସିଂହପୁର, ପୁରୀ, ଗଞ୍ଜାମ ଜିଲାରେ ପ୍ରବଳ ବର୍ଷା ହେବ।

ବାତ୍ୟାର ପ୍ରଭାବରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ଗଞ୍ଜାମ ଏବଂ ଗଜପତି ଜିଲାରେ ୧୧୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହେବାର ଅନୁମାନ କରାଯାଇଛି । ସେହିଭଳି କେତେକ ସ୍ଥାନରେ ଆସନ୍ତା ଗୁରୁବାର ଏବଂ ଶୁକ୍ରବାର  ୩୦୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ । ପାଣିପାଗ ପୂର୍ବାନୁମାନ କରିଛି ଯେ, ଜି.ଏଫ୍‌.ଏସ୍‌.ର ମଡେଲ୍‌ ଅନୁସାରେ ବାତ୍ୟା ଅତି ଭୀଷଣ ବାତ୍ୟାର ରୂପ ନେଇ ଓଡ଼ିଶା ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି । ଏହି ସମୟରେ ପବନ ୧୪୦ରୁ ୧୫୦ କିଲୋମିଟର ବେଗରେ ବହିବା ସମ୍ଭାବନା ଅଛି ।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱ ବଜାରରେ ତେଲ ନିଆଁ: ୯୫ ଦେଶରେ ମହଙ୍ଗା ହେଲା ପେଟ୍ରୋଲ, ଭାରତରେ…

ନୂଆଦିଲ୍ଲୀ/ୱାଶିଂଟନ,୧୮।୩: ୨୦୨୬ ଫେବୃଆରୀ ଶେଷ ଭାଗରେ ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲର ମିଳିତ ଆକ୍ରମଣ ପରେ ବିଶ୍ୱ ଶକ୍ତି ବଜାର (Global Energy Market) ରେ…

ମା’ ସମଲେଶ୍ୱରୀଙ୍କ ବାସନ୍ତୀକ ନବରାତ୍ର ପୂଜା ଆରମ୍ଭ: ସମ୍ପନ୍ନ ହେଲା ପାରମ୍ପରିକ ‘ଖଣ୍ଡାଧୁଆ’ ନୀତି

ବରଗଡ଼, ୧୮/୩ (ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ପୀଠରେ ପବିତ୍ର ଚୈତ୍ର ନବରାତ୍ର ବା ବାସନ୍ତୀକ ନବରାତ୍ର ପୂଜା ପାଇଁ ଶୁଭାରମ୍ଭ…

ଭାରତରେ ଡାଉନ ହେଲା ସୋସିଆଲ ମିଡିଆ ପ୍ଲାଟଫର୍ମ X, ହଜାର ହଜାର ୟୁଜର୍ସ…

ବୁଧବାର ସନ୍ଧ୍ୟାରେ ଭାରତରେ ସୋସିଆଲ ମିଡିଆ ପ୍ଲାଟଫର୍ମ X ହଠାତ୍ ଠପ୍ ହୋଇଯାଇଥିଲା । ଯାହା ଫଳରେ ଅନେକ ଉପଭୋକ୍ତା ଅସୁବିଧାର ସମ୍ମୁଖୀନ ହୋଇଥିଲେ । ଡାଉନଡିଟେକ୍ଟର…

କୋଟଗଡ଼ରେ ବାଘ ଆତଙ୍କ: ଲଗାଗଲା ସ୍ବତନ୍ତ୍ର କ୍ୟାମେରା, ଗର୍ଜନରେ ଅଞ୍ଚଳବାସୀ ଭୟଭୀତ

ବାଲିଗୁଡା, ୧୮।୩ (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ଼ ବ୍ଲକରେ ବାଘର ଗର୍ଜନକୁ ନେଇ ସ୍ଥାନୀୟ ଅଞ୍ଚଳରେ ତୀବ୍ର ଆତଙ୍କ ଖେଳିଯାଇଛି।…

କୋରାପୁଟରେ ଛେଚିଲା କୁଆପଥର ବର୍ଷା, ଅନ୍ଧାରରେ ସହର

କୋରାପୁଟ,୧୮।୩(ଅମିତାଭ ବେହେରା ): ବୁଧବାର ସନ୍ଧ୍ୟାରୁ କୋରାପୁଟ ଜିଲାର ବିଭିନ୍ନ ଅଞ୍ଚଳରେ ହଠାତ୍ କୁଆପଥର ସହ ପ୍ରବଳ ବର୍ଷା ହୋଇଥିଲା । ଫଳରେ କିଛି ସମୟ ପର୍ଯ୍ୟନ୍ତ…

୫ ଦିନ ଯାଏ ଯୁଦ୍ଧ କରିବେନି ପାକିସ୍ତାନ-ଆଫଗାନିସ୍ତାନ, କାରଣ ଜାଣିଲେ…

ନୂଆଦିଲ୍ଲୀ,୧୮।୩: ଆଫଗାନିସ୍ତାନ ଏବଂ ପାକିସ୍ତାନ ମଧ୍ୟରେ ଚାଲିଥିବା ସଂଘର୍ଷ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଉଭୟ ଦେଶ ଏକ ଅସ୍ଥାୟୀ ଯୁଦ୍ଧବିରତି ଘୋଷଣା କରିଛନ୍ତି ।…

ବ୍ରାହ୍ମଣୀଗାଁରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର; ଯୋଗଦେଲେ ୨୫୦ଜଣ, ଚି଼ହ୍ନଟ ହେଲେ ୧୮୫

ଦାରିଙ୍ଗବାଡି,ବ୍ରାହ୍ମଣୀଗାଁ,୧୮।୩(ଅରୁଣ ସାହୁ/ମନୋରଞ୍ଜନ ରଣା ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ବୁଧବାର ୨୦୨୫/୨୬ଆର୍ଥିକ ବର୍ଷର ଦ୍ଵିତୀୟ ପର୍ଯ୍ୟାୟ ଭୀମଭୋଇ…

ଲିଭ୍‌ ଇନ୍‌ରେ ରହି ଯୁବତୀଙ୍କୁ କରି ଆସୁଥିଲେ ବଳାତ୍କାର, କୌଶଳ କ୍ରମେ ହୋଇଯାଇଥିଲେ ଫେରାର, ଅଭିଯୁକ୍ତଙ୍କୁ ବାନ୍ଧିି…

ଦିଗପହଣ୍ଡି,୧୮।୩(ଅଶେଷ ନାଥ ମିଶ୍ର): ବିବାହର ପ୍ରଲୋଭନ ଦେଖାଇ ଯୁବତୀଙ୍କୁ ବଳାତ୍କାର କରିବା ଅଭିଯୋଗରେ ପାଟପୁର ଥାନା ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri