Posted inଖେଳ

ଟୋକିଓ ଅଲିମ୍ପିକ୍ସ: ଭାରତୀୟ ଦଳର ସଙ୍ଗୀତ ଉନ୍ମୋଚନ କଲେ କ୍ରୀଡ଼ାମନ୍ତ୍ରୀ

ନୂଆଦିଲ୍ଳୀ,୧୫।୭- ଟୋକିଓ ଅଲିମ୍ପିକ୍ସରେ ଅଂଶଗ୍ରହଣ କରିବାକୁ ଯାଉଥିବା ଭାରତୀୟ ଦଳର ଅଫିସିଆଲ ସଙ୍ଗୀତ ବା ଥିମ ସଙ୍ଗ୍‌ ଉନ୍ମୋଚନ କରାଯାଇଛି। କେନ୍ଦ୍ର କ୍ରୀଡ଼ାମନ୍ତ୍ରୀ ଅନୁରାଗ ଠାକୁର ଚିଅର ଫର ଇଣ୍ଡିଆ (cheer4India) ନାମରେ ଏହି ସଙ୍ଗୀତକୁ ଉନ୍ମୋଚନ କରିଛନ୍ତି। ଅଲିମ୍ପିକ୍ସ ଅବସରରେ ଦେଶର ଆଥ୍‌ଲେଟମାନଙ୍କୁ ପୂର୍ଣ୍ଣ ମନପ୍ରାଣରେ ସମର୍ଥନ କରିବାକୁ ସେ ସମସ୍ତଙ୍କୁ ନିବେଦନ କରିଛନ୍ତି।
ଗ୍ରାମୀ ତଥା ଓସ୍କାର ପୁରସ୍କାର ବିଜେତା ସଙ୍ଗୀତକାର ଏ.ଆର. ରହମାନ ଓ ଗାୟିକା ଅନନ୍ୟା ବିର୍ଲାଙ୍କ ମିଳିତ ପ୍ରୟାସରେ ଭାରତୀୟ ଦଳ ପାଇଁ ଏହି ଅଫିସିଆଲ ସଙ୍ଗୀତ ହିନ୍ଦୁସ୍ଥାନୀ ଶୈଳୀରେ ପ୍ରସ୍ତୁତ କରାଯାଇଛି। ଏହି ସଙ୍ଗୀତର ଟାଇଟଲ ‘cheer4India’ ରଖାଯାଇଛି। ଦେଶର ସବୁ ନାଗରିକଙ୍କୁ ଏହି ସଙ୍ଗୀତ ଶୁଣିବାକୁ, ଶେୟାର କରିବାକୁ ଓ ସମ୍ପୂର୍ଣ୍ଣ ଭାରତୀୟ ଦଳକୁ ଉତ୍ସାହିତ କରିବାକୁ ଠାକୁର ଅନୁରୋଧ କରିଛନ୍ତି। କୋଭିଡ୍‌-୧୯ ମହାମାରୀ ପ୍ରକୋପ ଜାରି ରହିଥିବା ବେଳେ ଏହି ସଙ୍ଗୀତ ସଂରଚନା କରିଥିବାରୁ ସେ ରହମାନ ଓ ଅନନ୍ୟାଙ୍କୁ ଧନ୍ୟବାଦ ଜଣାଇଛନ୍ତି।
ଏହି ସଙ୍ଗୀତ ଲଞ୍ଚ୍‌ କରିବା ପଛରେ ସମସ୍ତଙ୍କର ଅବଦାନ ରହିଛି। ଗତ ୧୮ ମାସ ହେବ ସମସ୍ତେ ଏଥିପାଇଁ କଠିନ ପରିଶ୍ରମ କରି ଆସୁଥିଲେ ବୋଲି ଭାରତୀୟ ଅଲିମ୍ପିକ ଆସୋସିଏଶନ (ଆଇଓଏ) ଅଧ୍ୟକ୍ଷ ନରିନ୍ଦର ବାତ୍ରା କହିଛନ୍ତି। ସଙ୍ଗୀତର ଉନ୍ମୋଚନ ଅବସରରେ କେନ୍ଦ୍ର କ୍ରୀଡ଼ା ରାଷ୍ଟ୍ରମନ୍ତ୍ରୀ ନୀଶିଥ ପ୍ରମାଣିକ, କ୍ରୀଡ଼ା ସଚିବ ରବି ମିତ୍ତଲ, ଭାରତୀୟ କ୍ରୀଡ଼ା ପ୍ରାଧିକରଣ (ସାଇ) ପ୍ରବନ୍ଧ ନିର୍ଦ୍ଦେଶକ ରାଜୀବ ମେହେଟା ଓ ଅନ୍ୟମାନେ ଉପସ୍ଥିତ ଥିଲେ। ଟୋକିଓରେ ଅଲିମ୍ପିକ୍ସ ଜୁଲାଇ ୨୩ରୁ ଆରମ୍ଭ ହୋଇ ଅଗଷ୍ଟ ୮ ତାରିଖରେ ଶେଷ ହେବ। ଅଲିମ୍ପିକ୍ସରେ ଏଥର ୧୮ଟି କ୍ରୀଡ଼ାବର୍ଗରେ ଦେଶର ୧୨୬ଜଣ ଆଥ୍‌ଲେଟ ଅଂଶଗ୍ରହଣ କରିବେ। ଆଥ୍‌ଲେଟଙ୍କ ସମେତ କୋଚ୍‌, ସପୋର୍ଟ ଷ୍ଟାଫ୍‌ ଓ ଅଫିସିଆଲଙ୍କୁ ନେଇ ୨୨୭ ଜଣିଆ ଭାରତୀୟ ଦଳ ଟୋକିଓ ଯାତ୍ରା କରିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଶେଷ ଓଭରରେ ରୋହିତ ଶର୍ମାଙ୍କ ଏହି ଗୋଟିଏ ନିଷ୍ପତ୍ତି, ପଲଟାଇଦେଲା ବାଜି

ନୂଆଦିଲ୍ଲୀ,୧୯।୪: ଇଣ୍ଡିଆନ ପ୍ରିମିୟର ଲିଗ ଟି-୨୦ ମ୍ୟାଚ୍‌ରେ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗ୍ସକୁ ନଅ ରନ୍‌ରେ ପରାସ୍ତ କରିଛି। ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ଟସ ଜିତିବା...

ଆଇପିଏଲ୍‌ରେ ଧମାଲ୍‌ କରୁଛନ୍ତି ଏହି ୫ ଅନ୍‌କ୍ୟାପ୍‌ଡ୍‌ ଖେଳାଳି: ଟି-୨୦ ବିଶ୍ୱକପ୍‌ରେ ମିଳିପାରେ ସ୍ଥାନ

ନୂଆଦିଲ୍ଲୀ,୧୯।୪:ସନରାଇଜର୍ସ ହାଇଦ୍ରାବାଦ ଓପନର୍‌ ଅଭିଷେକ ଶର୍ମାଙ୍କ ଆଇପିଏଲ୍‌ରେ ଚମତ୍କାର ପ୍ରଦର୍ଶନ କରୁଛନ୍ତି। ଚଳିତ ସିଜନରେ ଏପର୍ଯ୍ୟନ୍ତ ଅଭିଷେକ ୬ଟି ମ୍ୟାଚରେ ୨୧୧ ରନ ସଂଗ୍ରହ କରିଛନ୍ତି।...

ରୋଚକ ହେଉଛି ପର୍ପଲ-ଅରେଞ୍ଜ କ୍ୟାପ୍‌ ରେସ୍‌: ଜାଣନ୍ତୁ ଏବେ କିଏ ଅଛନ୍ତି…

ମୁମ୍ବାଇ,୧୯।୪: ପଞ୍ଜାବ କିଙ୍ଗସ ବିପକ୍ଷରେ ଜସପ୍ରୀତ ବୁମ୍‌ରା ଏକ ଚମତ୍କାର ବୋଲିଂ ପ୍ରଦର୍ଶନ କରିଥିଲେ। ଜସପ୍ରୀତ ବୁମ୍‌ରା ୩ ବ୍ୟାଟ୍ସମ୍ୟାନ ୪ ଓଭରରେ ୨୧ ରନ...

ମୁମ୍ବାଇ ଜିତିବା ସତ୍ତ୍ୱେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଲାଗିଲା ବଡ଼ ଝଟ୍‌କା

ମୁମ୍ବାଇ,୧୯।୪: ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସ ବିପକ୍ଷରେ ଏକ ରୋମାଞ୍ଚକର ବିଜୟ ହାସଲ କରିଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱାଧୀନ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସକୁ ୯...

ଧୋନୀଙ୍କୁ ବିଶ୍ୱକପ୍‌ ଲାଗି ରାଜି କରାଇବା ପ୍ରସଙ୍ଗରେ କ’ଣ କହିଲେ ରୋହିତ? ଦଳ ଘୋଷଣା ପୂର୍ବରୁ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୧୮।୪: ଟି୨୦ ବିଶ୍ୱକପ୍‌ ପାଇଁ ଟିମ୍‌ ଇଣ୍ଡିଆ ଘୋଷଣା କରାଯିବା ବାକି ଅଛି। ହେଲେ କେଉଁ ଖେଳାଳିଙ୍କୁ ଚୟନ କରାଯିବ, କାହାକୁ ନୁହେଁ, ତାହାକୁ ନେଇ...

ଚେନ୍ନାଇରେ ସାମିଲ ହେଲେ ଏହି ଘାତକ ବୋଲର୍‌, ୪ ବଲ୍‌ରେ ରୋହିତ-ବିରାଟ-ପନ୍ତଙ୍କ ଉଇକେଟ ନେଇ ଥିଲେ ଚର୍ଚ୍ଚାରେ

ନୂଆଦିଲ୍ଲୀ,୧୮।୪: ଆଇପିଏଲ୍‌ ମଝିରୁ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ)ରୁ ବାଦ୍‌ ପଡ଼ିଛନ୍ତି ଷ୍ଟାର କ୍ରିକେଟର ଡିଭନ୍‌ କନଓ୍ବେ। ସର୍ବାଧିକ ରନ୍‌ ସ୍କୋର କରିଥିବା ଏହି କ୍ରିକେଟର ପୁରା...

ପଡ଼ିଆକୁ ଓହ୍ଲାଇବା ମାତ୍ରେ ଇତିହାସ ରଚିବେ ରୋହିତ ଶର୍ମା

ରୋହିତ ଶର୍ମା ପ୍ରଥମ ସିଜିନ ଅର୍ଥାତ୍‌ ୨୦୦୮ ଠାରୁ ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ) ର ଏକ ଅଂଶ ରହିଆସିଛନ୍ତି। ରୋହିତ ହେଉଛନ୍ତି ଆଇପିଏଲର ଅନ୍ୟତମ...

ଆଇପିଏଲ୍‌ ମଝିରେ ଚେନ୍ନାଇ ସୁପର କିଙ୍ଗସକୁ ଲାଗିଲା ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୮।୪: ଚେନ୍ନାଇ ସୁପର କିଙ୍ଗସ ଆଇପିଏଲ ୨୦୨୪ରେ ଏପର୍ଯ୍ୟନ୍ତ ଭଲ ପ୍ରଦର୍ଶନ କରୁଛି, କିନ୍ତୁ ଦଳକୁ ଏକ ବଡ଼ ଝଟ୍‌କା ଲାଗିଛି। ଗତ ସିଜନରେ ସିଏସ୍‌କେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri