Posted inଖେଳ

ଟୋକିଓ ଅଲିମ୍ପିକ୍ସ: ଭାରତୀୟ ଦଳର ସଙ୍ଗୀତ ଉନ୍ମୋଚନ କଲେ କ୍ରୀଡ଼ାମନ୍ତ୍ରୀ

ନୂଆଦିଲ୍ଳୀ,୧୫।୭- ଟୋକିଓ ଅଲିମ୍ପିକ୍ସରେ ଅଂଶଗ୍ରହଣ କରିବାକୁ ଯାଉଥିବା ଭାରତୀୟ ଦଳର ଅଫିସିଆଲ ସଙ୍ଗୀତ ବା ଥିମ ସଙ୍ଗ୍‌ ଉନ୍ମୋଚନ କରାଯାଇଛି। କେନ୍ଦ୍ର କ୍ରୀଡ଼ାମନ୍ତ୍ରୀ ଅନୁରାଗ ଠାକୁର ଚିଅର ଫର ଇଣ୍ଡିଆ (cheer4India) ନାମରେ ଏହି ସଙ୍ଗୀତକୁ ଉନ୍ମୋଚନ କରିଛନ୍ତି। ଅଲିମ୍ପିକ୍ସ ଅବସରରେ ଦେଶର ଆଥ୍‌ଲେଟମାନଙ୍କୁ ପୂର୍ଣ୍ଣ ମନପ୍ରାଣରେ ସମର୍ଥନ କରିବାକୁ ସେ ସମସ୍ତଙ୍କୁ ନିବେଦନ କରିଛନ୍ତି।
ଗ୍ରାମୀ ତଥା ଓସ୍କାର ପୁରସ୍କାର ବିଜେତା ସଙ୍ଗୀତକାର ଏ.ଆର. ରହମାନ ଓ ଗାୟିକା ଅନନ୍ୟା ବିର୍ଲାଙ୍କ ମିଳିତ ପ୍ରୟାସରେ ଭାରତୀୟ ଦଳ ପାଇଁ ଏହି ଅଫିସିଆଲ ସଙ୍ଗୀତ ହିନ୍ଦୁସ୍ଥାନୀ ଶୈଳୀରେ ପ୍ରସ୍ତୁତ କରାଯାଇଛି। ଏହି ସଙ୍ଗୀତର ଟାଇଟଲ ‘cheer4India’ ରଖାଯାଇଛି। ଦେଶର ସବୁ ନାଗରିକଙ୍କୁ ଏହି ସଙ୍ଗୀତ ଶୁଣିବାକୁ, ଶେୟାର କରିବାକୁ ଓ ସମ୍ପୂର୍ଣ୍ଣ ଭାରତୀୟ ଦଳକୁ ଉତ୍ସାହିତ କରିବାକୁ ଠାକୁର ଅନୁରୋଧ କରିଛନ୍ତି। କୋଭିଡ୍‌-୧୯ ମହାମାରୀ ପ୍ରକୋପ ଜାରି ରହିଥିବା ବେଳେ ଏହି ସଙ୍ଗୀତ ସଂରଚନା କରିଥିବାରୁ ସେ ରହମାନ ଓ ଅନନ୍ୟାଙ୍କୁ ଧନ୍ୟବାଦ ଜଣାଇଛନ୍ତି।
ଏହି ସଙ୍ଗୀତ ଲଞ୍ଚ୍‌ କରିବା ପଛରେ ସମସ୍ତଙ୍କର ଅବଦାନ ରହିଛି। ଗତ ୧୮ ମାସ ହେବ ସମସ୍ତେ ଏଥିପାଇଁ କଠିନ ପରିଶ୍ରମ କରି ଆସୁଥିଲେ ବୋଲି ଭାରତୀୟ ଅଲିମ୍ପିକ ଆସୋସିଏଶନ (ଆଇଓଏ) ଅଧ୍ୟକ୍ଷ ନରିନ୍ଦର ବାତ୍ରା କହିଛନ୍ତି। ସଙ୍ଗୀତର ଉନ୍ମୋଚନ ଅବସରରେ କେନ୍ଦ୍ର କ୍ରୀଡ଼ା ରାଷ୍ଟ୍ରମନ୍ତ୍ରୀ ନୀଶିଥ ପ୍ରମାଣିକ, କ୍ରୀଡ଼ା ସଚିବ ରବି ମିତ୍ତଲ, ଭାରତୀୟ କ୍ରୀଡ଼ା ପ୍ରାଧିକରଣ (ସାଇ) ପ୍ରବନ୍ଧ ନିର୍ଦ୍ଦେଶକ ରାଜୀବ ମେହେଟା ଓ ଅନ୍ୟମାନେ ଉପସ୍ଥିତ ଥିଲେ। ଟୋକିଓରେ ଅଲିମ୍ପିକ୍ସ ଜୁଲାଇ ୨୩ରୁ ଆରମ୍ଭ ହୋଇ ଅଗଷ୍ଟ ୮ ତାରିଖରେ ଶେଷ ହେବ। ଅଲିମ୍ପିକ୍ସରେ ଏଥର ୧୮ଟି କ୍ରୀଡ଼ାବର୍ଗରେ ଦେଶର ୧୨୬ଜଣ ଆଥ୍‌ଲେଟ ଅଂଶଗ୍ରହଣ କରିବେ। ଆଥ୍‌ଲେଟଙ୍କ ସମେତ କୋଚ୍‌, ସପୋର୍ଟ ଷ୍ଟାଫ୍‌ ଓ ଅଫିସିଆଲଙ୍କୁ ନେଇ ୨୨୭ ଜଣିଆ ଭାରତୀୟ ଦଳ ଟୋକିଓ ଯାତ୍ରା କରିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୧୭-୧ରେ ହାରିଲା ଇଣ୍ଡୋନେସିଆ, ଦୀପିକା, ଋତୁଜା, ନବନୀତଙ୍କ ହ୍ୟାଟ୍ରିକ ଗୋଲ୍‌

କାକାମିଗାହାରା,୨୧।୯: ଏସିଆନ ଗେମ୍ସ ମହିଳା ହକି ପ୍ରତିଯୋଗିତାରେ ପୁଲ୍‌ ‘ବି’ର ଏକ ମ୍ୟାଚ୍‌ରେ ଭାରତ ୧୭-୧ ଗୋଲ୍‌ରେ ଇଣ୍ଡୋନେସିଆକୁ ହରାଇ ଦେଇଛି। ସୋମବାର ଖେଲାଯାଇଥିବା ଏହି ଏକତରଫା…

IPL 2027 ପୂର୍ବରୁ CSKର ବଡ଼ ଘୋଷଣା: ନୂଆ ହେଡ କୋଚ ହେଲେ…

ଚେନ୍ନାଇ,୨୧।୯: ଇଣ୍ଡିଆନ ପ୍ରିମିୟର ଲିଗ (IPL) 2027 ପୂର୍ବରୁ ଚେନ୍ନାଇ ସୁପର କିଙ୍ଗ୍ସ (CSK) ଏକ ବଡ଼ ଘୋଷଣା କରିଛି। ଭାରତର ପୂର୍ବତନ ତାରକା ଦ୍ରୁତ ବୋଲର୍‌…

ଅଧୁରା ରହିଗଲା ବୈଭବଙ୍କ ବଡ଼ ଇଚ୍ଛା, ଏବେ ଶ୍ରେୟସଙ୍କ ନିଷ୍ପତ୍ତି ଉପରେ ନଜର

ନୂଆଦିଲ୍ଲୀ: ଏସିଆନ ଗେମ୍ସ ପୂର୍ବରୁ ଜାପାନ ବିପକ୍ଷରେ ଭାରତୀୟ କ୍ରିକେଟ ଦଳ ଏକ ଟି-୨୦ ଅନ୍ତର୍ଜାତୀୟ ମ୍ୟାଚ ଖେଳିବ। ଏହି ମ୍ୟାଚ ପାଇଁ ଶ୍ରେୟସ ଆୟରଙ୍କ ନେତୃତ୍ୱରେ…

ଅମିତ ଶାହାଙ୍କୁ ଭେଟିଲେ ଗୌତମ ଗମ୍ଭୀର: ଦେଲେ ଏହି ବିଶେଷ ଉପହାର, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୨୧।୯: ଭାରତୀୟ କ୍ରିକେଟ ଦଳର ମୁଖ୍ୟ କୋଚ ଗୌତମ ଗମ୍ଭୀର ସୋମବାର କେନ୍ଦ୍ରୀୟ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତକାରର ଫଟୋ ଗମ୍ଭୀର…

ବଡ଼ ଭୁଲ୍‌ କରିଦେଲେ ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ: ବିସ୍ଫୋରକ ବ୍ୟାଟିଂ କରୁଥିବାବେଳେ…

ନୂଆଦିଲ୍ଲୀ,୨୧।୯: ଅଷ୍ଟ୍ରେଲିଆ ଅଣ୍ଡର-୧୯ ବିପକ୍ଷ ମ୍ୟାଚ୍‌ରେ ଭାରତୀୟ ଯୁବ ବ୍ୟାଟର ତଥା ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ ଆର୍ଯ୍ୟବୀର ସେହ୍ବାଗ ନିଜ ବ୍ୟାଟିଂରେ ପୁଣିଥରେ ପ୍ରଭାବିତ କରିଛନ୍ତି। ଓପନର…

ବୈଭବଙ୍କର ଏହି ଘାତକ କୌଶଳକୁ ଚୋରି କରିବାକୁ ଚାହୁଁଛନ୍ତି ସୂର୍ଯ୍ୟକୁମାର? ଜାଣିଲେ ଆପଣ ଆଶ୍ଚର୍ଯ୍ୟ ହୋଇଯିବେ

ନୂଆଦିଲ୍ଲୀ,୨୧।୯: ବୈଭବ ସୂର୍ଯ୍ୟବଂଶୀ ମାତ୍ର ୧୫ ବର୍ଷ ବୟସରେ ରେକର୍ଡ ଭାଙ୍ଗୁଛନ୍ତି। ଆନ୍ତର୍ଜାତୀୟ କ୍ରିକେଟରୁ ଆରମ୍ଭ କରି ଆଇପିଏଲ (IPL) ପର୍ଯ୍ୟନ୍ତ, ସେ ମାତ୍ର ୩୫ ବଲରେ…

‘ତୁମେ ଭଜା ଚଣା ବିକିବାକୁ ଯାଇଥିଲ…’ ବାବର ଆଜମଙ୍କ ବୟାନ ଉପରେ ବର୍ଷିଲେ ୱାସିମ ଆକ୍ରମ

ଇସଲାମାବାଦ,୨୧।୯: ବାବର ଆଜମଙ୍କ ଅଧିନାୟକତ୍ୱ ଉପରେ ପ୍ରଶ୍ନ ଉଠାଇ ଓ୍ବାସିମ ଆକ୍ରମ କହିଛନ୍ତି ଯେ ଲର୍ଡସରେ ଖେଳାଯାଇଥିବା ଦ୍ୱିତୀୟ ଟେଷ୍ଟ ପରେ ହିଁ ତାଙ୍କର ତୁରନ୍ତ ପଦରୁ…

ଭାରତ-ପାକିସ୍ତାନ ଫାଇନାଲରେ ମୁହାଁମୁହିଁ ହେବେ କି? ଜାଣନ୍ତୁ ଦୁଇ ଦେଶ ମଧ୍ୟରେ ମ୍ୟାଚ କେବେ ଅନୁଷ୍ଠିତ ହେବ

ନୂଆଦିଲ୍ଲୀ,୨୧।୯: କ୍ରିକେଟରେ ଯେତେବେଳେ ଭାରତ ଓ ପାକିସ୍ତାନ ଦଳ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଉତ୍ସାହ ଚରମ ସୀମାରେ ପହଞ୍ଚିଯାଏ। ବର୍ତ୍ତମାନ ସମୟରେ ଏହି ଦୁଇ ଦେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?