ଭାଜପା ସରକାରର ମନ୍ତ୍ରୀଙ୍କୁ ମିଳିିଲା ବ୍ୟକ୍ତିଗତ ସଚିବ

ଭୁବନେଶ୍ୱର,୨ା୭(ଅନିଲଦାସ)-ରାଜ୍ୟର ପ୍ରଥମ ଭାଜପା ସରକାରର ବିଭିନ୍ନ ମନ୍ତ୍ରୀମାନଙ୍କୁ ବ୍ୟକ୍ତିଗତ ସଚିବ (ପିଏସ୍‌) ଯୋଗାଇ ଦିଆଯାଇଛି । ୫ ଜଣ ମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ବ୍ୟକ୍ତିଗତ ସଚିବ ଓ ୨ଜଣ ମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଓଏସ୍‌ଡି ଭାବେ ବରିଷ୍ଠ ଓଏଏସ୍‌ ଅଫିସରଙ୍କୁ ଅବସ୍ଥାପିତ କରାଯାଇଛି । ମଙ୍ଗଳବାର ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏ ନେଇ ବିଜ୍ଞପ୍ତି ପ୍ରକାଶ କରାଯାଇଛି।

ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ବ୍ୟକ୍ତିଗତ ସଚିବ ଭାବେ ବରିଷ୍ଠ ଓଏଏସ୍‌ ଅଫିସର ପ୍ରଦୀପ କୁମାର ସାହୁଙ୍କୁ ନିଯୁକ୍ତି ମିଳିଛି । ସେହିପରି ଓଏଏସ୍‌ ଅଫିସର ବିଶ୍ୱରଞ୍ଜନ ରଥଙ୍କୁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତି ଦିଆଯାଇଛି ।  ଉପମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଓଏସ୍‌ଡି(ଅଫିସର ଅନ୍‌ ସ୍ପେଶାଲ ଡ୍ୟୁଟି) ଭାବେ ଓଏଏସ୍‌ ଅଫିସର ମନୋଜ କୁମାର ବେହେରାଙ୍କୁ ନିଯୁକ୍ତି ଦିଆଯାଇଛି।

ସେହିପରି ଭୁବନେଶ୍ୱର ଉପ ଜିଲାପାଳ ମହେନ୍ଦ୍ର ପଣ୍ଡାଙ୍କୁ ବାଣିଜ୍ୟ ଓ ପରିବହନ, ଇସ୍ପାତ ଓ ଖଣି ମନ୍ତ୍ରୀ ବିଭୂତିଭୂଷଣ ଜେନାଙ୍କ ପ୍ରାଇଭେଟ ସେକ୍ରେଟାରି ଭାବେ ନିଯୁକ୍ତି ଦିଆଯାଇଥିବା ବେଳେ ସ୍କୁଲ ଓ ଗଣଶିକ୍ଷା, ଏସ୍‌ଟି, ଏସ୍‌ସି ଉନ୍ନୟନ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ପିଏସ୍‌ ଭାବେ ତ୍ରିନାଥ ମାଝିଙ୍କୁ ନିଯୁକ୍ତି ଦିଆଯାଇଛି। ଆଇନ ଓ ପୂର୍ତ୍ତ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ବ୍ୟକ୍ତିଗତ ସଚିବ ଭାବେ ଓଏଏସ୍‌ ଅଫିସର ସମ୍ବିତ କୁମାର ଗଡ଼ନାୟକଙ୍କୁ ନିଯୁକ୍ତି ମିଳିଛି। ସେହିପରି ମତ୍ସ୍ୟ ଓ ପଶୁସମ୍ପଦ, ଏମ୍‌ଏସ୍‌ଏମ୍‌ଇ ବିଭାଗ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକଙ୍କ ଓଏସ୍‌ଡି ଭାବେ ପ୍ରତାପ ଚନ୍ଦ୍ର ପ୍ରଧାନଙ୍କୁ ନିଯୁକ୍ତି ଦିଆଯାଇଛି।  ଉଚ୍ଚଶିକ୍ଷା, କ୍ରୀଡ଼ା ବିଭାଗ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜଙ୍କ ଓଏସ୍‌ଡି ଭାବେ ସମ୍ପଦ କୁମାର ଦଳାଇଙ୍କୁ ନିଯୁକ୍ତି ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?