ଅଧିକାରୀଙ୍କ ସହ ବିଭିନ୍ନ ପ୍ରକଳ୍ପ ବୁଲି ଦେଖିଲେ ପର୍ଯ୍ୟଟନ ମନ୍ତ୍ରୀ

ଖଇରା, ୧୦।୪(ଡି.ଏନ.ଏ.) – ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ଶନିବାର ଗ୍ରାମ୍ୟ ଉନ୍ନୟନ ବିଭାଗର ଅଧିକାରୀଙ୍କ ସହ ବାଲେଶ୍ବର ଜିଲା ଖଇରା ବ୍ଲକରେ ଥିବା ବିଭିନ୍ନ ପ୍ରକଳ୍ପ ପରିଦର୍ଶନ କରିଛନ୍ତି। ନିର୍ମାଣାଧିନ ରାସ୍ତା ଓ ବିଜୁ ସେତୁ ଯଥାଶୀଘ୍ର ଶେଷ ହେବା ଏବଂ ଆରମ୍ଭ ହୋଇ ନ ଥିବା ପ୍ରକଳ୍ପଗୁଡ଼ିକ କିଭଳି ଶୀଘ୍ର ଶେଷ ହେବ ସେଥିପାଇଁ ବିଭାଗୀୟ ଯନ୍ତ୍ରୀଙ୍କ ସହ ଆଲୋଚନା କରିଥିଲେ। ପ୍ରକଳ୍ପ କାର୍ଯ୍ୟଗୁଡିକ ତ୍ୱରାନ୍ନିତ କରିବାକୁ ଠିକାଦାରମାନଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା। ପ୍ରଥମେ କୁପାରୀ-କଳମଚୁଆ ରାସ୍ତା ଏବଂ ପରେ ବାରାପୁର-ଗର୍ସଙ୍ଗ, ଡୁଙ୍ଗୁରାରୁ ଗୋଳିହା ଦେଇ ତୋରାଣିପଦା, ଖଇରା-ଫତେପୁର, ଚକମହାସମପୁର ବିଜୁ ସେତୁ, ଖଇରା-ବଣପାରିଆ, ନନ୍ଦୁର-ସୁଙ୍ଗୁଡା ଏବଂ ବକ୍ରେଶ୍ବର ବିଜୁସେତୁ କାର୍ଯ୍ୟ ପରିଦର୍ଶନ କରିଥିଲେ। ଏହାବ୍ୟତୀତ ଅର୍ଜୁନପୁରଠାରେ ଚାଲିଥିବା ଆଦର୍ଶ ବିଦ୍ୟାଳୟ କାର୍ଯ୍ୟର ଅଗ୍ରଗତି ନେଇ ସମୀକ୍ଷା କରିଥିଲେ। ଗ୍ରାମ୍ୟ ଉନ୍ନୟନ ବିଭାଗର ଅଧିକ୍ଷଣ ଯନ୍ତ୍ରୀ ଶିଶିର ମିଶ୍ର, ନିର୍ବାହୀ ଯନ୍ତ୍ରୀ ରମେଶ ଜାଲି ଓ କନିଷ୍ଠ ଯନ୍ତ୍ରୀ ସପନ କୁମାର ଜେନା ତଥା ବିଭିନ୍ନ ପଞ୍ଚାୟତର ଲୋକପ୍ରତିନିଧି ଓ ଗ୍ରାମବାସୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍ଗନୱାଡି ସଂଘର ଅନଶନ ଆରମ୍ଭ, ଉପଜିଲାପାଳଙ୍କୁ ଦେଲେ ଦାବିପତ୍ର

ଗୁଣପୁର,୨୫।୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଅଙ୍ଗନୱାଡି କର୍ମୀମାନେ ଅନଶନ ଆରମ୍ଭ କରିଛନ୍ତି । ବିଭିନ୍ନ ଦାବି ନେଇ ମଙ୍ଗଳବାର ଠାରୁ ଏହି ବିକ୍ଷୋଭ ଆରମ୍ଭ କରିଛନ୍ତି…

ଜିପିଏଲ୍‌ଏଫ୍‌,ସିଆର୍‌ପି ନିଯୁକ୍ତିରେ ଅନିୟମିତତା ଅଭିଯୋଗ: ଗୋଟିଏ ଏସ୍‌ଏଚ୍‌ଜିର ୨ ସଦସ୍ୟାଙ୍କୁ ନିଯୁକ୍ତି ନେଇ ଉଠିଲା ପ୍ରଶ୍ନ

ଲୋଇସିଂହା,୨୫।୮(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ନଅଗାଁ(ଖ) ପଞ୍ଚାୟତରେ ଜିପିଏଲ୍‌ଏଫ୍‌ ଓ ସିଆର୍‌ପି ମେମ୍ବର ନିଯୁକ୍ତିରେ ଅନିୟମିତତା ହୋଇଥିବା ନେଇ ଅଭିଯୋଗ ହୋଇଛି। ଏନେଇ ନଅଗାଁ(ଖ) ଗ୍ରାମର…

ବଢ଼ିଲା କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ଅଡୁଆ, ହାଇକୋର୍ଟ ଦେଲେ ଏହି ନିର୍ଦ୍ଦେଶ

କଟକ,୨୫।୮(ପ୍ରଭୁକଲ୍ୟାଣ ପାଲ୍): କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ପାଇଁ ବଢ଼ିଲା ଅଡୁଆ । ନିମ୍ନ ଅଦାଲତରେ ବାରମ୍ବାର ସମୟ ନେଇ ହାଜର ନହେବାରୁ ହାଇକୋର୍ଟ ବିରକ୍ତ ପ୍ରକାଶ କରି…

ମୌଳିକ ସୁବିଧା ଅପହଞ୍ଚ ଗାଁ କମାରଖୋଲ: କୂଅ-ଝରଣା ପାଣି ଉପରେ ନିର୍ଭର

ନୂଆପଡ଼ା,୨୫ା୮ (ମକାରୁ ବେମାଲ):ସ୍ବାଧୀନତାର ଦୀର୍ଘବର୍ଷ ପରେ ମଧ୍ୟ ନୂଆପଡ଼ା ଜିଲା ବୋଡେନ ବ୍ଲକ ଖଇରା ପଞ୍ଚାୟତ କମାରଖୋଲ ଗାଁରେ ମୌଳିକ ସୁବିଧା ଅପହଞ୍ଚ ହୋଇରହିଛି। ଗାଁରେ ୨୦…

ଗରିମା କନକ୍ଲେଭ୍‌, ଛତ୍ରପୁର ପୌରପରିଷଦକୁ ରାଜ୍ୟସ୍ତରୀୟ ସମ୍ମାନ

ଛତ୍ରପୁର,୨୫।୮( ଦିଲ୍ଲୀପ ସାମଲ): ଓଡ଼ିଶା ସରକାରଙ୍କ ‘ଗରିମା ଯୋଜନା’ର ସଫଳ ରୂପାୟନ ପାଇଁ ଛତ୍ରପୁର ପୌରପରିଷଦକୁ ରାଜ୍ୟସ୍ତରୀୟ ସମ୍ମାନ ପ୍ରଦାନ କରାଯାଇଛି । ଭୁବନେଶ୍ୱରସ୍ଥିତ ଲୋକସେବା ଭବନଠାରେ…

ଧାନ ବିକ୍ରି ପଞ୍ଜୀକରଣବେଳେ ଚାଷୀଙ୍କୁ ବିଭ୍ରାନ୍ତ କରିଥିବା ଅଭିଯୋଗ: ଜିଲାପାଳଙ୍କୁ ଫେରାଦ ହେଲେ ଚାଷୀ

ଲୋଇସିଂହା,୨୫।୮(ସୁଶାନ୍ତ ବାରିକ): ଖରିଫ ୨୦୨୬-୨୭ ଧାନ ବିକ୍ରି ପାଇଁ ପାକ୍ସଗୁଡ଼ିକରେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଚାଲିଥିବାବେଳେ ଆଗଲପୁର ବ୍ଲକ ମୁରୁଶୁଣ୍ଡି ପାକ୍ସରେ ଧାନ କିଣାବିକାକୁ ନେଇ ଏକ…

ଦୁର୍ଗମ ଅଞ୍ଚଳରେ ‘ଦମନ’ ଟିମ୍‌: କମୁଛି ମ୍ୟାଲେରିଆ ଜ୍ୱର ଭୟ

ଦାରିଙ୍ଗବାଡି, ୨୫।୮ (ଅରୁଣ ସାହୁ): ମ୍ୟାଲେରିଆ ମୁକ୍ତ ଲକ୍ଷ୍ୟରେ ଦୁର୍ଗମ ଅଞ୍ଚଳରେ ଅପରେଶନ ଦମନ କାର୍ଯ୍ୟକ୍ରମ ଜୋରଦାର କରାଯାଉଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ…

ଜଳ ନିଷ୍କାସନ ଫେଲ୍‌, ବେହାଲ ବରଗଡ଼ ସହର

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ବର୍ଷାଜଳ ନିଷ୍କାସନ ବ୍ୟବସ୍ଥା ଫେଲ୍‌ ମାରିଛି। ସହରର ବିଭିନ୍ନ ସ୍ଥାନରେ ଏପର୍ଯ୍ୟନ୍ତ ଡ୍ରେନ୍‌(ନାଳ) ନିର୍ମାଣ ହୋଇପାରି ନାହିଁ। ସେହିପରି ଯେଉଁଠି ନାଳ ରହିଛି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri