ବାଲେଶ୍ୱରରେ ପତାକା ଉତ୍ତୋଳନ କଲେ ନଗର ଉନ୍ନୟନ ମନ୍ତ୍ରୀ

ବାଲେଶ୍ୱର,୨୬ା୧(ବାଞ୍ଚାନିଧି ଦେ): ବାଲେଶ୍ୱର ରିଜର୍ଭ ପୋଲିସ ପଡ଼ିଆରେ ରବିବାର ଜିଲା ପ୍ରଶାସନ ପକ୍ଷରୁ ୭୬ତମ ସାଧାରଣତନ୍ତ୍ର ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ମୁଖ୍ୟ ଅତିଥି ନଗର ଉନ୍ନୟନ ମନ୍ତ୍ରୀ ଡା. କୃଷ୍ଣଚନ୍ଦ୍ର ମହାପାତ୍ର ଯୋଗ ଦେଇ ପତାକା ଉତ୍ତୋଳନ କରିଥିଲେ। ଭାରତର ସମ୍ବିଧାନ କୋଟି କୋଟି ଭାରତୀୟଙ୍କ ପାଇଁ ଗୌରବର ଗାଥା ବହନ କରିଛି। ଦେଶପାଇଁ ଯେଉଁ ଜନନାୟକମାନେ ବଳିଦାନ ଦେଇଛନ୍ତି ଆଜି ତାଙ୍କ ପାଇଁ ସ୍ମୃତି ସଂକଳ୍ପ ଦିନ ବୋଲି ମନ୍ତ୍ରୀ ବକ୍ତବ୍ୟରେ କହିଥିଲେ। ସମ୍ମାନିତ ଅତିଥି ଭାବେ ଜିଲାପାଳ ସୂର୍ଯ୍ୟବଂଶୀ ମୟୁର ବିକାଶ, ଡିଆଇଜି ଡା. ସତ୍ୟଜିତ ନାଏକ,ଏସ୍‌ପି ରାଜ ପ୍ରସାଦ ପ୍ରମୁଖ ଉପସ୍ଥିତ ଥିଲେ। ଏହି ଅବସରରେ ମନ୍ତ୍ରୀ ମହାପାତ୍ର ପରେଡ୍‌ ଅଭିବାଦନ ଗ୍ରହଣ କରିଥିଲେ। ସମ୍ବର୍ଦ୍ଧନା ଓ ଚାରାରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରିଣୀ ଐଶ୍ୱର୍ଯ୍ୟା ସାମନ୍ତ ମଞ୍ଚ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ

ପୁରୀ,୨୧।୧: ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ। ସୋଲ, କଦଳୀ ପାଟୁକା ଓ ଜମୱୁରାରେ କରାଯିବ ଏହି ବେଶ। ଆପାଦ ମସ୍ତକ ପଦ୍ମରେ ସଜ୍ଜିତ ହେବେ ଚତୁର୍ଦ୍ଧାମୂର୍ତ୍ତି।...

ଭାରତ ଉପରେ ଲାଗିବ ନାହିଁ ୫୦୦% ଟାରିଫ୍‌, ଟାର୍ଗେଟ୍‌ରେ ଏବେ ଏହି ଦେଶ, ବଡ଼ ଖୁଲାସା କଲେ…

ଓ୍ବାଶିଂଟନ୍‌,୨୧।୧: ଆମେରିକାର ଟ୍ରେଜେରୀ ସଚିବ ସ୍କଟ ବେସାଣ୍ଟ କହିଛନ୍ତି ଯେ ରୁଷୀୟ ତୈଳ କିଣୁଥିବା ଦେଶଗୁଡ଼ିକ ଉପରେ ୫୦୦% ଟାରିଫ୍‌ ଲାଗୁ କରିବା ପାଇଁ ରାଷ୍ଟ୍ରପତି...

ସାମ୍ରାଜ୍ୟବାଦର ନଗ୍ନ ରୂପ

ଶୀତଳ ଯୁଦ୍ଧର ଅବସାନ ପରେ ସାମ୍ରାଜ୍ୟବାଦୀ ଆମେରିକାର ଔଦ୍ଧତ୍ୟ ଯେ ବହୁଗୁଣା ବଢ଼ିଯାଇଛି, ଏଥିରେ କେହି ଦ୍ୱିମତ ହେବେ ନାହିଁ। କେତେକ ରାଷ୍ଟ୍ରରେ ସାମରିକ ଶକ୍ତି...

ଆପଣା ପଣରେ ନାରୀ

ରାଜା ବ୍ରାହ୍ମଣମାନଙ୍କୁ ପୁଚ୍ଛାକଲେ, ‘ଯେଉଁ ଫଳ ଉପୁଜାଇ ସେ ଫଳ ଖାଇ କି ନ ଖାଇ’। ତହିଁକି ବ୍ରାହ୍ମଣ ବୋଇଲେ ଯେ ଯେଉଁ ଫଳ ଉପୁଜାଇ...

ପ୍ରାଥମିକ ଶିକ୍ଷା: ଖାଲିପଡ଼ିଛି ୧୬,୯୭୩ ଶିକ୍ଷକ ପଦବୀ

ଭୁବନେଶ୍ୱର,୨୧ା୧ (ସୁଚିସ୍ମିତା ସାହୁ):ରାଜ୍ୟରେ ପ୍ରାଥମିକ ଶିକ୍ଷାକୁ ସାର୍ବଜନୀନ ଓ ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ଉପରେ ଗୁରୁତ୍ୱ ଦିଆଯାଉଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଛାତ୍ରୀଛାତ୍ରଙ୍କୁ...

ପୁଣି ଥର୍‌ ଆତଙ୍କ: ଆସିଲା ବୁଲେଟ୍‌କୁ ପିଟିଲା , ଜଣେ ମୃତ…

ଭୁବନେଶ୍ୱର,୨୧।୧: ରାଜଧାନୀରେ ପୁଣି ଥର୍‌ ଆତଙ୍କ। ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲ ସାମ୍ନାରେ ବୁଲେଟ୍‌କୁ ଧକ୍କା ଦେଇଛି ଥର୍‌। ଘଟଣାସ୍ଥଳରେ ଜଣେ ମୃତ, ୨ ଜଣ ଗୁରୁତର...

ତାମିଲନାଡୁ ବିଧାନସଭାରୁ ରାଜ୍ୟପାଳଙ୍କ କକ୍ଷତ୍ୟାଗ

ଚେନ୍ନାଇ,୨୧ା୧: ତାମିଲନାଡୁ ରାଜ୍ୟପାଳ ଆର୍‌.ଏନ୍‌. ରବି ମଙ୍ଗଳବାର ରାଜ୍ୟ ବିଧାନସଭାରେ ଉଦ୍‌ବୋଧନ ନ ଦେଇ ଚାଲିଯାଇଛନ୍ତି। ବିନା ଭାଷଣରେ କକ୍ଷତ୍ୟାଗ କରିବା ରାଜ୍ୟପାଳ ରବିଙ୍କ ପାଇଁ...

ମଣ୍ଡିରୁ ଧାନ ଚୋରି ଅଭିଯୋଗ ପ୍ରସଙ୍ଗ: ୨ ଅଧିକାରୀଙ୍କ କଥାରେ ତାଳମେଳ ନାହିଁ

ଅମରପାଲି,୨୧ା୧(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ କୋଟସମଲାଇ ମଣ୍ଡିରେ ଚାଷୀ ବିକ୍ରି ପାଇଁ ରଖିଥିବା ଧାନରୁ ଗତ ୧୬ ତାରିଖ ରାତିରେ ୧୮ ପ୍ୟାକେଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri