ଅଧିକାରୀଙ୍କୁ ଏମିତି ନିର୍ଦ୍ଦେଶ ଦେଲେ ମନ୍ତ୍ରୀ: ସମସ୍ତେ ଥରହର

ମୋରଡ଼ା,୬ା୭(ସ୍ମାରକ ମାଜୀ):ମୋରଡ଼ା ବିଧାୟକ ତଥା ଗୃହ ଓ଼ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଶୁକ୍ରବାର ମୋରଡା ବ୍ଲକ ଗସ୍ତରେ ଆସିଥିଲେ। ପ୍ରଥମେ ସେ ମୋରଡ଼ା ବଜାରରେ ପହଞ୍ଚତ୍ବା ପରେ ଭାଜପା କର୍ମୀମାନେ ଫୁଲମାଳ ଓ଼ ଫୁଲତୋଡ଼ା ଦେଇ ତାଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ଜଣାଇଥିଲେ। ପରେ ମନ୍ତ୍ରୀ ଧାନଶୋଳସ୍ଥିତ ଅଭିରାମ ମଠକୁ ଯାଇ ଠାକୁରଙ୍କୁ ଦର୍ଶନ କରିବା ସହିତ ପୂଜାର୍ଚ୍ଚନା କରିଥିଲେ। ଚିତ୍ରଡ଼ାସ୍ଥିତ ବ୍ଲକ କାର୍ଯ୍ୟାଳୟର କନଫରେନ୍ସ ହଲରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ଯୋଗ ଦେଇଥିଲେ। ବ୍ଲକ କାର୍ଯ୍ୟାଳୟ ପରିସରରେ ପହଞ୍ଚତ୍ବା ପରେ ବ୍ଲକ ପ୍ରଶାସନ, କର୍ମୀଙ୍କ ତରଫରୁ ସ୍ବାଗତ ସମ୍ବର୍ଦ୍ଧନା କରାଯିବା ପରେ ବୈଠକ ଅନୁଷ୍ଠିତ ହୋଇଥିଲା। ବିଡ଼ିଓ ଅଣାକର ନାଏକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ମନ୍ତ୍ରୀ ମହାପାତ୍ରଙ୍କ ସହିତ ବ୍ଲକ ଅଧକ୍ଷ ପୀଥନାଥ ସୋରେନ, ମୋରଡ଼ା ତହସିଲଦାର ଉତ୍ତମ ଜେନା, ଆରଡବ୍ଲ୍ୟୁଏସ୍‌ଏସ୍‌ର ନିର୍ବାହୀ ଯନ୍ତ୍ରୀ ଜ୍ଞାନେନ୍ଦ୍ର କୁମାର ନାଏକ, ଉପାଧକ୍ଷା ଜେମାମଣି ମହାନ୍ତ, ଜିଲା ପରିଷଦ ସଭ୍ୟା ଝରଣା ମୁର୍ମୁ, ସଭ୍ୟ ଅଭିରାମ ଭୋଇ, ସିଡିପିଓ଼ ବିଟୁ ଟୁଡୁ ପ୍ରମୁଖ ମଞ୍ଚାସୀନ ଥିବା ବେଳେ ସମସ୍ତ ପଞ୍ଚାୟତର ସରପଞ୍ଚ, ସମିତି ସଭ୍ୟ,ସମସ୍ତ ବିଭାଗୀୟ ଅଧିକାରୀ ଓ଼ କର୍ମଚାରୀ ଉପସ୍ଥିତ ଥିଲେ l
ସରକାର ଲୋକଙ୍କ ସରକାର, ରାଜ୍ୟର ମୁଖ୍ୟମନ୍ତ୍ରୀ ଲୋକଙ୍କ ମୁଖ୍ୟମନ୍ତ୍ରୀ କହିଥିଲେ ମନ୍ତ୍ରୀ ମହାପାତ୍ର। ଲୋକଙ୍କ ସମସ୍ୟା ଶୁଣି ଯଥାଶୀଘ୍ର ସମାଧନ କରିବାକୁ ପଞ୍ଚାୟତ ତଥା ବ୍ଲକସ୍ତରୀୟ ପ୍ରତିନିଧିଙ୍କୁ ମନ୍ତ୍ରୀ ପରାମର୍ଶ ଦେଇଥିଲେ। ସେହିପରି ରାଜ୍ୟ ତଥା କେନ୍ଦ୍ର ସରକାରଙ୍କ ସମସ୍ତ ଯୋଜନା ଠିକ୍‌ ଭାବେ କିପରି ଲୋକଙ୍କ ପାଖରେ ପହଞ୍ଚତ୍ ପାରିବ ସେ ନେଇ ଅଧିକାରୀଙ୍କୁ ମନ୍ତ୍ରୀ ପରାମର୍ଶ ଦେଇଥିଲେ। ବୈଠକରେ ମୁଖ୍ୟତଃ ପାଣି ସମସ୍ୟା, ଆବାସ ଗୃହ ସମ୍ପର୍କ ଅଧିକ ସମୀକ୍ଷା କରିଥିଲେ ମନ୍ତ୍ରୀ। ଆରଡବ୍ଲ୍ୟୁଏସ୍‌ଏସ୍‌ର ନିର୍ବାହୀ ଯନ୍ତ୍ରୀ ବର୍ତ୍ତମାନ ମୋରଡା ବ୍ଲକରେ ଚାଲିଥିବା ବିଭିନ୍ନ ଉନ୍ନୟନମୂଳକ ସମ୍ପୂଣ୍ଣର୍ର୍ ଓ଼ ଅସମ୍ପୂଣ୍ଣର୍ର୍ କାର୍ଯ୍ୟ ବାବଦରେ ବିବରଣୀ ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ବିଧାୟକଙ୍କ ଦ୍ଵାରା ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ ଉଦଘାଟିତ: ୭ ଟିମ୍ ଖେଳିଲେ ମ୍ୟାଚ୍, ରବିବାର ହେବ…

ଦିଗପହଣ୍ଡି, ,୧୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ୍ ଏବଂ ଏନ୍ଏସି କାର୍ଯ୍ୟାଳୟର ମିଳିତ ଆନୁକୂଲ୍ୟରେ ପବିତ୍ର ସ୍ଵାଧୀନତା ଦିବସ ଅବସରରେ…

ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ପାଳିତ: ମାନବ ଜୀବନର ଲକ୍ଷ୍ୟ କେବଳ…

ଭଞ୍ଜନଗର,୧୫। ୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀଅରବିନ୍ଦ ଶକ୍ତିପୀଠରେ ଶନିବାର ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ଅତ୍ୟନ୍ତ ଶ୍ରଦ୍ଧା ଓ ଭକ୍ତିର ସହ ପାଳିତ ହୋଇଯାଇଛି।…

ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ…

କଥା ଦେଇ କଥା ରଖିଲେ ଅକରୁଆ ସରପଞ୍ଚ: ପକ୍କା ହେଲା ବଡ଼ସାହି-କେନ୍ଦୁଗୁଡ଼ା ରାସ୍ତା , ଗ୍ରାମବାସୀଙ୍କ ମଧ୍ୟରେ ଖୁସିର…

ହାଟଡିହୀ/ଛେନାପଦୀ,୧୫।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଦିନେ ଯେଉଁ ରାସ୍ତାରେ ଆଣ୍ଠୁଏ କାଦୁଅ ଓ ପାଣି ଜମି ରହୁଥିବାରୁ ଯାତାୟାତ ଦୁର୍ବିସହ ହୋଇପଡ଼ୁଥିଲା, ଶେଷରେ ସେହି ରାସ୍ତା ପକ୍କା ରାସ୍ତାରେ…

ପତାକା ଉତ୍ତୋଳନକୁ ନେଇ ଟଣାଓଟରା

ଖଲ୍ଲିକୋଟ,୧୫।୮(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ପରିସରରେ ସ୍ବଧୀନତା ଦିବସ ପାଳନ ବେଳେ ପତାକା ଉତ୍ତୋଳନକୁ ନେଇ ବିଡିଓ ଦେବାଶିଷ ସାମଲ ଏବଂ ବ୍ଲକ…

ଦାରିଙ୍ଗବାଡ଼ିରେ ୮୦ତମ ସ୍ୱାଧୀନତା ଦିବସ ପାଳିତ: ଜନସେବାକୁ ଦେଶସେବା ବୋଲି କହି…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): ଦେଶ ସ୍ୱାଧୀନତାର ୮୦ତମ ବର୍ଷପୂର୍ତ୍ତି ଉତ୍ସବ ଅବସରରେ କନ୍ଧମାଳ ଜିଜିଲା ଦାରିଙ୍ଗବାଡ଼ି ଅଞ୍ଚଳ ସମ୍ପୂର୍ଣ୍ଣ ଉତ୍ସବମୁଖର ହୋଇପଡ଼ିଛି। ଏହି ପରିପ୍ରେକ୍ଷୀରେ ଦାରିଙ୍ଗବାଡ଼ିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri