କାହିଁକି ପରିବର୍ତ୍ତନ ହେଲା ଲକ୍ଷ୍ମୀ ବସ୍‌ର ରଙ୍ଗ-ନାମ, ବଡ଼ କାରଣ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୨୫।୭: ବିଧାନସଭାରେ ଉଠିଲା ଲକ୍ଷ୍ମୀ ବସ୍‌ ପ୍ରସଙ୍ଗ । ଗୁରୁବାର ଲକ୍ଷ୍ମୀ ବସକୁ ନେଇ ବିଧାନସଭାରେ ଘେରିଛନ୍ତିି ବିଜେଡି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ । ଲକ୍ଷ୍ମୀ ବସ୍‌ର ରଙ୍ଗ ଓ ନାମ ପରିବର୍ତ୍ତନ କରିବାର କାରଣ କଣ? ଏହାଦ୍ୱାରା ସରକାର କି ପ୍ରକାର ଲାଭ ପାଉଛନ୍ତି ବୋଲି ପ୍ରଶ୍ନ କରିଛନ୍ତି ବିଜେଡି ବିଧାୟକ ।

ଏନେଇ ଉତ୍ତର ରଖିଛନ୍ତି ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା। ସେ କହିଛନ୍ତି, ରାଜ୍ୟରେ ପ୍ରଥମେ ମାଲକାନଗିରି ଜିଲାରେ ଏହି ଲକ୍ଷ୍ମୀ ବସ ସେବା ଆରମ୍ଭ ହେଇଥିଲା । ଆଉ ପରେ ଏହା ଅନ୍ୟ ଜିଲାକୁ ଆରମ୍ଭ ହେଇଥିଲା ।

ତେବେ ରଙ୍ଗ ପରିବର୍ତ୍ତନକୁ ନେଇ ମନ୍ତ୍ରୀ କହିଛନ୍ତି, ଲକ୍ଷ୍ମୀ ବସରେ କୌଣସି ରଙ୍ଗ ଲାଗି ନ ଥିଲା, କେବଳ ଷ୍ଟିକରିଂ କରାଯାଇଥିଲା । ସାଧାରଣ ନିର୍ବାଚନ ସମୟରେ ଆଦର୍ଶ ଆଚରଣ ବିଧି ବଳବତ୍ତର ଥିବା ସମୟରେ ଲକ୍ଷ୍ମୀ ବସମାନଙ୍କରେ ଲାଗିଥିବା କିଛି ଷ୍ଟିକର ଏକ ରାଜନୈତିକ ଦଳର ଚିହ୍ନ ସହ ମେଳ ଖାଉଥିବାରୁ ସେଗୁଡିକୁ ହଟାଯାଇଥିଲା । ଏଥିସହ କିଛି ବସ ଅସୁନ୍ଦର ଦେଖାଯାଉଥିବାରୁ, ଆଦର୍ଶ ଆଚରଣ ବିଧିର ଅବଧି ଶେଷ ହେବା ପରେ ସେଗୁଡିକର ସୌନ୍ଦର୍ଯ୍ୟକରଣ ପାଇଁ ରାଜ୍ୟ ପରିବହନ ନିଗମର ପୁରୁଣା ରଙ୍ଗକୁ ଉପଯୋଗ କରାଯାଇଥିଲା ବୋଲି ମନ୍ତ୍ରୀ ଉତ୍ତର ରଖି କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri