କାହିଁକି ପରିବର୍ତ୍ତନ ହେଲା ଲକ୍ଷ୍ମୀ ବସ୍‌ର ରଙ୍ଗ-ନାମ, ବଡ଼ କାରଣ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୨୫।୭: ବିଧାନସଭାରେ ଉଠିଲା ଲକ୍ଷ୍ମୀ ବସ୍‌ ପ୍ରସଙ୍ଗ । ଗୁରୁବାର ଲକ୍ଷ୍ମୀ ବସକୁ ନେଇ ବିଧାନସଭାରେ ଘେରିଛନ୍ତିି ବିଜେଡି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ । ଲକ୍ଷ୍ମୀ ବସ୍‌ର ରଙ୍ଗ ଓ ନାମ ପରିବର୍ତ୍ତନ କରିବାର କାରଣ କଣ? ଏହାଦ୍ୱାରା ସରକାର କି ପ୍ରକାର ଲାଭ ପାଉଛନ୍ତି ବୋଲି ପ୍ରଶ୍ନ କରିଛନ୍ତି ବିଜେଡି ବିଧାୟକ ।

ଏନେଇ ଉତ୍ତର ରଖିଛନ୍ତି ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା। ସେ କହିଛନ୍ତି, ରାଜ୍ୟରେ ପ୍ରଥମେ ମାଲକାନଗିରି ଜିଲାରେ ଏହି ଲକ୍ଷ୍ମୀ ବସ ସେବା ଆରମ୍ଭ ହେଇଥିଲା । ଆଉ ପରେ ଏହା ଅନ୍ୟ ଜିଲାକୁ ଆରମ୍ଭ ହେଇଥିଲା ।

ତେବେ ରଙ୍ଗ ପରିବର୍ତ୍ତନକୁ ନେଇ ମନ୍ତ୍ରୀ କହିଛନ୍ତି, ଲକ୍ଷ୍ମୀ ବସରେ କୌଣସି ରଙ୍ଗ ଲାଗି ନ ଥିଲା, କେବଳ ଷ୍ଟିକରିଂ କରାଯାଇଥିଲା । ସାଧାରଣ ନିର୍ବାଚନ ସମୟରେ ଆଦର୍ଶ ଆଚରଣ ବିଧି ବଳବତ୍ତର ଥିବା ସମୟରେ ଲକ୍ଷ୍ମୀ ବସମାନଙ୍କରେ ଲାଗିଥିବା କିଛି ଷ୍ଟିକର ଏକ ରାଜନୈତିକ ଦଳର ଚିହ୍ନ ସହ ମେଳ ଖାଉଥିବାରୁ ସେଗୁଡିକୁ ହଟାଯାଇଥିଲା । ଏଥିସହ କିଛି ବସ ଅସୁନ୍ଦର ଦେଖାଯାଉଥିବାରୁ, ଆଦର୍ଶ ଆଚରଣ ବିଧିର ଅବଧି ଶେଷ ହେବା ପରେ ସେଗୁଡିକର ସୌନ୍ଦର୍ଯ୍ୟକରଣ ପାଇଁ ରାଜ୍ୟ ପରିବହନ ନିଗମର ପୁରୁଣା ରଙ୍ଗକୁ ଉପଯୋଗ କରାଯାଇଥିଲା ବୋଲି ମନ୍ତ୍ରୀ ଉତ୍ତର ରଖି କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷା, ପବନରେ ଓଲଟିଲା ପୂଜା ମଣ୍ଡପ: ଚାପି ହୋଇଗଲା କାର୍‌, ବାଇକ୍‌

ପାରାଦୀପ,୨୧।୯(ଶରତ ରାଉତ): ପାରାଦୀପର ପ୍ରସିଦ୍ଧ ବିଶ୍ବକର୍ମା ପୂଜା ମହୋତ୍ସବ ସୋମବାର ପଞ୍ଚମ ଦିନରେ ପହଞ୍ଚିଛି। ହେଲେ ଲଘୁଚାପ ଜନିତ ବର୍ଷା, ପବନ ଯୋଗୁ ପାରାଦୀପ ପୋର୍ଟ ଆଣ୍ଡ…

ସମ୍ଭାବ୍ୟ ବାତ୍ୟା ଭୟ ଭିତରେ ବଡ଼ ସୂଚନା ଦେଲେ IMD ଡିଜି: ୨୨ ତାରିଖ ସନ୍ଧ୍ୟାରୁ…

ଭୁବନେଶ୍ୱର,୨୧।୯:ଗଭୀର ଅବପାତ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ। ଏନେଇ ସୂଚନା ଦେଇଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। IMD ଡିଜିଙ୍କ କହିବାନୁସାରେ, ପୁରୀରୁ ଦକ୍ଷିଣକୁ ଥିବା…

୨୦ ମାସର ଶିଶୁଙ୍କୁ ଘରୁ ଘୋଷାଡ଼ି ନେଲା କୁକୁର: ଆଉ ତା’ପରେ ଘଟିଲା…

ଶିମ୍‌ଲା,୨୧।୯: ହିମାଚଳ ପ୍ରଦେଶର ରାଜଧାନୀ ଶିମ୍‌ଲାର ଶାଙ୍କଲୀ ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏଠାରେ ଜଣେ ୨୦ ମାସର ଶିଶୁ କନ୍ୟା ଉପରେ ଦୁଇଟି…

ଶନିଙ୍କ ଚାଲିବ ଦିଗ ବଦଳ: ୨୦୨୭ରେ କାହା ଉପରେ ଚଢ଼ିବ ସାଢେସାତୀ? କେଉଁ ରାଶି ପାଇବେ ମୁକ୍ତି, ପଢନ୍ତୁ…

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କ ସାଢେସାତୀକୁ ଏକ କଠିନ ସମୟ ଭାବେ ବିବେଚନା କରାଯାଏ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ଏହି ସମୟରେ ବ୍ୟକ୍ତିଙ୍କୁ ସ୍ବାସ୍ଥ୍ୟ, ବ୍ୟବସାୟ, ଚାକିରି…

ଯୁବକଙ୍କୁ ମୃତ ଘୋଷଣା କଲେ ଡାକ୍ତର; ଜୀବନ ବଞ୍ଚାଇବାକୁ ମେଡିକାଲରେ ଝଡ଼ାଫୁଙ୍କା କଲେ ଗୁଣିଆ, ତାପରେ…!

ଆନନ୍ଦପୁର,୨୧।୯(ସୁଶାନ୍ତ କୁମାର ସାହୁ ): ପୁଣି ଥରେ ଅନ୍ଧବିଶ୍ୱାସର ମାୟାଜାଲରେ ସଭ୍ୟ ସମାଜ । ବିଜ୍ଞାନ ଏତେ ଆଗେଇ ଯାଇଥିଲେ ମଧ୍ୟ ଆଜି ବି ଲୋକଙ୍କ ମନରୁ…

୧୨ ବର୍ଷ ପରେ ସିଂହ ରାଶିରେ ଘଟୁଛି ଅଦ୍ଭୁତ ଘଟଣା: ୨୦୨୭ ଯାଏ ୩ ରାଶି ପାଇଁ ସୁବର୍ଣ୍ଣ ସମୟ, ମାଲାମାଲ ସହ ନୂଆ ଚାକିରି…

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଆସନ୍ତା ୩୧ ଅକ୍ଟୋବର ୨୦୨୬ରେ ଗୁରୁ ଗ୍ରହ ଏକ ବଡ଼ ରାଶି ପରିବର୍ତ୍ତନ କରିବେ। ଦିନ ୧୨ଟା ୦୧ ମିନିଟରେ ଗୁରୁ…

ବଡ଼ ଭୁଲ୍‌ କରିଦେଲେ ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ: ବିସ୍ଫୋରକ ବ୍ୟାଟିଂ କରୁଥିବାବେଳେ…

ନୂଆଦିଲ୍ଲୀ,୨୧।୯: ଅଷ୍ଟ୍ରେଲିଆ ଅଣ୍ଡର-୧୯ ବିପକ୍ଷ ମ୍ୟାଚ୍‌ରେ ଭାରତୀୟ ଯୁବ ବ୍ୟାଟର ତଥା ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ ଆର୍ଯ୍ୟବୀର ସେହ୍ବାଗ ନିଜ ବ୍ୟାଟିଂରେ ପୁଣିଥରେ ପ୍ରଭାବିତ କରିଛନ୍ତି। ଓପନର…

ବିଳମ୍ବିତ ରାତିରେ ନିଖୋଜ ହୋଇଗଲା ମତ୍ସ୍ୟଜୀବୀଙ୍କ ଡ଼ଙ୍ଗା, ଆଉ ତା’ପରେ…

ଛତ୍ରପୁର,୨୧।୯(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ମେରାଇନ ଥାନା ଅନ୍ତର୍ଗତ ଆର୍ଯ୍ୟପଲ୍ଲୀ ଫିସେରୀ ଜେଟିରୁ ଏକ ମତ୍ସ୍ୟଜୀବୀଙ୍କ ଡଙ୍ଗା ନିଖୋଜ ହୋଇଯାଇଥିବା ଖବର ସାମନାକୁ ଆସିଛି। ମେରାଇନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?