୨୪ କର୍ମଚାରୀଙ୍କ ଦରମା ବନ୍ଦ କଲେ ମନ୍ତ୍ରୀ

ଗୋପ/ନିମାପଡ଼ା,୨୬ା୫(ଡି.ଏନ୍‌.ଏ.):ବାତ୍ୟା ‘ୟାସ୍‌’ର ମୁକାବିଲା ପାଇଁ ରାଜ୍ୟ ସରକାର ସମସ୍ତ ସରକାରୀ କାର୍ଯ୍ୟାଳୟରେ ଅଧିକାରୀ ଓ କର୍ମଚାରୀ ଉପସ୍ଥିତ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଗୋପ ତହସିଲ ଓ ନିମାପଡ଼ା ବ୍ଲକ କାର୍ଯ୍ୟାଳୟରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଛି। ମଙ୍ଗଳବାର ଗୋପ ତହସିଲ କାର୍ଯ୍ୟାଳୟରେ ଅନୁପସ୍ଥିତି ଥିବାରୁ ମନ୍ତ୍ରୀ ସମୀର ରଞ୍ଜନ ଦାଶ ୧୬ଜଣ କର୍ମଚାରୀଙ୍କ ଦରମା ବନ୍ଦ କରିବା ସହ କାରଣ ଦର୍ଶାଅ ନୋଟିସ ଜାରି କରିଛନ୍ତି। ସେହିପରି ମନ୍ତ୍ରୀ ଦାଶ ନିମାପଡ଼ା ବ୍ଲକ କାର୍ଯ୍ୟାଳୟର ୮ଜଣଙ୍କ ଦରମା ବନ୍ଦ କରିବା ସହ କାରଣ ଦର୍ଶାଅ ନୋଟିସ ଜାରି କରିଛନ୍ତି।
ସୂଚନା ମୁତାବକ, ମଙ୍ଗଳବାର ଅପରାହ୍ନରେ ଗୋପ ତହସିଲ କାର୍ଯ୍ୟାଳୟରେ ମନ୍ତ୍ରୀ ଦାଶ ଅଚାନକ ପହଞ୍ଚିଥିଲେ। ୧୬ଜଣ କର୍ମଚାରୀ ଅନୁପସ୍ଥିତି ଥିବା ଜାଣିବାକୁ ପାଇଥିଲେ। ଏନେଇ ମନ୍ତ୍ରୀ ଦାଶ ତହସିଲଦାର ଶୁଭାଶିଷ ପାଲଟାଙ୍କୁ ପଚାରିବାରେ ସନ୍ତୋଷଜନକ ଉତ୍ତର ଦେଇ ପାରିନଥିଲେ। ପରେ ମନ୍ତ୍ରୀ ଅନୁପସ୍ଥିତ ଥିବା ୧୬ଜଣ କର୍ମଚାରୀଙ୍କ ଦରମା ବନ୍ଦ କରିଥିଲେ। ବାତ୍ୟା ସମୟରେ କର୍ମଚାରୀମାନେ କାହା ନିର୍ଦ୍ଦେଶରେ ରହିଛନ୍ତି ଉକ୍ତ କର୍ମଚାରୀଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରିବା ସହ ୩ଦିନ ମଧ୍ୟରେ ଉତ୍ତର ଦେବା ଲାଗି ତହସିଲଦାର ପାଲଟାଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସେହପରି ମନ୍ତ୍ରୀ ଦାଶ ଅଚାନକ ନିମାପଡ଼ା ବ୍ଲକ କାର୍ଯ୍ୟାଳୟରେ ପହଞ୍ଚିଥିଲେ। ବାତ୍ୟା ଭଳି ସମୟରେ କାର୍ଯ୍ୟାଳୟରେ ୫ଜଣ କିରାଣୀ, ଜଣେ ସହକାରୀ ନିର୍ବାହୀ ଯନ୍ତ୍ରୀ, ଜଣେ ଡାଟା ଏଣ୍ଟ୍ରି ଅପରେଟର, ଜଣେ ଡବ୍ଲ୍ୟୁଇଓ ଅନୁପସ୍ଥିତ ଥିବାରୁ ମନ୍ତ୍ରୀ ଦାଶ ସେମାନଙ୍କ ଦରମା ବନ୍ଦ କରିବା ସହ କାରଣ ଦର୍ଶାଅ ନୋଟିସ ଜାରି କରିଛନ୍ତି। ପରେ ବାତ୍ୟା ସ୍ଥିତି ସମ୍ପର୍କରେ ବିଡିଓ ଏବଂ ଅନ୍ୟାନ୍ୟ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀରେ ଡଙ୍ଗାବୁଡି ଘଟଣା: ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯।୪: ମହାନଦୀରେ ଡଙ୍ଗା ବୁଡିବା ଘଟଣାରେ ମୃତକଙ୍କ ପରିବାରକୁ ଅନୁକମ୍ପା ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପରିବାରକୁ ୪ ଲକ୍ଷ ଲେଖାଏଁ ଅନୁକମ୍ପା...

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

ଅଶୁଂଘାତ ନେଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି...

ମହାନଦୀରେ ବୁଡିଲା ଡଙ୍ଗା: ଜଣେ ମୃତ, ୬ ନିଖୋଜ

ଝାରସୁଗୁଡା,୧୯।୪: ମହାନଦୀରେ ବୁଡିଲା ଡଙ୍ଗା। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ ଜଣଙ୍କର ପତ୍ତା ମିଳୁନି। ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଶରଧା ନିକଟ...

ବିଜେଡିରେ ସାମିଲ ହେଲେ ବିଜୟ କେତନ ସ୍ବାଇଁ; କହିଲେ-ବିତୃଷ୍ଣା ହୋଇ ଭାଜପା ଛାଡ଼ିଲି

ଭୁବନେଶ୍ୱର,୧୯ା୪: ଭାଜପା ଛାଡି ବିଜେଡିରେ ଯୋଗ ଦେଲେ ବରିଷ୍ଠ ନେତା ବିଜୟ କେତନ ସ୍ବାଇଁ । ରାଜନଗର ବିଧାୟକ ଧ୍ରୁବ ସାହୁ, କେନ୍ଦ୍ରାପଡ଼ା ପର୍ଯ୍ୟବେକ୍ଷକ ପ୍ରତାପ...

ବୃଦ୍ଧଙ୍କୁ ପଥରରେ ଛେଚି ହତ୍ୟା

ପାଇକମାଳ,୧୯ା୪(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ ଭୁବନେଶ୍ୱରପୁର(ଚେରିମୁଣ୍ଡା) ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୬୫ ବର୍ଷର ବୃଦ୍ଧଙ୍କୁ ପଥରରେ ଛେଚି...

ଗଞ୍ଜେଇ ଚାଲାଣକାରୀଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୧୯।୪(ସୁବାସ ଚନ୍ଦ୍ର ପାଢ଼ୀ): ଅତିରିକ୍ତ ଜିଲା ଦୌରା ଜଜ୍‌(ଏଡିଜେ)-୩ ଡ. ଇନ୍ଦୁ ଶର୍ମା ଶୁକ୍ରବାର ଦୁଇ ଗଞ୍ଜେଇ ଚାଲାଣକାରୀଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ସେମାନେ ହେଲେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri