୨୪ କର୍ମଚାରୀଙ୍କ ଦରମା ବନ୍ଦ କଲେ ମନ୍ତ୍ରୀ

ଗୋପ/ନିମାପଡ଼ା,୨୬ା୫(ଡି.ଏନ୍‌.ଏ.):ବାତ୍ୟା ‘ୟାସ୍‌’ର ମୁକାବିଲା ପାଇଁ ରାଜ୍ୟ ସରକାର ସମସ୍ତ ସରକାରୀ କାର୍ଯ୍ୟାଳୟରେ ଅଧିକାରୀ ଓ କର୍ମଚାରୀ ଉପସ୍ଥିତ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଗୋପ ତହସିଲ ଓ ନିମାପଡ଼ା ବ୍ଲକ କାର୍ଯ୍ୟାଳୟରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଛି। ମଙ୍ଗଳବାର ଗୋପ ତହସିଲ କାର୍ଯ୍ୟାଳୟରେ ଅନୁପସ୍ଥିତି ଥିବାରୁ ମନ୍ତ୍ରୀ ସମୀର ରଞ୍ଜନ ଦାଶ ୧୬ଜଣ କର୍ମଚାରୀଙ୍କ ଦରମା ବନ୍ଦ କରିବା ସହ କାରଣ ଦର୍ଶାଅ ନୋଟିସ ଜାରି କରିଛନ୍ତି। ସେହିପରି ମନ୍ତ୍ରୀ ଦାଶ ନିମାପଡ଼ା ବ୍ଲକ କାର୍ଯ୍ୟାଳୟର ୮ଜଣଙ୍କ ଦରମା ବନ୍ଦ କରିବା ସହ କାରଣ ଦର୍ଶାଅ ନୋଟିସ ଜାରି କରିଛନ୍ତି।
ସୂଚନା ମୁତାବକ, ମଙ୍ଗଳବାର ଅପରାହ୍ନରେ ଗୋପ ତହସିଲ କାର୍ଯ୍ୟାଳୟରେ ମନ୍ତ୍ରୀ ଦାଶ ଅଚାନକ ପହଞ୍ଚିଥିଲେ। ୧୬ଜଣ କର୍ମଚାରୀ ଅନୁପସ୍ଥିତି ଥିବା ଜାଣିବାକୁ ପାଇଥିଲେ। ଏନେଇ ମନ୍ତ୍ରୀ ଦାଶ ତହସିଲଦାର ଶୁଭାଶିଷ ପାଲଟାଙ୍କୁ ପଚାରିବାରେ ସନ୍ତୋଷଜନକ ଉତ୍ତର ଦେଇ ପାରିନଥିଲେ। ପରେ ମନ୍ତ୍ରୀ ଅନୁପସ୍ଥିତ ଥିବା ୧୬ଜଣ କର୍ମଚାରୀଙ୍କ ଦରମା ବନ୍ଦ କରିଥିଲେ। ବାତ୍ୟା ସମୟରେ କର୍ମଚାରୀମାନେ କାହା ନିର୍ଦ୍ଦେଶରେ ରହିଛନ୍ତି ଉକ୍ତ କର୍ମଚାରୀଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରିବା ସହ ୩ଦିନ ମଧ୍ୟରେ ଉତ୍ତର ଦେବା ଲାଗି ତହସିଲଦାର ପାଲଟାଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସେହପରି ମନ୍ତ୍ରୀ ଦାଶ ଅଚାନକ ନିମାପଡ଼ା ବ୍ଲକ କାର୍ଯ୍ୟାଳୟରେ ପହଞ୍ଚିଥିଲେ। ବାତ୍ୟା ଭଳି ସମୟରେ କାର୍ଯ୍ୟାଳୟରେ ୫ଜଣ କିରାଣୀ, ଜଣେ ସହକାରୀ ନିର୍ବାହୀ ଯନ୍ତ୍ରୀ, ଜଣେ ଡାଟା ଏଣ୍ଟ୍ରି ଅପରେଟର, ଜଣେ ଡବ୍ଲ୍ୟୁଇଓ ଅନୁପସ୍ଥିତ ଥିବାରୁ ମନ୍ତ୍ରୀ ଦାଶ ସେମାନଙ୍କ ଦରମା ବନ୍ଦ କରିବା ସହ କାରଣ ଦର୍ଶାଅ ନୋଟିସ ଜାରି କରିଛନ୍ତି। ପରେ ବାତ୍ୟା ସ୍ଥିତି ସମ୍ପର୍କରେ ବିଡିଓ ଏବଂ ଅନ୍ୟାନ୍ୟ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚାରି ସନ୍ତାନଙ୍କ ମା’ଙ୍କଠାରୁ ଅଲଗା ହେଲେ ଏଲନ ମସ୍କ ; ସାଥୀ ଶିଭୋନ ଲେଖିଲେ ଲମ୍ବା ପୋଷ୍ଟ

ଓ୍ବାଶିଂଟନ,୩।୧୦: ଏଲନ ମସ୍କ ଏବଂ ଶିଭୋନ ଜିଲିସଙ୍କ ସମ୍ପର୍କକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ନ୍ୟୁରାଲିଙ୍କ (Neuralink)ର ଅଧିକାରୀ ଶିଭୋନ ଜିଲିସ ସୋସିଆଲ ମିଡିଆରେ…

୬,୬,୬,୬,୬,୬… ପାକିସ୍ତାନୀ ବୋଲରଙ୍କୁ ଧୋଇଲେ ଅଭିଷେକ, ୨୦ ବଲରେ କଲେ…

ନୂଆଦିଲ୍ଲୀ,୩।୧୦: ୨୦୨୬ ଏସୀୟ କ୍ରୀଡ଼ା ଫାଇନାଲରେ ପାକିସ୍ତାନ ବିପକ୍ଷରେ ଅଭିଷେକ ଶର୍ମା ଏକ ଦମଦାର ଇନିଂସ ଖେଳିଥିଲେ। ସେ ପାକିସ୍ତାନୀ ବୋଲିଂ ଆକ୍ରମଣକୁ ଧ୍ୱସ୍ତବିଧ୍ୱସ୍ତ କରି ମାତ୍ର…

୩ ଦିନରେ ପ୍ରତ୍ୟାହାର ହେଲାଣି ୨୯,୬୦୦ କୋଟି

ମୁମ୍ବାଇ,୩ା୧୦: ପଶ୍ଚିମ ଏସିଆ ସଙ୍କଟକୁ ନେଇ ପରିବର୍ତ୍ତିତ ଭୂ-ରାଜନୈତିକ ସ୍ଥିତିରେ ବୈଶ୍ୱିକ ଶେୟାର ବଜାର ମାତ୍ରାଧିକ ପ୍ରଭାବିତ ହେବାରେ ଲାଗିଛି। ଅଶୋଧିତ ତୈଳର ଯୋଗାଣ ଶୃଙ୍ଖଳ ବ୍ୟାହତହେବା…

ରେନୋଇଣ୍ଡିଆ ନୂଆ ଟ୍ରାଇବର ୧୦୦ ପିଏସ୍‌ର ବଜାର ପ୍ରବେଶ

ଭୁବନେଶ୍ୱର, ୩ା୧୦:ରେନୋଇଣ୍ଡିଆ ପକ୍ଷରୁ ନୂଆ ଟ୍ରାଇବର ୧୦୦ ପିଏସ୍‌ ଉନ୍ମୋଚନ ହୋଇଯାଇଛି। ଏଥିସହ ଭାରତରେ କମ୍ପାନୀର ରେନୋ ଗ୍ରୁପ୍‌ ଏଣ୍ଟ୍ରି ପ୍ଲାଟ୍‌ଫର୍ମ (ଆର୍‌ଜିଇପିି)ର ଶୁଭାରମ୍ଭ ହୋଇଛି। ଗ୍ରାହକମାନଙ୍କ…

ଅଭିଷେକ-ତିଲକଙ୍କ ଧୂଆଁଧାର ବ୍ୟାଟିଂ: ପାକିସ୍ତାନକୁ ବିଶାଳ ଟାର୍ଗେଟ୍‌ ଦେଲା ଭାରତ

ନୂଆଦିଲ୍ଲୀ,୩।୧୦: ଏସିଆନ ଗେମ୍ସ ୨୦୨୬ର ପୁରୁଷ କ୍ରିକେଟ ଫାଇନାଲରେ ଭାରତ ଓ ପାକିସ୍ତାନ ମଧ୍ୟରେ ରୋମାଞ୍ଚକର ମୁକାବିଲା ଜାରି ରହିଛି। ଟସ ଜିତି ପ୍ରଥମେ ବ୍ୟାଟିଂ କରିଥିବା…

ଆଜି ମା’ ଲଙ୍କେଶ୍ୱରୀଙ୍କ ଖଣ୍ଡାବସା ପର୍ବ, ମନ୍ଦିରରେ ଲାଗିଛି ଶ୍ରଦ୍ଧାଳଙ୍କୁ ଭିଡ଼

ଭବାନୀପାଟଣା,୩ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ର ଅଧିଷ୍ଠାତ୍ରୀ ଦେବୀ ମା’ ଲଙ୍କେଶ୍ୱରୀଙ୍କ ଖଣ୍ଡାବସା ପର୍ବ ଶନିବାର ଅନୁଷ୍ଠିତ ହେବ। ଏଥିପାଇଁ ଦେବୀପୀଠ ଉତ୍ସବ ମୁଖର ହୋଇ…

CJP କୁ ନେଇ ଏମିତି କହିଲେ ମମତା ବାନାର୍ଜୀ, ରାଜନୀତି ହେଲାଣି ସରଗରମ

ନୂଆଦିଲ୍ଲୀ,୩।୧୦: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ, ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ‘କକରୋଚ ଜନତା ପାର୍ଟି’ (CJP) ଦ୍ୱାରା ଚାଲିଥିବା…

ଲଜ୍‌କୁ ଡାକି ଛାତ୍ରୀଙ୍କୁ ବଳାତ୍କାର କଲେ ଯୁବକ, ଡାକ୍ତରୀମାଇନା ପରେ…

ହାଟଡିହୀ,୩ା୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ସୋସୋ ଥାନା ଅଞ୍ଚଳରେ ଜଣେ ଯୁକ୍ତ-୩ ଛାତ୍ରୀଙ୍କୁ ଲଜ୍‌ରେ ବଳାତ୍କାର କରାଯାଇଥିବା ନେଇ ଶୁକ୍ରବାର ଅଭିଯୋଗ ହୋଇଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?