Posted inଜାତୀୟ

ଇଚିଙ୍ଗ୍‌ ପାଉଡର ପକାଇବାରୁ ମନ୍ତ୍ରୀ ହଟହଟା

ଅଶୋକନଗର, ୧୦ା୨:ଭାରତୀୟ ଜନତା ପାର୍ଟିର ବିକାଶ ଯାତ୍ରାରେ ଯୋଗ ଦେବା ଅବସରରେ ମଧ୍ୟପ୍ରଦେଶ ଅଶୋକନଗର ଜିଲା ମୁଙ୍ଗୋଓଲି ବିଧାୟକ ତଥା ମନ୍ତ୍ରୀ ବ୍ରିଜେନ୍ଦ୍ର ସିଂ ଯାଦବଙ୍କୁ ହଟହଟା ହେବାକୁ ପଡ଼ିଛି। ମଙ୍ଗଳବାର ମନ୍ତ୍ରୀ ନିଜ ବିଧାନସଭା ନିର୍ବାଚନ ମଣ୍ଡଳୀ ମୁଙ୍ଗୋଓଲିର ଏକ ଗ୍ରାମରେ ବିକାଶ ଯାତ୍ରାର ଆୟୋଜନ କରିଥିଲେ। ମନ୍ତ୍ରୀଙ୍କୁ ସ୍ବାଗତ ଜଣାଇ କେତେଜଣ ବ୍ୟକ୍ତି ତାଙ୍କୁ ଫୁଲମାଳ ପିନ୍ଧାଇଥିଲେ। କିଛି ସମୟ ପରେ ହଠାତ୍‌ ବ୍ରିଜେନ୍ଦ୍ରଙ୍କ ଦେହ କୁଣ୍ଡାଇ ହେବା ଆରମ୍ଭ ହୋଇଥିଲା। ବିକାଶ ଯାତ୍ରା ସମୟରେ ମନ୍ତ୍ରୀ ନିଜ ସମର୍ଥକଙ୍କ ସହ ଚାଲିଯାଉଥିବା ବେଳେ ତାଙ୍କ ଦେହ ଅଧିକ କୁଣ୍ଡେଇ ହୋଇଥିଲା, ଯାହାପରେ ମନ୍ତ୍ରୀଙ୍କୁ ଯାତ୍ରାକୁ ଅଧାରେ ରଖି ଗାଧୋଇବାକୁ ପଡ଼ିଥିଲା। ତେବେ ଯାତ୍ରା ସମୟରେ ମନ୍ତ୍ରୀ ନିଜ ଶରୀରକୁ କୁଣ୍ଡାଉଥିବାର ଭିଡିଓ ଏବେ ସୋସିଆଲ ମିଡିଆରେ ବହୁଳ ପ୍ରସାର ହେବାରେ ଲାଗିଛି। ସ୍ଥାନୀୟ ଗଣମାଧ୍ୟମ ସୂଚନା ଅନୁସାରେ, ବିକାଶ ଯାତ୍ରାରେ ମନ୍ତ୍ରୀଙ୍କୁ ସ୍ବାଗତ କରିବା ସମୟରେ କେତେଜଣ ଖଳ ପ୍ରକୃତିର ଲୋକ ମନ୍ତ୍ରୀଙ୍କ ଗଳାରେ ଫୁଲମାଳ ଦେବାବେଳେ ଇଚିଂ (କୁଣ୍ଡେଇ ହେବା) ପାଉଡର୍‌ ଢାଳି ଦେଇଥିଲେ। ଫଳରେ ମନ୍ତ୍ରୀଙ୍କୁ ହଟହଟା ହେବାକୁ ପଡ଼ିଥିବା କୁହାଯାଉଛି। ମୁଙ୍ଗାଓଲି ସହରର ଦେବର୍ଚି ଗ୍ରାମରେ ବିକାଶ ଯାତ୍ରାର ଆୟୋଜନ ସାଙ୍ଗକୁ ଏକାଧିକ ପ୍ରକଳ୍ପର ଶିଳାନ୍ୟାସ କାର୍ଯ୍ୟକ୍ରମରେ ଯୋଗ ଦେବା ଲାଗି ମନ୍ତ୍ରୀ ବ୍ରିଜେନ୍ଦ୍ର ସେଠାକୁ ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଉଟ୍‌ ହେବା ପରେ ଶ୍ରୀଲଙ୍କା ବୋଲରଙ୍କ ସହ ଜୟସ୍ବାଲ ମୁହାଁମୁହିଁ, ମଇଦାନ ମଝିରେ ଧକ୍କାମୁକ୍କି, ଅଧିନାୟକ ମଝିରେ ପଶି-Video

କୋଲମ୍ବୋ,୨୩: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ମଇଦାନରେ ଉତ୍ତେଜନା ଦେଖିବାକୁ ମିଳିଛି। ଭାରତର ଯୁବ ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ…

ସଠିକ୍‌ ପରଚୟ ଯାଞ୍ଚ ନ କରି ଦିଆଯାଉଛି ଘରଭଡ଼ା, ବଢୁଛି ଆପରାଧିକ କାର୍ଯ୍ୟକଳାପ

ଅମରପାଲି,୨୩ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଓ ଉଲୁଣ୍ଡା ଅଞ୍ଚଳରେ ବିନା ପୋଲିସ ଭେରିଫିକେଶନ ଏବଂ ସଠିକ୍‌ ପରିଚୟ ଯାଞ୍ଚ ନ କରି ଘରଭଡ଼ା ଦିଆଯାଉଥିବାରୁ ଆପରାଧିକ…

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri