ଡାକ୍ତର ଅଭାବ, ପ୍ରକଳ୍ପ କାମ ବିଳମ୍ବ ଦେଖି ବିଗିଡ଼ିଲେ ମନ୍ତ୍ରୀ

ଉମରକୋଟ, ୨୧।୪(ସ୍ବ.ପ୍ର.): କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ରାଷ୍ଟ୍ର ମନ୍ତ୍ରୀ ଶୋଭା କାରାଣ୍ଡୁଜେ ୨ଦିନିଆ ନବରଙ୍ଗପୁର ଜିଲା ଗସ୍ତରେ ଆସିଛନ୍ତି। ବୁଧବାର ସେ ଉମରକୋଟରେ ପହଞ୍ଚତ୍ବା ପରେ ଜିଲା ପ୍ରଶାସନ ପକ୍ଷରୁ ତାଙ୍କୁ ସ୍ବାଗତ କରାଯାଇଥିଲ। ନବରଙ୍ଗପୁର ଜିଲାପାଳ ଡ. କମଳ ଲୋଚନ ମିଶ୍ର, ଡିଆର୍‌ଡିଏ ପିଡି, ଉମରକୋଟ ବିଡିଓ ଡ. ହିମାଞ୍ଚଳ ମାଝି, ତହସିଲଦାର ଏନ୍‌. ଜଗତ ଜୀବନ ଚୌଧୁରୀ ପ୍ରମୁଖ ତାଙ୍କୁ ସ୍ବାଗତ କରିଥିଲେ। ଉମରକୋଟ ସହରରେ ଥିବା ପୂର୍ବତନ ମନ୍ତ୍ରୀ ତଥା ସ୍ବାଧୀନତା ସଂଗ୍ରାମୀ ରବି ସିଂ ମାଝିଙ୍କ ପ୍ରତିମୂର୍ତ୍ତିରେ ମନ୍ତ୍ରୀ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ।
ପ୍ରଥମେ ପୂଜାରିଗୁଡା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଯାଇଥିଲେ। ସେଠାରେ ଆବଶ୍ୟକ ସଂଖ୍ୟକ ଡାକ୍ତର ନ ଥିବା ଦେଖି ବିରକ୍ତି ପ୍ରକାଶ କରିଥିଲେ। ସେଠାରୁ ସେ ବାଟିବେଡ଼ା ହାଟିବନ୍ଧ ପୋଖରୀର ପୁନରୁଦ୍ଧାର କାର୍ଯ୍ୟ ତଦାରଖ କରିଥିଲେ। ଏହି ପୁନରୁଦ୍ଧାର କାର୍ଯ୍ୟ ମେଶିନ୍‌ରେ କରାଯାଉଛି। ସ୍ଥାନୀୟ ଲୋକଙ୍କୁ ଶ୍ରମ ମିଳି ନ ଥିବା ମହିଳାମାନେ ଅଭିଯୋଗ କରିଥିଲେ। ପରେ ଉମରକୋଟ ଡଙ୍ଗରିସାହିସ୍ଥିତ ୱାଟର ଟ୍ରିଟ୍‌ମେଣ୍ଟ ପ୍ଲାଣ୍ଟକୁ ମନ୍ତ୍ରୀ ବୁଲି ଦେଖିଥିଲେ। ଧାର୍ଯ୍ୟ ସମୟ ଡେଇଁଯାଇଥିଲେ ସୁଦ୍ଧା ପ୍ରକଳ୍ପ କାର୍ଯ୍ୟକ୍ଷମ ହୋଇ ନ ଥିବାରୁ ଜନସ୍ବାସ୍ଥ୍ୟ ବିଭାଗ କନିଷ୍ଠ ଯନ୍ତ୍ରୀଙ୍କ ଉପରେ ମନ୍ତ୍ରୀ ବିଗିଡିଥିଲେ। ଚଳିତ ମାସ ଶେଷସୁଦ୍ଧା ପ୍ରକଳ୍ପ କାର୍ଯ୍ୟକ୍ଷମ ହେବ ବୋଲି ଯନ୍ତ୍ରୀ ହରପ୍ରିୟା ପାତ୍ର ମନ୍ତ୍ରୀଙ୍କୁ ପ୍ରତିଶ୍ରୁତି ଦେଇଥିଲେ। ପାନୀୟଜଳ ସମସ୍ୟା ନେଇ ଡଙ୍ଗରିଗୁଡ଼ାର ଶତାଧିକ ମହିଳା ମନ୍ତ୍ରୀଙ୍କୁ ଭେଟିଥିଲେ। ପରେ ମନ୍ତ୍ରୀ ଇନାମ କେନ୍ଦ୍ରକୁ ଯାଇଥିଲେ। ଏଠାରେ ମଣ୍ଡି ବ୍ୟବସ୍ଥା ନ ଥିବାରୁ ଚାଷୀ ମକାର ଉଚିତ ମୂଲ୍ୟ ପାଉ ନ ଥିବା ମନ୍ତ୍ରୀଙ୍କୁ ଜଣାଇଥିଲେ। ପରେ ମନ୍ତ୍ରୀ ବଡ଼କୁମାରୀସ୍ଥିତ ଏମ୍‌.ଏସ୍‌ ହାଚେରି ପରିଦର୍ଶନ କରିଥିଲେ। ଏହି ଅବସରରେ ହାଚେରିର ୮ ପ୍ରକଳ୍ପର ଡେମୋ ଦେଖାଯାଇଥିଲା। ମନ୍ତ୍ରୀଙ୍କ ସହ ଉମରକୋଟ ବିଧାୟକ ନିତ୍ୟାନନ୍ଦ ଗଣ୍ଡ, ଉମରକୋଟ ପୌର ପରିଷଦ ନିର୍ବାହୀ ଅଧିକାରୀ ରାମଚନ୍ଦ୍ର ମାଝିଙ୍କ ସମେତ ସମସ୍ତ ବିଭାଗର ସରକାରୀ ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଟୋ ଉପରେ ଚଢିଗଲା ଟ୍ରକ: ୩ ଘଟଣାସ୍ଥଳରେ ମୃତ, ୯ ଗୁରୁତର ଆହତ

ରାଇଘର,୨୧/୪: ନବରଙ୍ଗପୁର ଜିଲା ରାଇଘର ଥାନା ଅନ୍ତର୍ଗତ ଜୋଡେଙ୍ଗା ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଅଟୋ ଓ ଟ୍ରକ ମୁହମୁହି ଧକ୍କା ହେବା ଫଳରେ...

ମାଣ୍ଡିଆ କିଣାର ଭିଜିଲାନ୍ସ ତଦନ୍ତ ଦାବି କଲେ ଚାଷୀ

ନବରଙ୍ଗପୁର,୨୧।୪,(ସଦାଶିବ ପ୍ରହରାଜ)ନବରଙ୍ଗପୁରରେ କର୍ନାଟକରୁ ଆସିଥିବା ଏକ ମାଣ୍ଡିଆ ବୋଝେଇ ଗାଡ଼ି ଶୁକ୍ରବାର ଜବତ ହୋଇଛି। ଏହାପରେ ଜିଲାରେ ମିଲେଟ ମିଶନ କିପରି କାର୍ଯ୍ୟକାରୀ ହେଉଛି ତାହାକୁ...

ବିଜେଡି ବିଧାୟକଙ୍କ ନାଁରେ ସାଂଘାତିକ ଅଭିଯୋଗ ଆଣିଲେ ନାଏବ ସରପଞ୍ଚ

ନବରଙ୍ଗପୁର,୧୨।୪(ସଦାଶିବ ପ୍ରହରାଜ):ଋଣ ଦେବାକୁ କହି ନବରଙ୍ଗପୁର ବିଧାୟକ ସଦାଶିବ ପ୍ରଧାନୀ ଏସ୍‌ଏଚ୍‌ଜି ମହିଳାଙ୍କୁ ବିଜେଡିରେ ମିଶାଉଥିବା ଅଭିଯୋଗ କରିଛନ୍ତି ନନ୍ଦାହାଣ୍ଡି ବ୍ଲକ ମେଣ୍ଟ୍ରି ପଞ୍ଚାୟତ ନାଏବ...

ମେ’, ଜୁନ୍‌ରେ ୪ ଦିନ ଡ୍ରାଏ ଡେ

ନବରଙ୍ଗପୁର,୭।୪(ସଦାଶିବ ପ୍ରହରାଜ)ନବରଙ୍ଗପୁର ଜିଲାରେ ଆଗାମୀ ସାଧାରଣ ନିର୍ବାଚନକୁ ଅବାଧ, ନିରପେକ୍ଷ, ସ୍ବଚ୍ଛ ଓ ଶାନ୍ତିଶୃଙ୍ଖଳାର ସହିତ ସୁଚାରୁରୂପେ ପରିଚାଳନା ପାଇଁ ଜିଲା ପ୍ରଶାସନ ପକ୍ଷରୁ ଆବଶ୍ୟକ...

ଆଡ୍‌ମିଟ୍‌ କାର୍ଡ ପାଇଁ ଟଙ୍କା

ଚନ୍ଦାହାଣ୍ଡି, ୬।୪(ଦିଲୀପ ଦାସ): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକ ସରକାରୀ ପାନାବେଡ଼ା ନୂତନ ହାଇସ୍କୁଲ ଛାତ୍ରୀଛାତ୍ରଙ୍କଠାରୁ ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା ଆଡ୍‌ମିଟ୍‌ କାର୍ଡ ଦେବା...

ଭାଜପା ଲୋକସଭା ପ୍ରାର୍ଥୀଙ୍କ ଗାଡ଼ିକୁ ଅଣ୍ଡା ମାଡ଼

ପାପଡ଼ାହାଣ୍ଡି, ୨୮।୩(ସ୍ବପ୍ନଜିତ ପଟ୍ଟନାୟକ)ନବରଙ୍ଗପୁର ଜିଲା ମଇଦଲପୁର ହାଟପଦାଠାରେ ବୁଧବାର ଭାଜପାର ନବରଙ୍ଗପୁର ଲୋକ ସଭା ପ୍ରାର୍ଥୀ ବଳଭଦ୍ର ମାଝିଙ୍କ ଗାଡ଼ି ଉପରକୁ ଅଣ୍ଡାମାଡ଼ ହୋଇଛି। ବଳଭଦ୍ର...

ସିସି କ୍ୟାମେରାରେ କାଦୁଅ ଲଗାଇ କରୁଥିଲେ ବ୍ୟାଙ୍କ ଚୋରି: ସାଇରନ ବାଜିବାରୁ…

ଉମରକୋଟ, ୨୨।୩(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ସହର ମାଁ ପେଣ୍ଡ୍ରାଣୀ ମନ୍ଦିର ନିକଟରେ ଥିବା ଉତ୍କର୍ଷ ସ୍ମଲ୍‌ ଫାଇନାନ୍ସ ବ୍ୟାଙ୍କରେ କିଛି ଦୁର୍ବୁତ୍ତ ଲୁଟ୍‌...

ପିଇବା ପାଣି ପାଇଁ ପ୍ରକୃତି ସାହା

ତେନ୍ତୁଳିଖୁଣ୍ଟି,୨୨।୩(ଚିଦାନନ୍ଦ ସାହୁ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ୍‌ ପାତ୍ରପୁଟ ପଞ୍ଚାୟତ କଳାହାଣ୍ଡି ସୀମାନ୍ତ ପାହାଡ଼ ତଳି ଗାଁ ଝରଣଗୁଡ଼ା। ଗ୍ରାମବାସୀଙ୍କ ପିଇବା ପାଣି ପାଇଁ ପ୍ରକୃତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri