ହାଇକୋର୍ଟରେ ହାଜର ହେଲା ଜାହାଜ ଚଳାଚଳ ମନ୍ତ୍ରଣାଳୟ

କଟକ,୫ା୪ (କାର୍ତ୍ତିକ ସାହୁ): ପାରାଦ୍ୱୀପ ନିକଟ ସମୁଦ୍ରରେ ବ୍ଲାକ୍‌ରୋଜ୍‌ ଜାହାଜ ବୁଡ଼ି ଘଟଣାର ସିବିଆଇ ତଦନ୍ତ ଦାବି ନେଇ ହାଇକୋର୍ଟରେ ରୁଜୁ ମାମଲାର ଶୁଣାଣି ଗୁରୁବାର ହୋଇଛି। ଶୁଣାଣିବେଳେ ଜାହାଜ ଚଳାଚଳ ମନ୍ତ୍ରଣାଳୟ ହାଇକୋର୍ଟରେ ହାଜର ହୋଇ ନିଜର ପକ୍ଷ ରଖିଛି। ଅପରପକ୍ଷରେ ଆବେଦନକାରୀ ଆସନ୍ତା ୪ ସପ୍ତାହ ମଧ୍ୟରେ ମାମଲାର ତଦନ୍ତ ସମ୍ପର୍କିତ ସମସ୍ତ ଦିଗ ଉପରେ ପ୍ରସ୍ତୁତ ହୋଇ ଆସିବାକୁ ହାଇକୋର୍ଟ ଆବେଦନକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ହାଇକୋର୍ଟ ମୁଖ୍ୟ ବିଚାରପତି ଚକ୍ରଧାରୀ ଶରଣ ସିଂ ଓ ବିଚାରପତି ଶିବଶଙ୍କର ମିଶ୍ରଙ୍କ ଖଣ୍ଡପୀଠ ମାମଲାର ଶୁଣାଣି କରିଥିଲେ। ଆସନ୍ତା ୧୫ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ।
ମାମଲାର ବିବରଣୀ ଅନୁସାରେ, ୨୦୦୯ ସେପ୍ଟେମ୍ବର ୯ ତାରିଖରେ ମଙ୍ଗୋଲିଆର ଜାହାଜ ବ୍ଲାକ୍‌ରୋଜ୍‌ ପାରାଦୀପ ସମୁଦ୍ର ଉପକୂଳରୁ ୫ କିଲୋମିଟର ଦୂରରେ ଭାରସାମ୍ୟ ହରାଇ ବୁଡ଼ି ଯାଇଥିଲା। ସେଥିରେ ପ୍ରାୟ ୨୩,୫୦୦ ମେଟ୍ରିକ ଟନ୍‌ ଲୁହାପଥର ବୋଝେଇ ହୋଇଥିଲା। ଏହି ଦୁର୍ଘଟଣାରେ ଜାହାଜର ଜଣେ ଯନ୍ତ୍ରୀଙ୍କ ମୃତ୍ୟୁ ଘଟିଥିଲା। ଜାହାଜଟି ଦୀର୍ଘଦିନ ଧରି ପଡ଼ି ରହିବାରୁ ସମୁଦ୍ରରେ ତେଲ ଭାସିଥିଲା। ହେଲେ ଜାହାଜକୁ କୂଳକୁ ଆଣିବା ପାଇଁ କୌଣସି ବ୍ୟବସ୍ଥା କରାଯାଇ ନ ଥିଲା। ଜାହାଜଟି ଏବେ ପାଣିରେ ସମ୍ପୂର୍ଣ୍ଣ ବୁଡ଼ିଯାଇଛି। ଜାହାଜଟି ଭାରତୀୟ ସମୁଦ୍ର ସୀମାରେ ବୁଡ଼ିଯାଇଥିବାରୁ ଦେଶର ଆଭ୍ୟନ୍ତରୀଣ ସୁରକ୍ଷାକୁ ଦୃଷ୍ଟିରେ ରଖି ଉକ୍ତ ଜାହାଜ ସମ୍ପର୍କରେ ବିସ୍ତୃତ ତଥ୍ୟ ସଂଗ୍ରହ କରିବା ପାଇଁ ଏହି ଘଟଣାର ସିବିଆଇ ତଦନ୍ତ କରିବାକୁ ଭାରତ ସରକାରଙ୍କ ଜାହାଜ ମନ୍ତ୍ରଣାଳୟ ୨୦୧୮ରେ ନିଷ୍ପତ୍ତି ନେଇଥିଲା। ଏନେଇ ପାରାଦ୍ୱୀପ ପୋର୍ଟ ଟ୍ରଷ୍ଟ ପକ୍ଷରୁ ହାଇକୋର୍ଟଙ୍କୁ ଅବଗତ କରାଯାଇଥିଲା। ସିବିଆଇ ପକ୍ଷରୁ ରାଜ୍ୟ ସରକାରଙ୍କୁ ୨୦୧୯ ନଭେମ୍ବରରେ ଚିଠି ଲେଖାଯାଇଥିଲା। କିଛି ମାସ ପରେ ପୁନର୍ବାର ଆଉ ଏକ ଚିଠି ମଧ୍ୟ ଦିଆଯାଇଥିଲା। ହେଲେ ରାଜ୍ୟ ସରକାର ଏନେଇ କୌଣସି ଅନୁମତି ଦେଇ ନ ଥିଲେ। ଏପରି କି ଜାହାଜ ସମ୍ପର୍କରେ ଅଧିକ ଖୋଳତାଡ଼ କରିବାକୁ ରାଜ୍ୟ ସରକାର ତତ୍ପରତା ପ୍ରକାଶ କରି ନ ଥିଲେ। ରାଜ୍ୟ ସରକାର ଅନୁମତି ନ ଦେବା ଫଳରେ ସିବିଆଇ ତଦନ୍ତ ଆରମ୍ଭ ହୋଇପାରିନି ବୋଲି ସିବିଆଇ ପକ୍ଷରୁ ସତ୍ୟପାଠ ମାଧ୍ୟମରେ ଗତ ମାର୍ଚ୍ଚ ୧୯ ତାରିଖରେ ହାଇକୋର୍ଟଙ୍କୁ ଅବଗତ କରାଯାଇଥିଲା। ଏହି ମାମଲାର ତଦନ୍ତ ଅନୁମତି ପାଇଁ ରାଜ୍ୟ ସରକାରଙ୍କୁ ଦୁଇ ଥର ଅନୁରୋଧ କରାଯାଇଥିଲେ ମଧ୍ୟ ରାଜ୍ୟ ସରକାର ଅନୁମତି ଦେଇନାହାନ୍ତି ବୋଲି ସିବିଆଇ ନିଜ ସତ୍ୟପାଠରେ ଦର୍ଶାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...

ବାରବାଟୀ ମ୍ୟାଚ୍‌ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍‌, ଭଡ଼ା ରହିଛି…

କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍‌ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍‌ ଦେଖିବା ପାଇଁ...

କମାଲ ଦେଖାଇଲେ ଶିଶୁ ବୈଜ୍ଞାନିକ, ଜିଲାପାଳ କହିଲେ…

ବରଗଡ଼,୬ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ରାଣା ପ୍ରତାପ ସ୍କୁଲ ପଡ଼ିଆରେ ଶନିବାର ଜିଲାସ୍ତରୀୟ ବିଜ୍ଞାନ ମେଳା ଉଦ୍‌ଘାଟିତ ହୋଇଛି। ଜିଲା ଶିକ୍ଷା ଅଧିକାରୀ ଜ୍ୟୋତିକାନ୍ତ ସାହୁଙ୍କ ଅଧ୍ୟକ୍ଷତା...

ଫିଫା ବିଶ୍ୱକପ୍‌ ଲାଗି ଡ୍ର’ ଉଠାଣ: ଜାଣନ୍ତୁ କେଉଁ ଦଳ କେବେ କାହାକୁ ଭେଟିବ…

ଓ୍ବାଶିଂଟନ,୬ା୧୨: ଆସନ୍ତା ବର୍ଷ ଆମେରିକା, କାନାଡା ଓ ମେକ୍ସିକୋରେ ହେବାକୁ ଯାଉଥିବା ଫିଫା ବିଶ୍ୱକପ୍‌ ଲାଗି ଶନିବାର ଡ୍ର’ ଉଠାଣ ପ୍ରକ୍ରିୟା ଅନୁଷ୍ଠିତ ହୋଇଯାଇଛି। ଏଥିସହିତ...

ଲାଞ୍ଚ ନେବାବେଳେ ଏଡିଇଓଙ୍କୁ ରେଡ୍‌ ହ୍ୟାଣ୍ଡରେ ଧରିଲା ଭିଜିଲାନ୍ସ, ପାଖରୁ ମିଳିଲା…

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ୍‌ ଅଧୀନ ତାଳପଦା ପଞ୍ଚାୟତ ଆକାଉଣ୍ଟାଣ୍ଟ କମ୍‌ ଡାଟା ଏଣ୍ଟ୍ରି ଅପରେଟର(ଏଡିଇଓ) ଲାଞ୍ଚ ନେଇ ଭିଜିଲାନ୍ସ ହାତରେ...

ନାଡ଼ାପାଟାଙ୍ଗ, ମାଣିକୁଟିକୁ ନୂତନ ପଞ୍ଚାୟତ କରିବା ପାଇଁ ଦାବିପତ୍ର

ବାଲିଗୁଡ଼ା, ୬।୧୨(ସଞ୍ଜୟ ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ବାରଖମା ପଞ୍ଚାୟତର ନାଡ଼ାପାଟାଙ୍ଗ ଏବଂ ସିନ୍ଦ୍ରିଗାଁ ପଞ୍ଚାୟତର ମାଣିକୁଟିକୁ ନୂତନ ପଞ୍ଚାୟତ କରିବା ପାଇଁ ଉପଜିଲାପାଳଙ୍କ ଜରିଆରେ...

ବାରବାଟୀରେ ଖେଳିପାରନ୍ତି ଶୁବମନ ଗିଲ୍‌

ଭୁବନେଶ୍ୱର,୬ା୧୨(ଅନାଦି କର): ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ମ୍ୟାଚ୍‌କୁ ଆଉ...

ଗାଧୋଇବା ପାଇଁ ଯାଉଥିବା ବେଳେ ମରଣାନ୍ତକ ଆକ୍ରମ: ଏବେ ଆସିଲା ବଡ଼ ରାୟ

ଦିଗପହଣ୍ଡି,୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶନିବାର ଆଙ୍କୋରଡ଼ା ଗ୍ରାମର ଜେ.ଉଗ୍ରସେନଙ୍କୁ ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଦର୍ଶାଇ ଗିରଫ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri