ହାଇକୋର୍ଟରେ ହାଜର ହେଲା ଜାହାଜ ଚଳାଚଳ ମନ୍ତ୍ରଣାଳୟ

କଟକ,୫ା୪ (କାର୍ତ୍ତିକ ସାହୁ): ପାରାଦ୍ୱୀପ ନିକଟ ସମୁଦ୍ରରେ ବ୍ଲାକ୍‌ରୋଜ୍‌ ଜାହାଜ ବୁଡ଼ି ଘଟଣାର ସିବିଆଇ ତଦନ୍ତ ଦାବି ନେଇ ହାଇକୋର୍ଟରେ ରୁଜୁ ମାମଲାର ଶୁଣାଣି ଗୁରୁବାର ହୋଇଛି। ଶୁଣାଣିବେଳେ ଜାହାଜ ଚଳାଚଳ ମନ୍ତ୍ରଣାଳୟ ହାଇକୋର୍ଟରେ ହାଜର ହୋଇ ନିଜର ପକ୍ଷ ରଖିଛି। ଅପରପକ୍ଷରେ ଆବେଦନକାରୀ ଆସନ୍ତା ୪ ସପ୍ତାହ ମଧ୍ୟରେ ମାମଲାର ତଦନ୍ତ ସମ୍ପର୍କିତ ସମସ୍ତ ଦିଗ ଉପରେ ପ୍ରସ୍ତୁତ ହୋଇ ଆସିବାକୁ ହାଇକୋର୍ଟ ଆବେଦନକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ହାଇକୋର୍ଟ ମୁଖ୍ୟ ବିଚାରପତି ଚକ୍ରଧାରୀ ଶରଣ ସିଂ ଓ ବିଚାରପତି ଶିବଶଙ୍କର ମିଶ୍ରଙ୍କ ଖଣ୍ଡପୀଠ ମାମଲାର ଶୁଣାଣି କରିଥିଲେ। ଆସନ୍ତା ୧୫ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ।
ମାମଲାର ବିବରଣୀ ଅନୁସାରେ, ୨୦୦୯ ସେପ୍ଟେମ୍ବର ୯ ତାରିଖରେ ମଙ୍ଗୋଲିଆର ଜାହାଜ ବ୍ଲାକ୍‌ରୋଜ୍‌ ପାରାଦୀପ ସମୁଦ୍ର ଉପକୂଳରୁ ୫ କିଲୋମିଟର ଦୂରରେ ଭାରସାମ୍ୟ ହରାଇ ବୁଡ଼ି ଯାଇଥିଲା। ସେଥିରେ ପ୍ରାୟ ୨୩,୫୦୦ ମେଟ୍ରିକ ଟନ୍‌ ଲୁହାପଥର ବୋଝେଇ ହୋଇଥିଲା। ଏହି ଦୁର୍ଘଟଣାରେ ଜାହାଜର ଜଣେ ଯନ୍ତ୍ରୀଙ୍କ ମୃତ୍ୟୁ ଘଟିଥିଲା। ଜାହାଜଟି ଦୀର୍ଘଦିନ ଧରି ପଡ଼ି ରହିବାରୁ ସମୁଦ୍ରରେ ତେଲ ଭାସିଥିଲା। ହେଲେ ଜାହାଜକୁ କୂଳକୁ ଆଣିବା ପାଇଁ କୌଣସି ବ୍ୟବସ୍ଥା କରାଯାଇ ନ ଥିଲା। ଜାହାଜଟି ଏବେ ପାଣିରେ ସମ୍ପୂର୍ଣ୍ଣ ବୁଡ଼ିଯାଇଛି। ଜାହାଜଟି ଭାରତୀୟ ସମୁଦ୍ର ସୀମାରେ ବୁଡ଼ିଯାଇଥିବାରୁ ଦେଶର ଆଭ୍ୟନ୍ତରୀଣ ସୁରକ୍ଷାକୁ ଦୃଷ୍ଟିରେ ରଖି ଉକ୍ତ ଜାହାଜ ସମ୍ପର୍କରେ ବିସ୍ତୃତ ତଥ୍ୟ ସଂଗ୍ରହ କରିବା ପାଇଁ ଏହି ଘଟଣାର ସିବିଆଇ ତଦନ୍ତ କରିବାକୁ ଭାରତ ସରକାରଙ୍କ ଜାହାଜ ମନ୍ତ୍ରଣାଳୟ ୨୦୧୮ରେ ନିଷ୍ପତ୍ତି ନେଇଥିଲା। ଏନେଇ ପାରାଦ୍ୱୀପ ପୋର୍ଟ ଟ୍ରଷ୍ଟ ପକ୍ଷରୁ ହାଇକୋର୍ଟଙ୍କୁ ଅବଗତ କରାଯାଇଥିଲା। ସିବିଆଇ ପକ୍ଷରୁ ରାଜ୍ୟ ସରକାରଙ୍କୁ ୨୦୧୯ ନଭେମ୍ବରରେ ଚିଠି ଲେଖାଯାଇଥିଲା। କିଛି ମାସ ପରେ ପୁନର୍ବାର ଆଉ ଏକ ଚିଠି ମଧ୍ୟ ଦିଆଯାଇଥିଲା। ହେଲେ ରାଜ୍ୟ ସରକାର ଏନେଇ କୌଣସି ଅନୁମତି ଦେଇ ନ ଥିଲେ। ଏପରି କି ଜାହାଜ ସମ୍ପର୍କରେ ଅଧିକ ଖୋଳତାଡ଼ କରିବାକୁ ରାଜ୍ୟ ସରକାର ତତ୍ପରତା ପ୍ରକାଶ କରି ନ ଥିଲେ। ରାଜ୍ୟ ସରକାର ଅନୁମତି ନ ଦେବା ଫଳରେ ସିବିଆଇ ତଦନ୍ତ ଆରମ୍ଭ ହୋଇପାରିନି ବୋଲି ସିବିଆଇ ପକ୍ଷରୁ ସତ୍ୟପାଠ ମାଧ୍ୟମରେ ଗତ ମାର୍ଚ୍ଚ ୧୯ ତାରିଖରେ ହାଇକୋର୍ଟଙ୍କୁ ଅବଗତ କରାଯାଇଥିଲା। ଏହି ମାମଲାର ତଦନ୍ତ ଅନୁମତି ପାଇଁ ରାଜ୍ୟ ସରକାରଙ୍କୁ ଦୁଇ ଥର ଅନୁରୋଧ କରାଯାଇଥିଲେ ମଧ୍ୟ ରାଜ୍ୟ ସରକାର ଅନୁମତି ଦେଇନାହାନ୍ତି ବୋଲି ସିବିଆଇ ନିଜ ସତ୍ୟପାଠରେ ଦର୍ଶାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?