Posted inଖେଳ

ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକୁ କ୍ରୀଡ଼ା ମନ୍ତ୍ରଣାଳୟର ସ୍ବାଗତ

ନୂଆଦିଲ୍ଲୀ,୧୮ା୯(ପି.ଟି.)-କେନ୍ଦ୍ରକ୍ରୀଡ଼ା ମନ୍ତ୍ରଣାଳୟ ଏବଂ ଭାରତୀୟ ଅଲିମ୍ପିକ ଆସୋସିଏଶନ (ଆଇଓଏ)କୁ ଆଶ୍ୱସ୍ତି ମିଳିଛି। ଏଣିକି ଦେଶର ବିଭିନ୍ନ ଜାତୀୟ କ୍ରୀଡ଼ା ମହାସଂଘ (ଏନ୍‌ଏସ୍‌ଏଫ୍‌)ଗୁଡ଼ିକୁ ସ୍ବୀକୃତି ପ୍ରଦାନରେ ଆଗୁଆ ଦିଲ୍ଲୀ ହାଇକୋର୍ଟଙ୍କ ଅନୁମତି ନେବାକୁ ପଡ଼ିବ ନାହିଁ। ଅନ୍ୟପକ୍ଷରେ ସ୍ବୀକୃତିର ପ୍ରକ୍ରିୟା ସମ୍ପର୍କରେ ଏକ ସପ୍ତାହ ମଧ୍ୟରେ କୋର୍ଟଙ୍କୁ ଜଣାଇବା ଲାଗି ନିର୍ଦ୍ଦେଶ ଦେଇଛନ୍ତି। ଏନ୍‌ଏସ୍‌ଏଫ୍‌ ସର୍ବୋଚ୍ଚ ନ୍ୟାୟାଳୟଙ୍କ ଏହି ନିର୍ଦ୍ଦେଶକୁ କେନ୍ଦ୍ର କ୍ରୀଡ଼ା ମନ୍ତ୍ରଣାଳୟ ସ୍ବାଗତ କରିଛି। ଏହାଦ୍ୱାରା ଜାତୀୟ କ୍ରୀଡ଼ା ମହାସଂଘଗୁଡ଼ିକ ଶୀଘ୍ର ସ୍ବୀକୃତି ପାଇଯିବେ। ଏବଂ ଅଲିମ୍ପିକ୍ସରେ ଭାଗ ନେବାକୁଥିବା ଆଥଲେଟ୍‌ମାନେ ଶୀଘ୍ର ସେମାନଙ୍କ ପ୍ରସ୍ତୁତି କାର୍ଯ୍ୟ ଆରମ୍ଭ କରିପାରିବେ ବୋଲି ମନ୍ତ୍ରଣାଳୟର ଜଣେ କର୍ମକର୍ତ୍ତା ପ୍ରକାଶ କରିଛନ୍ତି। ସୂଚନାଯୋଗ୍ୟ, ଅନେକ ଜାତୀୟ କ୍ରୀଡ଼ା ମହାସଂଘ ଜାତୀୟ କ୍ରୀଡ଼ା ଆଚରଣ ବିଧି ଅନ୍ତର୍ଗତ ବିଶେଷ କରି କାର୍ଯ୍ୟକାଳ ଅବଧି ଓ ବୟସ ସମୟସୀମା ନିୟମକୁ କାର୍ଯ୍ୟକାରୀ କରୁ ନାହାନ୍ତି ବୋଲି ଦର୍ଶାଇ ୨୦୧୦ରେ ରାହୁଲ ମେହେରା ନାମକ ଜଣେ ଆଇନଜୀବୀ ଏକ ଜନସ୍ବାର୍ଥ ମାମଲା ଦାଐର କରିଥିଲେ। ଏହି ମାମଲାର ବିଚାର କରି ଦିଲ୍ଲୀ ହାଇକୋର୍ଟ କହିଥିଲେ, କୋର୍ଟଙ୍କଠାରୁ ଆଗୁଆ ଅନୁମତି ନ ନେଇ କେନ୍ଦ୍ର କ୍ରୀଡ଼ା ମନ୍ତ୍ରଣାଳୟ ଜାତୀୟ କ୍ରୀଡ଼ା ମହାସଂଘଗୁଡ଼ିକୁ ସ୍ବୀକୃତି ପ୍ରଦାନ କରିପାରିବ ନାହିଁ। ଫଳରେ ୫୭ ଟି ଜାତୀୟ କ୍ରୀଡ଼ା ମହାସଂଘର ସ୍ବୀକୃତି ସାମୟିକ ବାତିଲ ହୋଇଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ICC ODI Rankingରେ ଭାରତୀୟ ବ୍ୟାଟ୍ସମ୍ୟାନ୍‌ଙ୍କ ଦବ୍‌ଦବା: ଟପ୍‌-୪ରେ ୩ ଭାରତୀୟ, ଜାଣନ୍ତୁ କେଉଁ ସ୍ଥାନରେ ରୋହିତ-ବିରାଟ

ନୂଆଦିଲ୍ଲୀ,୨୩।୭: ICC ଦ୍ୱାରା ବୁଧବାର ନୂତନ ରାଙ୍କିଙ୍ଗ ଜାରି କରାଯାଇଛି। ଦିନିକିଆ ବ୍ୟାଟିଂ ରାଙ୍କିଙ୍ଗ୍‌ରେ ଭାରତୀୟ ବ୍ୟାଟ୍ସମ୍ୟାନମାନଙ୍କ ଦବଦବା ଜାରି ରହିଥିବାବେଳେ କ୍ୟାପଟେନ ଶୁବମନ ଗିଲ୍‌ ନମ୍ବର-୧…

ଟିମ୍‌ ଇଣ୍ଡିଆରେ ମିଳିଲାନି ସୁଯୋଗ, ଏବେ ଏହି ଟିମ୍‌ ପାଇଁ ଖେଳିବେ କୁଲଦୀପ ଯାଦବ 

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ ଦଳର ତାରକା ସ୍ପିନର କୁଲଦୀପ ଯାଦବଙ୍କୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଇଂଲଣ୍ଡ ବିପକ୍ଷ ସୀମିତ ଓଭର ସିରିଜରେ ଭାରତୀୟ…

BCCIର ବଡ଼ ଘୋଷଣା: ଏଣିକି ଏମିତି କଲେ ବୋଲରଙ୍କୁ…ନୂଆ ନିୟମ ଜାରି

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ୨୦୨୬-୨୭ ଘରୋଇ କ୍ରିକେଟ ସିଜନ ପୂର୍ବରୁ ଖେଳର ନିୟମରେ ଅନେକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି। ନୂତନ ନିୟମଗୁଡ଼ିକର ପ୍ରଭାବ…

ବିପଦରେ ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ଥାନ! ଜିମ୍ବାୱେ ମ୍ୟାଚରେ ବିଫଳ ହେଲେ…

ନୂଆଦିଲ୍ଲୀ,୨୨।୭: ବୈଭବ ସୂର୍ଯ୍ୟବଂଶୀ ୧୫ ବର୍ଷ ବୟସରେ ନିଜର ଝଡ଼ ବ୍ୟାଟିଂ ବଳରେ ଟିମ ଇଣ୍ଡିଆରେ ସ୍ଥାନ ପାଇଛନ୍ତି। ସେ ଇଂଲଣ୍ଡ ବିପକ୍ଷ ଟି-ଟେଣ୍ଟି ଅନ୍ତର୍ଜାତୀୟ (T20I)…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

୬୪୭ ଦିନ ପରେ ଟିମ୍‌ ଇଣ୍ଡିଆକୁ ଫେରିବେ ଏହି ଘାତକ ଖେଳାଳି: ବଢୁଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୧।୭: ଇଂଲଣ୍ଡ ବିପକ୍ଷ ନିରାଶାକୁ ପଛରେ ପକାଇ, ଭାରତୀୟ କ୍ରିକେଟ ଦଳ ଏବେ ଜିମ୍ବାୱେ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳିବାକୁ ପ୍ରସ୍ତୁତ। ଶ୍ରେୟସ…

ଟିମ ଇଣ୍ଡିଆରେ ବଡ଼ ଧରଣର ଅଦଳବଦଳ: ବିଦାୟ ନେଲେ ଏହି କୋଚ୍‌! ଶେଷ ହେଲା ୫ ବର୍ଷର ଯାତ୍ରା

ମୁମ୍ବାଇ,୨୧।୭: ଇଂଲଣ୍ଡ ବିପକ୍ଷରେ ଟିମ ଇଣ୍ଡିଆକୁ ଟି-20 ଏବଂ ଦିନିକିଆ ସିରିଜରେ ଶୋଚନୀୟ ପରାଜୟର ସାମ୍ନା କରିବାକୁ ପଡ଼ିଛି। ଇଂଲଣ୍ଡ ପ୍ରଥମେ ଭାରତକୁ ଟି-20 ସିରିଜରେ ୪-୦ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri