ବଳାତ୍କାର ମାମଲା ଶୁଣାଣି ସମୟରେ କୋର୍ଟ ପରିସରରେ ବିଷ ପିଇଲେ ନାବାଳିକା

କେନ୍ଦ୍ରାପଡ଼ା, ୧୭ା୧ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା କୋର୍ଟ ପରିସର ବାହାରେ ଶୁକ୍ରବାର ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ପୋକ୍‌ସୋ ମାମଲାରେ ସାକ୍ଷୀ ଦେବାକୁ ମା’ବାପାଙ୍କ ସାଙ୍ଗରେ ଆସିଥିବା ନାବାଳିକା ବିଷ ପିଇ ଦେଇଥିଲେ। ଏହି ଘଟଣା ଜଣାପଡ଼ିବା ପରେ ଆଇନଜୀବୀମାନେ ନାବାଳିକାଙ୍କୁ ଉଦ୍ଧାର କରି ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ।

ତେବେ ନାବାଳିକାଙ୍କ ସ୍ବାସ୍ଥ୍ୟ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ଏ ସମ୍ପର୍କରେ ପୋକ୍‌ସୋ କୋର୍ଟରେ ମାମଲା ପରିଚାଳନାକାରୀ ସ୍ବତନ୍ତ୍ର ପବ୍ଲିକ ପ୍ରସିକ୍ୟୁଟର ମନୋଜ ସାହୁ ସୂଚନା ଦେଇଛନ୍ତି ଯେ, ଏହି ମାମଲା ୨୦୨୪ ମସିହାର। ନାବାଳିକାଙ୍କୁ କେତେଜଣ ସହଯୋଗୀଙ୍କ ସହ ମୁଖ୍ୟ ଅଭିଯୁକ୍ତ ଅପହରଣ କରିଥିବା ସମ୍ପର୍କରେ ପୀଡ଼ିତା ନାବାଳିକାଙ୍କ ମା’ ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନାରେ ଅଭିଯୋଗ କରିଥିଲେ।

ଅଭିଯୋଗକୁ ଭିତ୍ତିକରି ଅପହରଣକାରୀ ଓ ନାବାଳିକାଙ୍କୁ ପୋଲିସ ଉଦ୍ଧାର କରିଥିଲା। ଏହି ମାମଲାର ପ୍ରଥମ ସାକ୍ଷୀ ଭାବେ ମା’ ଓ ବାପାଙ୍କୁ କୋର୍ଟ ପକ୍ଷରୁ ସମନ ହୋଇଥିଲା। ଏମାନେ ସାକ୍ଷୀ ଦେଉଥିବା ସମୟରେ ବାହାରେ ଥିବା ପୀଡ଼ିତା ନାବାଳିକା କୌଣସି କାରଣରୁ ନିକଟସ୍ଥ ଶୌଚାଳୟକୁ ଯାଇ ବିଷ ପିଇ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟେନିସ ଖେଳାଳିଙ୍କ ସହ ନଜର ଆସିଲେ ଯୁବରାଜ, ହରଭଜନ କହିଲେ…

ନୂଆଦିଲ୍ଲୀ,୮।୧୨: ଟିମ ଇଣ୍ଡିଆର କିମ୍ବଦନ୍ତୀ ଅଲରାଉଣ୍ଡର ଯୁବରାଜ ସିଂହଙ୍କ ଏକ ଫଟୋସୁଟ ସୋସିଆଲ ମିଡିଆରେ ହଇଚଇ ସୃଷ୍ଟି କରିଛି। ଏଥିରେ ସେ ଜଣେ ବିଦେଶୀ ମହିଳାଙ୍କ...

ଟାଇକୋଣ୍ଡୋ ଏକାଡେମୀର ଗୌରବମୟ ସଫଳତା: ସୋହନଙ୍କୁ ମିଳିଲା…

ଛତ୍ରପୁର,୮।୧୨(ଦିଲ୍ଲୀପ ସାମଲ): ଛତ୍ରପୁର ନିକଟ ଧିରେଶର୍‌ ବିଦ୍ୟାପୀଠର ନବମ ଶ୍ରେଣୀ ଛାତ୍ର ଏସ୍‌. ସୋହନ ରେଡ୍ଡି ଅରୁଣାଞ୍ଚଳ ପ୍ରଦେଶରେ ହୋଇଥିବା ଜାତୀୟ ବିଦ୍ୟାଳୟ ସମୂହ କ୍ରୀଡା...

କାମ ଦେଉଛି AI କ୍ୟାମେରା: ପୁଣି ଗିରଫ ହେଲେ ୨ ଶିକାରୀ

ନୀଳଗିରି,୮ା୧୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧୀନ କୁଲଡିହା ଅଭୟାରଣ୍ୟରୁ ପୁଣି ଦୁଇ ଶିକାରୀଙ୍କୁ ଧରାଇଦେଲା ଏ.ଆଇ କ୍ୟାମେରା। କିଛି ଦିନ ପୂର୍ବରୁ...

କୃତ୍ରିମ ଉପଗ୍ରହର ବହୁଳତା

ପୃଥିବୀର ଏକମାତ୍ର ପ୍ରାକୃତିକ ଉପଗ୍ରହ ହେଉଛି ଚନ୍ଦ୍ର। କିନ୍ତୁ ଗତ ଶତାବ୍ଦୀର ଦ୍ୱିତୀୟାର୍ଦ୍ଧରୁ ଅନେକ କୃତ୍ରିମ ଉପଗ୍ରହ ପୃଥିବୀ କକ୍ଷରେ ଏହାକୁ ପରିକ୍ରମଣ କରୁଛି। ରୁଷିଆ...

‘ବ୍ରିଟିଶମାନେ ପ୍ରଥମେ ବଙ୍ଗଳାକୁ ବିଭାଜିତ କରିଥିଲେ, ବନ୍ଦେ ମାତରମ ସେମାନଙ୍କ ପାଇଁ ଏକ ଚ୍ୟାଲେଞ୍ଜ ହୋଇଗଲା’ – ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୮।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଲୋକ ସଭାର ଶୀତକାଳୀନ ଅଧିବେଶନ ପାଇଁ ସଂସଦରେ ପହଞ୍ଚିଥିଲେ। ସେ ‘ବନ୍ଦେ ମାତରମ’ର ୧୫୦ତମ ବାର୍ଷିକୀ ଉପରେ ଏକ...

ବାରବାଟୀରେ ଟିମ ଇଣ୍ଡିଆ ଖେଳାଳି: ଅଭ୍ୟାସ ଦେଖିପାରିବେ ଦର୍ଶକ

କଟକ,୮।୧୨: ଓଡ଼ିଶାରେ ଏବେ କ୍ରିକେଟ୍‌ ଫିଭର ଚାଲିଛି। ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି-୨୦ କଟକର ଐତିହାସିକ ବାରବାଟୀ ଷ୍ଟାଡିୟମରେ ଖେଳାଯିବ। ଏହାପୂର୍ବରୁ...

ବିଗ ବସ ୧୯ ବିଜେତା: ଗୌରବ ଖାନ୍ନା ୫୦ ଲକ୍ଷ ନୁହେଁ, ଏତିକି କୋଟି ଟଙ୍କା ନେଇ ଫେରିଲେ

ମୁମ୍ବାଇ,୮।୧୨: ସଲମାନ ଖାନଙ୍କ ରିଆଲିଟି ଶୋ ବିଗ ବସ ୧୯ର ଶେଷ ଏପିସୋଡ ଏକ ବ୍ଲକବଷ୍ଟର ଥିଲା। ରବିବାର ରାତି ଶେଷ ପର୍ଯ୍ୟନ୍ତ ବିଜେତାଙ୍କ ଭାଗ୍ୟ...

ବିଗ୍‌ ବସ୍‌ ଜିତିଲେ ଗୌରବ: ଜାଣନ୍ତୁ ତାଙ୍କ ବିଷୟରେ ରୋଚକ କଥା

କଲର୍ସ ଟିଭିରେ ପ୍ରସାରିତ ରିଆଲିଟି ଶୋ’ ବିଗ୍‌ ବସ୍‌ ସିଜନ୍‌ ୧୯ରେ ବାଜିମାରି ନେଇଛନ୍ତି ଗୌରବ ଖାନ୍ନା। ଏଥିସହ ସାଢ଼େ ୩ ମାସ ଧରି ଚାଲିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri