ନାବାଳିକାଙ୍କୁ ଘରୁ ଉଠାଇ ନେଇ ବଳାତ୍କାର  

ସୋନପୁର,୩।୮(ନି.ପ୍ର.)-ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ଘରୁ ଉଠାଇ ନେଇ ବଳାତ୍କାର କରାଯାଇଛି। ପୀଡିତାଙ୍କ ବାପା ଏ ସମ୍ପର୍କରେ ବୀରମହାରାଜପୁର ଥାନାରେ ସୋମବାର ଲିଖିତ ଅଭିଯୋଗ କରିଛନ୍ତି। ପୋଲିସ ମାମଲା ରୁଜୁ କରିବା ସହ ଅଭିଯୁକ୍ତଙ୍କୁ ଧରିବା ପାଇଁ ତନାଘନା ଚଳାଇଛି। ଏହି ଘଟଣାରେ ସେହି ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି ା
ଅଭିଯୋଗ ଅନୁଯାୟୀ , ନାବାଳିକା ନିଜ ମା’ ଓ ବାପାଙ୍କ ସହିତ ଘରେ ଥିଲେ। ଗୁରୁବାର ରାତି ୯ଟାରେ ଥାନା ଅଞ୍ଚଳର ଦିଲ୍ଲୀପ କୁମାର ମିଶ୍ର ଓରଫ ଟୁକୁ(୪୬) କବାଟ ଭାଙ୍ଗି ତାଙ୍କ ଘରେ ପଶିଥିଲେ । ଏହାପରେ ଟୁକୁ ଏକ ଭୁଜାଲି ଧରି ମା’ ବାପାଙ୍କୁ ଭୟଭୀତ କରିବା ସହ ତାଙ୍କ ୧୭ବର୍ଷୀୟା ଝିଅଙ୍କୁ ଜୋରଜବରଦସ୍ତ ନିଜ ବାଇକ୍‌ରେ ବସାଇ ନେଇ ଯାଇଥିଲେ। ବହୁ ଖୋଜାଖୋଜି କରିଥିଲେ ମଧ୍ୟ ଏହି ଦମ୍ପତି ଝିଅକୁ ପାଇ ନ ଥିଲେ । ଅଭିଯୁକ୍ତ ନାବାଳିକାଙ୍କୁ ନିଜ ରୁଗୁଡିପାଲିସ୍ଥିତ ଘରକୁ ନେଇ ବଳାତ୍କାର କରିଥିଲେ । ଲୋକେ ଏ ସଂକ୍ରାନ୍ତରେ ସୂଚନା ପାଇବା ପୂର୍ବରୁ ଭୋର ୪ଟାରେ ଅଭିଯୁକ୍ତ ନାବାଳିକାଙ୍କୁ ଆଣି ତାଙ୍କ ଘରେ ଛାଡିଥିଲେ। ଏ ସମ୍ପର୍କରେ ଥାନାରେ ଅଭିଯୋଗ କଲେ ତୁମ ମା ବାପାଙ୍କୁ ଜୀବନରୁ ମାରିଦେବି ବୋଲି ପୀଡିତାଙ୍କୁ ଟୁକୁ ଧମକ ଦେଇଥିଲେ। ପୀଡିତା ଘରେ ପହଞ୍ଚତ୍ବା ପରେ କାନ୍ଦିକାନ୍ଦି ମା ବାପାଙ୍କୁ ସବୁ କଥା କହିଥିଲେ। ହେଲେ ଅଭିଯୁକ୍ତ ରାସ୍ତାରେ ଜଗି ରହିଥିବାରୁ ପୀଡିତାଙ୍କ ବାପା ଘଟଣାର ୩ ଦିନ ପରେ ବି ଥାନାରେ ଅଭିଯୋଗ କରିପାରି ନ ଥିଲେ । ସୋମବାର ସୁଯୋଗ ଦେଖି ପୀଡିତାଙ୍କ ବାପା ଥାନାରେ ଅଭିଯୋଗ କରିଛନ୍ତି । ଅଭିଯୁକ୍ତ ସେହି ଅଞ୍ଚଳର ଜଣେ ପ୍ରଭାବଶାଳୀ ବ୍ୟକ୍ତି ହୋଇଥିବାରୁ ଏହି ଘଟଣାକୁ ଚାପି ଦେବାକୁ ଉଦ୍ୟମ ଆରମ୍ଭ ହୋଇଛି ା ତାଙ୍କୁ ଗିରଫ ନ କରିବା ପାଇଁ ଯୋଜନା ଚାଲିଥିବା ଅଭିଯୋଗ ହୋଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

ସୁନା ପାଇଁ ବୃଦ୍ଧାଙ୍କୁ ପୋଡ଼ି ମାରିଦେଲେ! ଦୁଇ ଗୋଡ଼କୁ ଛାଡ଼ି ସବୁ ପାଉଁଶ, ପୋଲିସ ପହଞ୍ଚି…

ଅମ୍ବାଦୋଳା,୨୦।୧୨(ରବୀନ୍ଦ୍ର ପଣ୍ଡା):ରାୟଗଡା ଜିଲା ମୁନିଗୁଡା ବ୍ଲକ ଅମ୍ବାଦଳା ଥାନା ଅନ୍ତର୍ଗତ କୁମୁଡ଼ାବାଲି ଗାଁରେ ଜଣେ ବୃଦ୍ଧାଙ୍କ ଦଗ୍ଧ ମୃତଦେହ ଉଦ୍ଧାର ହୋଇଛି I  ମୃତ ବୃଦ୍ଧା...

ପ୍ରଦୂଷଣ ପ୍ରମାଣପତ୍ର ନ ଥିଲେ ଓଡ଼ିଶାରେ ପେଟ୍ରୋଲ ମନା

ଭୁବନେଶ୍ୱର,୨୦।୧୨: ପରିବହନ କ୍ଷେତ୍ରରେ ପରିବେଶ ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜ୍ୟ ପରିବହନ ପ୍ରାଧିକରଣ (STA) ପକ୍ଷରୁ ଶନିବାର ଏକ ବଡ଼ ପଦକ୍ଷେପ ନିଆଯାଇଛି। ପ୍ରଦୂଷଣ ପ୍ରମାଣପତ୍ର...

ରାଜ୍ୟ ପାଇଁ ଗୌରବ ଆଣିଲେ ରଞ୍ଜନା: ଥାଇଲାଣ୍ଡରୁ ରୌପ୍ୟ ପଦକ ପାଇ…

ପୁରୁଷୋତ୍ତମପୁର,୨୦।୧୨ (ସବିତା ମିଶ୍ର): ଥାଇଲାଣ୍ଡରେ ଚାଲିଥିବା ଅନ୍ତର୍ଜାତୀୟ ପାରା ଆଥ୍ଲେଟିକ ପ୍ରତିଯୋଗିତାରେ ଗଞ୍ଜାମ ଜଲା ପୁରୁଷୋତ୍ତମପୁର ବ୍ଳକ କୁଶପୁର ଗ୍ରାମର ରଞ୍ଜନା ନାୟକ ଦୁଇଗୋଟି ରୌପ୍ୟ...

ମିନି ଟ୍ରାକ୍ଟର ଚଲାଇଲେ ବିଧାୟକ: କହିଲେ କୃଷକ ଦେଶର ମେରୁଦଣ୍ଡ 

ଭଞ୍ଜନଗର,୨୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡିଆରେ ତିନିଦିନ ଧରି ଚାଲିଥିବା ଉପଖଣ୍ଡ ସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଶନିବାର ଉଦ୍‌ଯାପିତ ହୋଇଯାଇଛି। ଏଥିରେ...

ମିନି ଟ୍ରାକ୍ଟର ଚଲାଇଲେ ବିଧାୟକ: କହିଲେ କୃଷକ ଦେଶର ମେରୁଦଣ୍ଡ 

ଭଞ୍ଜନଗର,୨୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡିଆରେ ତିନିଦିନ ଧରି ଚାଲିଥିବା ଉପଖଣ୍ଡ ସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଶନିବାର ଉଦ୍‌ଯାପିତ ହୋଇଯାଇଛି। ଏଥିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri