ନାବାଳିକାଙ୍କୁ ଘରୁ ଉଠାଇ ନେଇ ବଳାତ୍କାର  

ସୋନପୁର,୩।୮(ନି.ପ୍ର.)-ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ଘରୁ ଉଠାଇ ନେଇ ବଳାତ୍କାର କରାଯାଇଛି। ପୀଡିତାଙ୍କ ବାପା ଏ ସମ୍ପର୍କରେ ବୀରମହାରାଜପୁର ଥାନାରେ ସୋମବାର ଲିଖିତ ଅଭିଯୋଗ କରିଛନ୍ତି। ପୋଲିସ ମାମଲା ରୁଜୁ କରିବା ସହ ଅଭିଯୁକ୍ତଙ୍କୁ ଧରିବା ପାଇଁ ତନାଘନା ଚଳାଇଛି। ଏହି ଘଟଣାରେ ସେହି ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି ା
ଅଭିଯୋଗ ଅନୁଯାୟୀ , ନାବାଳିକା ନିଜ ମା’ ଓ ବାପାଙ୍କ ସହିତ ଘରେ ଥିଲେ। ଗୁରୁବାର ରାତି ୯ଟାରେ ଥାନା ଅଞ୍ଚଳର ଦିଲ୍ଲୀପ କୁମାର ମିଶ୍ର ଓରଫ ଟୁକୁ(୪୬) କବାଟ ଭାଙ୍ଗି ତାଙ୍କ ଘରେ ପଶିଥିଲେ । ଏହାପରେ ଟୁକୁ ଏକ ଭୁଜାଲି ଧରି ମା’ ବାପାଙ୍କୁ ଭୟଭୀତ କରିବା ସହ ତାଙ୍କ ୧୭ବର୍ଷୀୟା ଝିଅଙ୍କୁ ଜୋରଜବରଦସ୍ତ ନିଜ ବାଇକ୍‌ରେ ବସାଇ ନେଇ ଯାଇଥିଲେ। ବହୁ ଖୋଜାଖୋଜି କରିଥିଲେ ମଧ୍ୟ ଏହି ଦମ୍ପତି ଝିଅକୁ ପାଇ ନ ଥିଲେ । ଅଭିଯୁକ୍ତ ନାବାଳିକାଙ୍କୁ ନିଜ ରୁଗୁଡିପାଲିସ୍ଥିତ ଘରକୁ ନେଇ ବଳାତ୍କାର କରିଥିଲେ । ଲୋକେ ଏ ସଂକ୍ରାନ୍ତରେ ସୂଚନା ପାଇବା ପୂର୍ବରୁ ଭୋର ୪ଟାରେ ଅଭିଯୁକ୍ତ ନାବାଳିକାଙ୍କୁ ଆଣି ତାଙ୍କ ଘରେ ଛାଡିଥିଲେ। ଏ ସମ୍ପର୍କରେ ଥାନାରେ ଅଭିଯୋଗ କଲେ ତୁମ ମା ବାପାଙ୍କୁ ଜୀବନରୁ ମାରିଦେବି ବୋଲି ପୀଡିତାଙ୍କୁ ଟୁକୁ ଧମକ ଦେଇଥିଲେ। ପୀଡିତା ଘରେ ପହଞ୍ଚତ୍ବା ପରେ କାନ୍ଦିକାନ୍ଦି ମା ବାପାଙ୍କୁ ସବୁ କଥା କହିଥିଲେ। ହେଲେ ଅଭିଯୁକ୍ତ ରାସ୍ତାରେ ଜଗି ରହିଥିବାରୁ ପୀଡିତାଙ୍କ ବାପା ଘଟଣାର ୩ ଦିନ ପରେ ବି ଥାନାରେ ଅଭିଯୋଗ କରିପାରି ନ ଥିଲେ । ସୋମବାର ସୁଯୋଗ ଦେଖି ପୀଡିତାଙ୍କ ବାପା ଥାନାରେ ଅଭିଯୋଗ କରିଛନ୍ତି । ଅଭିଯୁକ୍ତ ସେହି ଅଞ୍ଚଳର ଜଣେ ପ୍ରଭାବଶାଳୀ ବ୍ୟକ୍ତି ହୋଇଥିବାରୁ ଏହି ଘଟଣାକୁ ଚାପି ଦେବାକୁ ଉଦ୍ୟମ ଆରମ୍ଭ ହୋଇଛି ା ତାଙ୍କୁ ଗିରଫ ନ କରିବା ପାଇଁ ଯୋଜନା ଚାଲିଥିବା ଅଭିଯୋଗ ହୋଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ବାରଣ୍ଡାରେ ଚାଲିଛି ରୋଷେଇ, ମଧ୍ୟାହ୍ନଭୋଜନ ପାଇଁ ରାସ୍ତା ପାର ହେଉଛନ୍ତି ପିଲା

ନୟାଗଡ଼,୨୮ା୯(ଲୋକନାଥ ମିଶ୍ର): ଗୁଣାତ୍ମକ ଶିକ୍ଷାଦାନ ପାଇଁ ସରକାର ବିପୁଳ ଅର୍ଥ ଖର୍ଚ୍ଚ କରୁଥିଲେ ମଧ୍ୟ ଅନେକ ସ୍ଥାନରେ ଅସଜଡା ଭିତ୍ତିଭୂମିରେ ପରିବର୍ତ୍ତନ ଆସୁନାହିଁ। ଏପରି କି ଶୈକ୍ଷିକ…

ସାବାଡ଼ ହେବେ ଅମାନିଆ: ଗାଜଲବାଡ଼ି ଘାଟିରେ ଲାଗିବ ଓଭରହେଡ୍‌ ବ୍ୟାରିଅର, ଭାରୀଯାନ ଚଳାଚଳ କଲେ…

ଦାରିଙ୍ଗବାଡ଼ି,୨୮ା୯(ଅରୁଣ ସାହୁ): କନ୍ଧମାଳ ଓ ଗଞ୍ଜାମ ଜିଲାକୁ ସଂଯୋଗ କରୁଥିବା ଗାଜଲବାଡ଼ି ଘାଟି ରାସ୍ତାର କନ୍ଧମାଳ ଜିଲା ସୀମାନ୍ତ ବାଇମାଲା ଏବଂ ଗଞ୍ଜାମ ଜିଲା ସୋରଡ଼ା ବ୍ଲକ…

ସୁନାମୀ କ’ଣ? ଏହା ଆସିବା ପୂର୍ବରୁ କ’ଣ ମିଳିବ ସଙ୍କେତ, କେମିତି ପାଇବେ ରକ୍ଷା ଜାଣନ୍ତୁ…

ମହାକାଳପଡ଼ା, ୨୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ବିଭିନ୍ନ ସମୟରେ ସୁନାମୀ, ସାମୁଦ୍ରିକ ଝଡ଼ ଓ ବଜ୍ରପାତ ଆଦି ଦେଖାଯାଇଥାଏ॥ ଏହି ଅବସରରେ…

ଶେଷରେ ବଦଳିଗଲା ନିଷ୍ପତ୍ତି, ସ୍ଥଗିତ ହେଲା ବ୍ୟାଙ୍କ ଧର୍ମଘଟ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୮ା୯: ପ୍ରସ୍ତାବିତ ୩ ଦିନିଆ ବ୍ୟାଙ୍କ ଧର୍ମଘଟ ସ୍ଥଗିତ ହୋଇଯାଇଛି। ସୋମବାରଠାରୁ ହେବାକୁ ଥିବା ପ୍ରସ୍ତାବିତ ୩ ଦିନିଆ ସାରା ଭାରତୀୟ ବ୍ୟାଙ୍କ ଧର୍ମଘଟକୁ ସ୍ଥଗିତ ରଖାଯାଇଛି।…

ସଂଘବଦ୍ଧ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ ଘଟଣା: ୨ ଭାଇଙ୍କୁ କୋର୍ଟ ଚାଲାଣ

ଦେବଗଡ଼,୨୮ା୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୌରାଞ୍ଚଳ ୧୦ ନମ୍ବର ଓ୍ବାର୍ଡ ରଜାମୁଣ୍ଡା ସାହିର ହାଡୁ ନାୟକ (୪୨)ଙ୍କ ହତ୍ୟା ଘଟଣାରେ ପୋଲିସ ମୁଖ୍ୟ ଅଭିଯୁକ୍ତ ସମୀର ମୁଖି…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବନ୍ୟା ପ୍ରପୀଡ଼ିତଙ୍କୁ ମାଗଣା ରାଶନ ସହ ମିଳିବ…

କୋରାପୁଟ/କୋଟପାଡ଼,୨୮ା୯ (ଅମିତାଭ ବେହେରା/ କେ.ରାଜଶେଖର ରାଓ): ବନ୍ୟା ପ୍ରପୀଡ଼ିତଙ୍କ ସହ ରାଜ୍ୟ ସରକାର ସବୁବେଳେ ଅଛନ୍ତି। ସରକାରଙ୍କ ପକ୍ଷରୁ ପ୍ରପୀଡ଼ିତଙ୍କୁ ରିଲିଫ କୋଡ୍‌ ଅନୁଯାୟୀ ସବୁ ପ୍ରକାର…

ମହାନଦୀରେ ଆସୁଛି ପୁଣି ବନ୍ୟା: ପ୍ରଭାବିତ ହେବ ଏହି ୫ ଜିଲା

ଭୁବନେଶ୍ୱର,୨୮।୯(ରବିନାରାୟଣ ଜେନା): ଚଳିତବର୍ଷ ରାଜ୍ୟରେ ଗୋଟିଏ ପରେ ଗୋଟିଏ ବନ୍ୟା ଲୋକଙ୍କ ମେରୁଦଣ୍ଡ ଦୋହଲାଇ ଦେଲାଣି। ଜୁନ୍‌ରୁ ସେପ୍ଟେମ୍ବର ୨୫ ମଧ୍ୟରେ ବିଭିନ୍ନ ନଦୀର ଜଳସ୍ତର ବଢ଼ିବା…

ମହାନଦୀରୁ ମୃତଦେହ ଉଦ୍ଧାର ଘଟଣା: ମିଳିଲା ଜଣଙ୍କର ପରିଚୟ, ଅନ୍ୟଜଣଙ୍କ ଅନ୍ତିମ ସଂସ୍କାର କଲା ପୋଲିସ

ଅମରପାଲି,୨୭।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଉପଖଣ୍ଡ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଉଦ୍ଧାର ହୋଇଥିବା ୨ ଅଜଣା ମୃତଦେହ ମଧ୍ୟରୁ ଜଣଙ୍କର ପରିଚୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?