ହାତଗୋଡ଼ ବନ୍ଧା ଅବସ୍ଥାରେ ନାବାଳିକା ଉଦ୍ଧାର

ବଲାଙ୍ଗୀର ଅଫିସ,୨୪ା୮: ବରଗଡ଼ ଜିଲା ଗାଇସିଲେଟ ଥାନା ଅନ୍ତର୍ଗତ ଏକ ଗ୍ରାମର ଜଣେ ଯୁକ୍ତଦୁଇ ଛାତ୍ରୀ (୧୬)ଙ୍କୁ ସୋମବାର ଅପହରଣ କରାଯାଇଥିଲା। ସମ୍ପୃକ୍ତା ଅପହୃତା ନାବାଳିକା ଛାତ୍ରୀଙ୍କୁ ହାତଗୋଡ଼ ବନ୍ଧା ଅବସ୍ଥାରେ ମଙ୍ଗଳବାର ସକାଳେ ଉଦ୍ଧାର କରାଯାଇଛି। ଚେତାଶୂନ୍ୟ ଅବସ୍ଥାରେ ଉଦ୍ଧାର ନାବାଳିକା ଛାତ୍ରୀଙ୍କୁ ବଲାଙ୍ଗୀର ଭୀମ ଭୋଇ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏହି ଘଟଣାକୁ ନେଇ ଗାଇସିଲେଟ୍‌ ଥାନାରେ ଏକ ମାମଲା ରୁଜୁ ହୋଇଛି। ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।
ପରିବାର ଲୋକଙ୍କ ସୂଚନା ମୁତାବକ ନାବାଳିକା ଜଣକ ସୋମବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ତାଙ୍କ ନିଜ ଗଁାର ଏକ ଦୋକାନକୁ ସଉଦା କରିବାକୁ ଯାଇଥିଲେ। ତାଙ୍କ ସହ ତାଙ୍କର ଜଣେ ସମ୍ପର୍କୀୟା ଛୋଟ ଭଉଣୀ ମଧ୍ୟ ଥିଲେ। ଦୋକାନରେ ପହଞ୍ଚତ୍ବା ଆଗରୁ ଗ୍ରାମପଞ୍ଚାୟତ ଅଫିସ ନିକଟରେ ୨ ଜଣ ଯୁବକ ସମ୍ପୃକ୍ତା ନାବାଳିକାଙ୍କୁ ଏକ ବାଇକ୍‌ରେ ଅପହରଣ କରିନେଇଥିଲେ। ଘଟଣା ସମ୍ପର୍କରେ ସାଙ୍ଗରେ ଥିବା ଭଉଣୀ ଘର ଲୋକଙ୍କୁ କହିବା ପରେ ସେମାନେ ଖୋଜାଖୋଜି ଆରମ୍ଭ କରିଥିଲେ। ଏହାପରେ ଅପହୃତାଙ୍କ ବାପା ଓ ମାମୁ ଗାଇସିଲେଟ ଥାନାକୁ ଯାଇ ଝିଅର ଅପହରଣ ସମ୍ପର୍କରେ ଲିଖିତ ଅଭିଯୋଗ କରିଥିଲେ। ଅଭିଯୋଗ କରି ଫେରିବା ବାଟରେ ଅପହୃତାଙ୍କ ମାମୁ ଗଁାଠାରୁ ପ୍ରାୟ ୩ କିଲୋମିଟର ଦୂର ରାସ୍ତାକଡରେ ହାତଗୋଡ଼ ବନ୍ଧା ଏବଂ ଚେତାଶୂନ୍ୟ ଅବସ୍ଥାରେ ଭାଣିଜୀ ପଡିଥିବା ଦେଖିବାକୁ ପାଇଥିଲେ। ତାଙ୍କ ପାଟିକୁ ସେଲୋଟେପ ଜରିଆରେ ବନ୍ଦ କରି ଦିଆଯାଇଥିଲା। ଝିଅ ଅବସ୍ଥା ଦେଖି ପରିବାର ଲୋକେ ପୋଲିସକୁ ଖବର ଦେଇଥିଲେ। ପରେ ମୁମୂର୍ଷୁ ଅବସ୍ଥାରେ ନାବାଳିକାଙ୍କୁ ସେଠାରୁ ଉଦ୍ଧାର କରାଯାଇ ବଲାଙ୍ଗୀର ଭୀମ ଭୋଇ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ବର୍ତ୍ତମାନ ନାବାଳିକାଙ୍କ ଅବସ୍ଥା ଗୁରୁତର ରହିଛି। ଅପହୃତାଙ୍କ ଜଣେ ସମ୍ପର୍କୀୟ କାକା ଗଣମାଧ୍ୟମକୁ ସୂଚନା ଦେଇ ନାବାଳିକା ଅପହରଣ ପଛରେ ପୂର୍ବଶତ୍ରୁତା ବିଶେଷକରି ପଞ୍ଚାୟତ ନିର୍ବାଚନ ସମୟର ରାଗ ଥାଇପାରେ ବୋଲି ସନ୍ଦେହ ପ୍ରକଟ କରିଛନ୍ତି। ଗତ ପଞ୍ଚାୟତ ନିର୍ବାଚନରେ ଗଁାରେ ୧୪ଟି ପରିବାରକୁ ବାସନ୍ଦ କରାଯାଇଥିଲା। ଏହି ବିବାଦକୁ ନେଇ ଅପରପକ୍ଷର ଲୋକେ ଏପରି କାଣ୍ଡ ଘଟାଇ ଥାଇପାରନ୍ତି ବୋଲି କହିଛନ୍ତି। ଏ ଦିଗରେ ପଦ୍ମପୁର ଏସ୍‌ଡିପିଓ ବିଭୂତି ଭୂଷଣ ଭୋଇଙ୍କୁ ପଚାରିବାରୁ ଅଭିଯୋଗ ପରେ ତଦନ୍ତ ଆରମ୍ଭ ହୋଇଛି ବୋଲି କହିଛନ୍ତି। ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ସୂଚନା ମୁତାବକ ଏହି ଘଟଣାରେ ପୋଲିସ ୪ଜଣ ଯୁବକଙ୍କୁ ପଚରାଉଚରା କରୁଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

ଆଡ୍‌ମିଶନ ଆଳରେ ଠକେଇ, ସାଇବର ଠକଙ୍କୁ ବାନ୍ଧିଲା ପୋଲିସ

ଅତାବିରା,୨୩ା୮(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲାର ବିଭିନ୍ନ କଲେଜ ଛାତ୍ରୀଛାତ୍ରଙ୍କ ଆଡ୍‌ମିଶନ ଆଳରେ ଠକେଇ କରି ଚାଲିଥିବା ଜଣେ ସାଇବର ଠକଙ୍କୁ ଅତାବିରା ପୋଲିସ ଗିରଫ କରିଛି। ଗିରଫ…

ଧୋଇଗଲା ୨୦ ଫୁଟର ରାସ୍ତା, ଝରିଗାଁ-ଡାବୁଗାଁ ମୁଖ୍ୟ ରାସ୍ତାରେ ଯାତାୟାତ ବନ୍ଦ

ଝରିଗାଁ,୨୩ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଲଗାଣ ବର୍ଷା ଯୋଗୁ ଝରିଗାଁ ବ୍ଲକ କୁଟ୍ରିଛାପର ପଞ୍ଚାୟତ ଅନ୍ତର୍ଗତ ଚିକିଲି ନଦୀର ସୁରକ୍ଷା ପାଚେରୀ ସହ…

ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗ: ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବଞ୍ଚୋ,୨୩ା୮(ପ୍ରଦୋଷ ବିଶ୍ୱାଳ): ଜଣେ ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗରେ ରାମଚନ୍ଦ୍ରପୁର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ପୋକ୍ସୋ କୋର୍ଟକୁ ପଠାଇଛି। ଏନେଇ ରାମଚନ୍ଦ୍ରପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri