ନାଗପଡ଼ାରେ ଦୁର୍ବୃତ୍ତ ଜାଳି ଦେଲେ ଘର, ବୋଲେରୋ

ଆଳି,୫ା୧୧(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ଆଳି ଥାନା ଅନ୍ତର୍ଗତ ନାଗପଡା ଗଁାର ଗୋଟିଏ ବୋଲେରୋ ସମେତ ୨ ଜଣଙ୍କ ଘରକୁ ଦୁର୍ବୃତ୍ତମାନେ ଜାଳି ଦେଇଥିବା ନେଇ ଅଭିଯୋଗ ହୋଇଛି। ଏପରି କି ଏହି ଘଟଣାକୁ ନେଇ ନାଗପଡ଼ା, ବାଳକାଟୀ ଓ ରାଣୀପୋଖରୀ ଗଁାରେ ଆତଙ୍କ ଖେଳି ଯାଇଛି।
ସୂଚନା ମୁତାବକ, ଗୁରୁବାର ରାତି ୧ଟାରେ ଗଁାରେ ସୁଧାକର ନାୟକଙ୍କ ବୋଲେରୋରେ ଦୁର୍ବୃତ୍ତମାନେ ନିଆଁ ଲଗାଇଦେବା ପରେ ଗ୍ରାମବାସୀ ଓ ଦମକଳ ବାହିନୀ ଆୟତ୍ତ କରୁଥିଲେ। ଏହି ସମୟରେ ଦୁର୍ବୃତ୍ତମାନେ ଗଁାରେ ଦିବାକର ବାରିକ ଓ ବିଦ୍ୟାଧର ବାରିକଙ୍କ ଚାଳଛପର ଘରେ ନିଆଁ ଲଗାଇ ଦେଇଥିଲେ। ଗ୍ରାମବାସୀ ଆଳି ଦମକଳ ସହାୟତାରେ ନିଆଁ ଲିଭାଇଥିଲେ। ଅଗ୍ନିକାଣ୍ଡରେ ଦିବାକର ଓ ବିଦ୍ୟାଧରଙ୍କ ଘରେ ଥିବା ଆସବାବପତ୍ର ସମେତ ସମସ୍ତ ସାମଗ୍ରୀ ଜଳିପୋଡ଼ି ଛାର୍‌ଖାର ହୋଇଯାଇଛି। ପିନ୍ଧା ବସ୍ତ୍ର ବ୍ୟତୀତ ସେମାନଙ୍କ ନିକଟରେ ଆଉ କିଛି ନାହିଁ। କ୍ଷତିଗ୍ରସ୍ତ ପରିବାରକୁ ସହାୟତା ଦେବାକୁ ଗ୍ରାମବାସୀ ଦାବି କରିଛନ୍ତି। ଅପରପକ୍ଷରେ ଗତ ବର୍ଷେ ମଧ୍ୟରେ ବାରମ୍ବାର ଏପରି ଘଟଣା ଘଟୁଥିବାରୁ ଆଳି ଥାନାର ଦ୍ୱାରସ୍ଥ ହୋଇଛନ୍ତି ନାଗପଡା, ବାଳକାଟୀ ଓ ରାଣୀପୋଖରୀ ଗ୍ରାମବାସୀ। ସେମାନଙ୍କ ଅଭିଯୋଗ ଅନୁଯାୟୀ, ୨୦୨୧ ନଭେମ୍ବର ୪ ରାତିରେ ଦୁର୍ବୃତ୍ତମାନେ ସୁଧାକରଙ୍କ ଗାଡ଼ି ଜାଳିଥିବା ବେଳେ ଚଳିତବର୍ଷ ସମାନ ସମୟରେ ସେହି ଗାଡ଼ିକୁ ପୁନର୍ବାର ଜାଳି ଦେଇଛନ୍ତି। ଅପରପକ୍ଷରେ ଜାନୁୟାରୀରେ ବାଳକାଟୀ ପଞ୍ଚାୟତର ପୂର୍ବତନ ସରପଞ୍ଚ ଦିବାକର ନାୟକଙ୍କ ଘରକୁ ଦୁର୍ବୃତ୍ତମାନେ ଜାଳି ଦେଇଥିଲେ। ବାରମ୍ବାର ଏପରି ଘଟଣା ଘଟୁଥିବାରୁ ମୁକ୍ତିକାନ୍ତ ଦାସ, ଦିବାକର ନାୟକ, ନବକିଶୋର ପରିଡା, ସନାତନ ବେହେରା, ବ୍ରହ୍ମାନନ୍ଦ ବେହେରା, ବବ୍ରୁବାହନ ସାହୁ, ଭୀମସେନ ବାରିକଙ୍କ ସମେତ ଗ୍ରାମବାସୀ ଆତଙ୍କିତ ହୋଇ ପୋଲିସ ପ୍ରଶାସନ ନିକଟରେ ଏହି ଘଟଣା ଘଟାଉଥିବା ଅଭିଯୁକ୍ତଙ୍କୁ ଗିରଫ କରିବାକୁ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

ବିଶ୍ୱଶାନ୍ତି ପାଇଁ ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବମକୋଇ ପଞ୍ଚାୟତ ମଦନମୋହନପୁର ଗ୍ରାମସ୍ଥିତ ଶ୍ରୀ ମହାକାଳେଶର ଶୈବପୀଠରେ ବଶ୍ୱଶାନ୍ତି ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ ପାଇଁ ପ୍ରସ୍ତୁତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri