ଫାର୍ମ ହାଉସ୍‌ରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ

ପାଣିକୋଇଲି,୧୨।୨(ଡି.ଏନ.ଏ.): ପାଣିକୋଇଲି ଥାନା ପାଣିକୋଇଲି ପଞ୍ଚାୟତ ଅନ୍ତର୍ଗତ ମଣିପୁର ଗ୍ରାମରେ ଥିବା ଏକ ଫାର୍ମ ହାଉସରେ କେହି ଦୁର୍ବୃତ୍ତ ନିଆଁ ଲଗାଇ ଦେଇଛନ୍ତି। ଫଳରେ ଫାର୍ମ ହାଉସରେ ଥିବା ୨୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ସାମଗ୍ରୀ ଓ ଗଛ ଜଳି ପାଉଁଶ ହୋଇଯାଇଛି। ଏନେଇ ଫାର୍ମ ହାଉସ ମାଲିକ ଥାନାରେ ଅଭିଯୋଗ ପରେ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।
ସୂଚନା ମୁତାବକ, ମଣିପୁର ଗ୍ରାମର ଅଙ୍କୁର ଚରଣ ପଣ୍ଡା ମଣିପୁର ମୌଜାର ୮ ଏକର ପରିମିତ ଅଞ୍ଚଳରେ ମା’ ତାରିଣୀ ଫାର୍ମ ହାଉସ କରିଛନ୍ତି। ୨୦୧୬/୧୭ରେ ଉଦ୍ୟାନ ବିଭାଗ ସହାୟତରେ ସେ ଏହି ପ୍ରକଳ୍ପ ଆରମ୍ଭ କରିଥିଲେ। ପାର୍ମ ହାଉସରେ ୩ ଏକର ପରିମିତ ଅଞ୍ଚଳରେ ପୋଖରୀ ଖୋଳି ମାଛ ଚାଷ କରୁଥବାବେଳେ ଅନ୍ୟ ୫ ଏକରରେ ଆମ୍ବ, ନଡିଆ, ପିଜୁଳି, ତେଜପତ୍ର, କଦଳୀ, ଅଳଁା, କୋଳି ଆଦି ଗଛ ଲଗାଇଛନ୍ତି। ବହୁମୁଖି କୃଷି ଉଦ୍ୟୋଗ କରି ପଣ୍ଡା ବହୁବାର ପୁରସ୍କୃତ ହୋଇଛନ୍ତି। ଏଥିସହିତ ୫ ଏକର ଜମିରେ ବୁନ୍ଦା ଜଳସେଚନ ବ୍ୟବସ୍ଥା କରିବା ସହ ଫସଲ ସଂରକ୍ଷତ୍ତ ପାଇଁ ଏକ କ୍ଷୁଦ୍ର ଶୀତଳ ଭଣ୍ଡାର ନିର୍ମାଣ କରିଛନ୍ତି। ତେବେ ପଣ୍ଡାଙ୍କ ନାତିଙ୍କ ବ୍ରତଘର ଯୋଗୁ ଫାର୍ମରେ କେହି ନ ଥିଲେ। ଏହାର ସୁଯୋଗରେ ଦୁର୍ବୃତ୍ତ ନିଅଁା ଲଗାଇଦେଇଥିଲା। ଅଗ୍ନିକାଣ୍ଡ ଯୋଗୁ ୨ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ବୁନ୍ଦା ଜଳସେଚନ ପାଇପ ସହ ୫ ଲକ୍ଷ ଟଙ୍କାର ଶୀତଳ ଭଣ୍ଡାର କୁଲ ପାୱାର ମେଶିନ ପୋଡିଯାଇଛି। ଏଥିସହିତ ଆମ୍ବ, ପିଜୁଳି, ତେଜପତ୍ର ଶତାଧିକ ଗଛ ପୋଡି ଯାଇଛି, ଯାହାର ସମସ୍ତ ଆନୁମାନିକ ମୂଲ୍ୟ ୨୦ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ହେବ ବୋଲି ଆକଳନ କରାଯାଉଛି। ଫାର୍ମ ହାଉସକୁ ଶ୍ରୀହୀନ କରିଥିବା ବ୍ୟକ୍ତିଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି ପଣ୍ଡା। ଅନ୍ୟପକ୍ଷରେ ତୁରନ୍ତ ଅଭିଯୁକ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସାଧାରଣରେ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମାନସିକ ଅସୁସ୍ଥ ମହିଳାଙ୍କୁ ବଳାତ୍କାର ଉଦ୍ୟମ କଲାବେଳେଯୁବକଙ୍କୁ ମାଡ଼ିବସିଲେ ଲୋକେ: ବହେ ଛେଚିଲେ

ପୁରୀ,୧୦।୧୦: ପୁରୀ ଜିଲା ଚନ୍ଦନପୁର ଥାନା ଅନ୍ତର୍ଗତ ଜଳକବର ନିକଟରେ ଜଣେ ମାନସିକ ଅସୁସ୍ଥ ମହିଳାଙ୍କୁ ଜଣେ ନିଶାସକ୍ତ ଯୁବକ ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗକୁ ନେଇ…

ଏନକ୍ଲୋଜର୍ ଭିତରକୁ ପଶିଗଲେ ବ୍ୟକ୍ତି, ଝୁଣି ଖାଇଲା ରକ୍ତମୁଖା ବାଘ, ପୂରା ଘଟଣା ଜାଣିଲେ…

ଲଣ୍ଡନ,୧୧ା୧୦: ଇଂଲଣ୍ଡର ୟର୍କସାୟର୍ ଓ୍ବାଇଲ୍ଡଲାଇଫ୍‌ ପାର୍କରେ ଜଣେ ବ୍ୟକ୍ତି ବାଘ ରହୁଥିବା ଏନକ୍ଲୋଜର୍ (ଖୁଆଡ଼) ଭିତରକୁ ପଶିଯିବା ପରେ ବାଘ ଆକ୍ରମଣର ଶିକାର ହୋଇ ପ୍ରାଣ ହରାଇଛନ୍ତି।…

ଶୁକ୍ର-ମଙ୍ଗଳଙ୍କ ଯୋଗରେ ବଡ଼ ପରିବର୍ତ୍ତନ! ମେଷ, ମକର ସମେତ ୪ ରାଶିଙ୍କର ହେବ ଧନହାନି, ପାଖରୁ ପଳାଇବ ଟଙ୍କା!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଶୁକ୍ର ଗ୍ରହ ତୁଳା ରାଶିରେ ଏବଂ ମଙ୍ଗଳ ଗ୍ରହ କର୍କଟ ରାଶିରେ ଅବସ୍ଥାନ କରୁଛନ୍ତି। ଶୁକ୍ରଙ୍କୁ ଧନ, ସୁଖ-ସୁବିଧା ଓ ସମ୍ପର୍କର…

ସ୍କୁଟି ଧକ୍କାରେ ଚାଲିଗଲା ଦିନ ମଜୁରିଆଙ୍କ ଜୀବନ

ବଲାଙ୍ଗୀର, ୧୧।୧୦ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ସଇଁତଳା ୨୬ ନମ୍ବର ଜାତୀୟ ରାଜପଥର ବିଜାଖମନ ନର୍ସରୀ ନିକଟରେ ରବିବାର ଭୋର ସମୟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ କୁଶପୁତ୍ତଳିକା ଦାହ କଲେ ବାମପନ୍ଥୀ

ବିଦ୍ୟାଧର ସାହୁ, ୧୧।୧୦: ଗଞ୍ଜାମ, ୧୦/୧୦: କେନ୍ଦ୍ରୀୟ ଟ୍ରେଡ୍ ୟୁନିୟନ, ଓଡ଼ିଶା କୃଷକ ସଭା ଓ କ୍ଷେତ ମଜଦୁର ୟୁନିୟନ ପକ୍ଷରୁ ଗଞ୍ଜାମ ତହସିଲ ଅନ୍ତର୍ଗତ ରାମଗଡ଼…

ସମଲେଶ୍ବରୀଙ୍କ ଶୈଳପୁତ୍ରୀ ବେଶ

ବରଗଡ଼,୧୧।୧୦(ପ୍ରେମାନନ୍ଦ ଖମାରୀ): ଆଜିଠାରୁ ଆରମ୍ଭ ହୋଇଛି ଶାରଦୀୟ ନବରାତ୍ର ପୂଜା। ଏହି ଅବସରରେ ନବରାତ୍ର ପୂଜାର ପ୍ରଥମ ଦିବସରେ ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା ସମଲେଶ୍ବରୀ ଶୈଳପୁତ୍ରୀ…

ସରକାରଙ୍କ ବଡ଼ ଘୋଷଣା: ବଢିବ ମାସିକ ପେନସନ! ଜାଣନ୍ତୁ କେତେ …

ଲକ୍ଷ୍ନୌ,୧୧।୧୦: ଉତ୍ତରପ୍ରଦେଶର ବୟସ୍କ ନାଗରିକ, ନିରାଶ୍ରିତ ମହିଳା ଓ ଦିବ୍ୟାଙ୍ଗଜନଙ୍କ ପାଇଁ ବଡ଼ ଖବର। ଯୋଗୀ ଆଦିତ୍ୟନାଥ ସରକାର ଏହି ବର୍ଗର ହିତାଧିକାରୀଙ୍କୁ ମିଳୁଥିବା ପେନସନ ରାଶି…

ମଦନପୁର କଲେଜ ଛାତ୍ର ସଂସଦ ନିର୍ବାଚନ ବାତିଲ

ରାଜନଗର, ୧୧।୧୦ (ଭାସ୍କର ରାଉତରାୟ): ସ୍ଥାନୀୟ ୟୁ. କେ. ମହାବୀର ମହାବିଦ୍ୟାଳୟରେ ଶନିବାର ଛାତ୍ର ସଂସଦ ନିର୍ବାଚନକୁ କେନ୍ଦ୍ର କରି ଗଣ୍ଡଗୋଳ ଓ ମାରପିଟ ଘଟିଥିବା ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?