ଡାକ୍ତରଖାନାରେ ମୃତଦେହ ପକାଇ ଖସିଗଲେ ଦୁର୍ବୃତ୍ତ

ବରଗଡ଼ ଅଫିସ୍‌,୨୯।୫: ବରଗଡ଼ ସଦର ଥାନା ଅଧୀନ ପଥର୍ଲା ଛକ ନିକଟରେ ଏକ ହତ୍ୟାକାଣ୍ଡ ଘଟିଛି। କିଛି ଦୁର୍ବୃତ୍ତ ଜଣେ ଟ୍ରାକ୍ଟର ଡ୍ରାଇଭରଙ୍କୁ ଠେଙ୍ଗାରେ ଅତର୍କିତ ଆକ୍ରମଣ କରିବାରୁ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଛି। ପରେ ଦୁର୍ବୃତ୍ତମାନେ ମୃତଦେହକୁ ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନାକୁ ନେଇଥିଲେ। ବାରଣ୍ଡାରେ ମୃତଦେହ ପକାଇ ସେମାନେ ଖସି ପଳାଇଯାଇଥିବା ଅଭିଯୋଗ ହୋଇଛି। ମୃତକ ହେଲେ ବରଗଡ଼ ଜିଲା ଅତାବିରା ଆରଏମ୍‌ସି ପଡ଼ାର ଅଜୟ ଛତ୍ରିଆ(୩୩)। ମୃତକଙ୍କ କାକା ରାଜେନ୍ଦ୍ର ଛତ୍ର୍ରିଆ ଏ ନେଇ ସଦର ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗକୁ ଭିତ୍ତି କରି ସଦର ଥାନା ପୋଲିସ ଦଫା ୩୦୨, ୩୪ ଆଇପିସିରେ ଏକ ମାମଲା ରୁଜୁ କରି ମୃତଦେହ ବ୍ୟବଚ୍ଛେଦ କରାଇଛି। ଅଜୟଙ୍କୁ କିଏ ଏବଂ କାହିଁକି ହତ୍ୟା କଲେ ସେ ନେଇ ପୋଲିସ ତଦନ୍ତ ଆରମ୍ଭ କରିଛି।
ପୋଲିସ ସୂଚନା ଅନୁସାରେ, ଅଜୟ ଅତାବିରାର ଜଣେ ଚାଷୀଙ୍କ ଧାନକୁ ଏକ ଟ୍ରାକ୍ଟର (ନଂ.ଓଡ଼ି୧୭ଜି/୫୩୬୩)ରେ ବୋଝେଇ କରି ପଥର୍ଲାର ଏକ ରାଇସ୍‌ ମିଲ୍‌କୁ ଆଣିଥିଲେ। ଉକ୍ତ ରାଇସ୍‌ ମିଲ୍‌ରେ ଧାନ ଅନ୍‌ଲୋଡ଼ ହୋଇ ନ ପାରିବାରୁ ସେ ସେଠାରେ ଟ୍ରାକ୍ଟର ରଖି ବବଲୁ ସାହୁ ନାମକ ତାଙ୍କର ଜଣେ ପରିଚିତ ଲୋକଙ୍କ ସହିତ ପଥର୍ଲା ଛକକୁ ଯାଇଥିଲେ। ଏହି ସମୟରେ ଏକ ନାଲି ରଙ୍ଗର କାର୍‌ରେ ୫ଜଣ ଦୁର୍ବୃତ୍ତ ପହଞ୍ଚିଥିଲେ। ପରେ ସେମାନେ ଅଜୟଙ୍କୁ ଠେଙ୍ଗାରେ ଅତର୍କିତ ଆକ୍ରମଣ କରିଥିଲେ। ଏହାଦେଖି ଭୟରେ ବବଲୁ ସେଠାରୁ ଦୌଡ଼ି ପଳାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri