ରାଉରକେଲା,୨୬।୧୨: ସୁନ୍ଦରଗଡ଼ ଜିଲା ଟାଙ୍ଗାରପାଲି ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। କେତେକ ଦୁର୍ୱୃତ୍ତ ଏକ ଯାତ୍ରୀବାହୀ ବସ୍ର କାଚ ଭାଙ୍ଗି ଜାଳି ଦେଇଥିବା ଅଭିଯୋଗ ହୋଇଛି।
ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ହେଲେ ବସ୍ଟି ସମ୍ପୂର୍ଣ୍ଣ ପୋଡ଼ି ଯାଇଥିବା ଜଣାପଡିଛି। ଏନେଇ ଥାନାରେ ଏକ ଅଭିଯୋଗ ହୋଇଥିବା ସୂଚନା ମିଳିଛି। ପୋଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି। ହେଲେ କିଏ ଏବଂ କାହିଁକି ବସ୍ ପୋଡିଦେଲେ ତାହା ଜଣାପଡି ନାହିଁ। ଏହି ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି।


