ବ୍ୟବସାୟୀଙ୍କ ଠାରୁ ଦୁର୍ବୃତ୍ତ ଲୁଟି ନେଲେ ଅଢେଇ ଲକ୍ଷ

ବାରିପଦା ଅଫିସ,୨୬ା୧୧: ମୟୂରଭଞ୍ଜ ଜିଲା ବେତନଟୀ ବଜାରରୁ ବ୍ୟବସାୟୀଙ୍କ ନିକଟରୁ ଗୁରୁବାର ଅପରାହ୍ନରେ ଦୁଇ ଦୁର୍ବୃତ୍ତ ଅଢେଇଲକ୍ଷ ଟଙ୍କା ନେଇଯାଇଛନ୍ତି। ୪୬ବର୍ଷୀୟ ବ୍ୟବସାୟୀ ଘନଶ୍ୟାମ ଖଣ୍ଡେଲୱାଲ ନିଜର ସ୍କୁଟିରେ ବେତନଟୀ ଏସବିଆଇ ଶାଖାରୁ ଏକଲକ୍ଷ ଟଙ୍କା ଏବଂ ବ୍ୟାଙ୍କ ଅଫ ଇଣ୍ଡିଆ ଶାଖାରୁ ଦେଢ଼ଲକ୍ଷ ଟଙ୍କା ଏହିପରି ମୋଟ ଅଢେଇଲକ୍ଷ ଟଙ୍କା ଏକ ବ୍ୟାଗରେ ଭର୍ତ୍ତି କରି ନିଜର ସ୍କୁଟି ଯୋଗେ ଘରକୁ ଫେରୁଥିଲେ। ଯୁବକ ମୁହଁରେ ଗାମୁଛା ବାନ୍ଧି ଏକ କଳାରଙ୍ଗର ବାଇକରେ ଆସି କଙ୍କାକାଳିଆ ଛକ ରେଳଧାରଣା ନିକଟରେ ଟଙ୍କାବ୍ୟାଗକୁ ଝାମ୍ପିନେଇ ଆଖିପିଛୁଳାକେ ଫେରାର ହୋଇଯାଇଥିଲେl ଘଟଣାକୁ ନେଇ ବେତନଟୀ ଅଞ୍ଚଳର ବ୍ୟବସାୟୀଙ୍କ ମଧ୍ୟରେ ଭୟ ସଞ୍ଚରିତ ହୋଇଥିବା ବେଳେ ସମସ୍ତେ ନିଜକୁ ଅସୁରକ୍ଷିତ ମଣିବା ଆରମ୍ଭ କରିଦେଲେଣି l ଏ ନେଇ ଲୁଟର ଶିକାର ହୋଇଥିବା ଘନଶ୍ୟାମ ଖଣ୍ଡେଲୱାଲ ବେତନଟୀ ଥାନାର ଦ୍ୱାରସ୍ଥ ହୋଇଛନ୍ତି l


Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟା ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଓଡ୍ରାଫ ଯବାନଙ୍କୁ କାମୁଡ଼ିଲା ସାପ

ବାରିପଦା, ୨୭।୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ବନ୍ୟା ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଜଣେ ଓଡ୍ରାଫ ଯବାନଙ୍କୁ ସାପ କାମୁଡ଼ିଥିବା ଜଣାପଡ଼ିଛି। ବେତନଟୀ ବ୍ଲକ ଅନ୍ତର୍ଗତ…

ସୋସୋରେ ଫୁଟିଲା ଗୁଳି, ବ୍ୟବସାୟୀଙ୍କଠାରୁ ଲୁଟ୍‌

ହାଟଡିହୀ, ୨୭।୯ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ସୋସୋ ଥାନା ଅଞ୍ଚଳରେ ଗୁଳି ଫୁଟାଇ ଜଣେ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତମାନେ ଗତ ଶନିବାର…

ପର୍ଯ୍ୟଟନର ବାର୍ତ୍ତା ନେଇ ଦୌଡ଼ିଲେ ଶତାଧିକ ଛାତ୍ରୀଛାତ୍ର

କୋରାପୁଟ,୨୭ା୯(ଅମିତାଭ ବେହେରା): ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ କୋରାପୁଟ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରୁ ଶନିବାର ପର୍ଯ୍ୟଟନ ସଚେତନତାର ବାର୍ତ୍ତା ଦିଆଯାଇଛି। ପର୍ଯ୍ୟଟନସ୍ଥଳୀ ପ୍ରତି ଲୋକଙ୍କ ଆଗ୍ରହ ବଢ଼ାଇବା…

ଭିଜିଲାନ୍ସ ପଞ୍ଝାରେ ପୁଣି ଜଣେ ସରକାରୀ ଅଧିକାରୀ, ଆୟବର୍ହିଭୂତ ସମ୍ପତ୍ତି ଠୁଳ କରି ସହକାରୀ ଯନ୍ତ୍ରୀ…

ମାଲକାନଗିରି,୨୭ା୯(ଦୁର୍ଯ୍ୟୋଧନ ପାତ୍ର): ପୁଣି ଜଣେ ସରକାରୀ ବାବୁଙ୍କ ବିରୋଧରେ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ। ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପଞ୍ଝାରେ ପଡ଼ିଛନ୍ତି ମାଲକାନଗିରି ଜିଲା ମାଥିଲି…

ଭାଗବତର ମହକରେ ଅତିବଡ଼ି: ଝଙ୍କୃତ ହେଲା କବିତା

ଦାରିଙ୍ଗବାଡ଼ି, ୨୭/୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ଡ. ଭୀମରାଓ ଆମ୍ବେଦକର ଜାତୀୟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଶନିବାର ଅପରାହ୍ନରେ ଅତିବଡ଼ି ଜଗନ୍ନାଥ ଦାସଙ୍କ…

ପାଇପ ବିଛାଇବା ପାଇଁ ଗାଁ ଗାଁରେ ଖୋଳା ଚାଲିଛି କଂକ୍ରିଟ ରାସ୍ତା: ପାଇପ ବିଛାଇବା ପରେ ମରାମତି ନାହିଁ

ଅମରପାଲି, ୨୭।୯ (ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ବିଭିନ୍ନ ଗ୍ରାମରେ ମେଗା ପାନୀୟଜଳ ପ୍ରକଳ୍ପ ପାଇଁ ପାଇପ ବିଛାଇବା କାମ ଚାଲିଛି। ଏଥିପାଇଁ ଏକ…

ସମୁଦ୍ର ଗର୍ଭରେ ଲୀନ ହେବ ଆଉ ୨ ମନ୍ଦିର

ଛତ୍ରପୁର,୨୭ା୯ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ଗଞ୍ଜାମ ଜିଲା ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଦିନକୁ ଦିନ କ୍ଷୟ ହେବାରେ ଲାଗିଛି। ଗଭୀର ଅବପାତ ପ୍ରଭାବରେ ଉଚ୍ଚ ଜୁଆର କୂଳ…

ଓଡ଼ିଶାରେ ଦ୍ୱିତୀୟ ଏମ୍ସ ନେଇ କେନ୍ଦ୍ର ଅସ୍ପଷ୍ଟ

ବଲାଙ୍ଗୀର,୨୭ା୯(ବୀରେନ୍ଦ୍ର କୁମାର ଝାଙ୍କର): ଗତ ୨ ବର୍ଷ ତଳେ ୨୦୨୪ ସେପ୍ଟେମ୍ୱର ୮ରେ ସମ୍ୱଲପୁରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଦ୍ୱିତୀୟ ଏମ୍ସ ସମ୍ୱଲପୁରରେ ପ୍ରତିଷ୍ଠା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?