ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ଭୁଲ୍‌ ତଥ୍ୟ ଦେବା ଘଟଣାକୁ ବିଭିନ୍ନ ମହଲରେ ନିନ୍ଦା

କର୍ଲାମୁଣ୍ଡା,୨୩ା୬(ଡି.ଏନ୍‌.ଏ.): ବାସହୀନଙ୍କ ପାଇଁ ଘର ଯୋଗାଇବା ଉଦ୍ଦେଶ୍ୟରେ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଅନେକ ଯୋଜନା କରୁଥିଲେ ହେଁ ସରକାରୀ ଅଧିକାରୀମାନଙ୍କ ଆନ୍ତରିକତା ଅଭାବରୁ ଯୋଗ୍ୟ ହିତାଧିକାରୀମାନଙ୍କ ପାଇଁ ଯୋଜନା ସାତସପନ ପାଲଟିଛି।

ଏଭଳି ଏକ ଘଟଣା କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସାପଲହରା ପଞ୍ଚାୟତ କଣ୍ଡରେଇ ଗାଁରେ ଦେଖିବାକୁ ମିଳିଛି। ଏହି ଗାଁର ବଂଶୀଧର ପୁଟେଲ ପକ୍କାଘର ଟିଏ ପାଇବାକୁ ଦୀର୍ଘବର୍ଷ ଧରି ପଞ୍ଚାୟତ,ବ୍ଲକ,ଜିଲା ପ୍ରଶାସନ ଓ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପର୍ଯ୍ୟନ୍ତ ଗୁହାରି କରି ମଧ୍ୟ ଆବାସ ଯୋଜନାରୁ ବଞ୍ଚିତ ହୋଇଥିବା ଅଭିଯୋଗ କରିଛନ୍ତି। ଏହି ବାସହୀନ ଗରିବ ବ୍ୟକ୍ତି ସମସ୍ତଙ୍କୁ ଗୁହାରି କରି ହତାସ ହେବା ପରେ ଜନୈକ ସାମାଜିକ କର୍ମୀ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କୁ ଟୁଇଟ୍‌ ଜରିଆରେ ଅଭିଯୋଗ କରିଥିଲେ। ତେବେ ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ ତତ୍ପରତା ପ୍ରକାଶ କରି ଟୁଇଟ୍‌ ଉତ୍ତର ରଖିବାକୁ କର୍ଲାମୁଣ୍ଡା ବିଡିଓଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଉତ୍ତରରେ କର୍ଲାମୁଣ୍ଡା ପଞ୍ଚାୟତ ସମିତିପତ୍ର ସଂଖ୍ୟା ୧୫୭୮, ତାରିଖ ୩୦/୦୬/୨୦୨୧ରେ ବଂଶୀଧର ପୁଟେଲ କଚ୍ଚା ଘରେ ରହୁଛନ୍ତି ଓ ଏସ୍‌ଇସିସି ଅନୁସାରେ ଘର ପାଇବାକୁ ଯୋଗ୍ୟ ତାଲିକାରେ ତାଙ୍କ ନାମ ରହିଥିବା ଦର୍ଶାଇଛନ୍ତି। ବର୍ତ୍ତମାନ କିନ୍ତୁ ସେହି ତାଲିକାରୁ ନାମ ଉଭାନ ହୋଇଥିବା ଜଣାପଡ଼ିଛି। ବଂଶୀଧର ଜିଲାପାଳଙ୍କ ଜନ ଶୁଣାଣି ଶିବିରରେ ଚଳିତ ମାସ ୬ ତାରିଖ (ପଞ୍ଜୀକୃତ ସଂଖ୍ୟା ୭୨) ଲିଖିତ ଭାବେ ଅଭିଯୋଗ କରିଛନ୍ତି ।

ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକୁ ଯଦି ଅବମାନନା କରାଯାଉଛି ଓ ଭୁଲ୍‌ ତଥ୍ୟ ଦିଆଯାଉଛି ତେବେ ସାଧାରଣ ଲୋକ କିଭଳି ସେବା ପାଉଥିବେ ତାହା ସହଜେ ଅନୁମାନ କରାଯାଇପାରେ ବୋଲି ଜିଲା ପରିଷଦ ସଭ୍ୟ ସୁରେଶ ଚୌଧୁରୀ ଅଭିଯୋଗ କରିଛନ୍ତି। ଏ ସମ୍ବନ୍ଧରେ ଜାଣିବା ପାଇଁ କର୍ଲାମୁଣ୍ଡା ବିଡିଓ ପ୍ରିୟ ଦର୍ଶନୀ ମିର୍ଦ୍ଦାଙ୍କୁ ଯୋଗାଯୋଗ କରିଥିଲେ ହେଁ ତାଙ୍କ ସହିତ ଯୋଗାଯୋଗ ହେଇପାରି ନ ଥିବାରୁ କର୍ଲାମୁଣ୍ଡା ବ୍ଲକ ଗ୍ରାମୀଣ ଆବାସ ଯୋଜନା ଦାୟିତ୍ୱରେ ଥିବା ବିପିସି ଭୋଳା ଦାଶଙ୍କୁ ପଚାରିବାରୁ ମୋ’ପୂର୍ବରୁ ଅନ୍ୟ ଜଣେ ଏହି ପଦବୀରେ ଥିଲେ। ଏଣୁ ଏ ବିଷୟରେ ମୁଁ ଅଧିକ କିଛି କହିପାରିବି ନାହିଁ। ତଥାପି ଏହି ହିତାଧିକାରୀ କେମିତି ତାଲିକା ଭୁକ୍ତ ହେଇପାରିବେ ଆମେ ଚେଷ୍ଟା କରୁଛି ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦମଦାର ବିଜୟ ସହ ସିଜିନ୍‌ ଆରମ୍ଭ କଲା ରାଜସ୍ଥାନ ରୟାଲ

ଗୁଆହାଟୀ,୩୦।୩: ରାଜସ୍ଥାନ ରୟାଲ୍ସ ଏକ ଦମଦାର ବିଜୟ ସହିତ IPL 2026 ସିଜିନ ଆରମ୍ଭ କରିଛି। ଗୁଆହାଟୀରେ ଖେଳାଯାଇଥିବା ସେମାନଙ୍କର ପ୍ରଥମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ସମ୍ପୂର୍ଣ୍ଣ…

ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଧାରଣା: ପ୍ରଶାସନର ଏଭଳି ପ୍ରତିଶ୍ରୁତି ପରେ ହଟିଲା…

ଦେବଗଡ଼, ୩୦।୩ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଅଙ୍ଗନୱାଡି କର୍ମୀ ବ୍ଲକ ସମ୍ମୁଖରେ ଦେଉଥିବା ଧାରଣାସ୍ଥଳରେ ସୋମବାର…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ହଠାତ୍‌ ଭାରସାମ୍ୟ ହରାଇ ଷ୍ଟ୍ରିଟଲାଇଟ ଖୁଣ୍ଟକୁ ଧକ୍କା ଦେଲା କାର୍‌: ଘଟଣାସ୍ଥଳରେ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ସୋମବାର ଅପରାହ୍ନରେ ଦେବଗଡ ପୌରାଞ୍ଚଳ ମୋହିନୀପୁର ଛକ ନିକଟସ୍ଥ ୫୩ ନମ୍ବର ଜାତୀୟ ରାଜପଥରେ ଏକ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡିଛି ।…

ଅପସାରିତ ପୌରାଧ୍ୟକ୍ଷାଙ୍କୁ ପୁନଃ ଅବସ୍ଥାପିତ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ, ତୁରନ୍ତ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ୨୦୨୫ ଜାନୁଆରୀ ୨୮ ତାରିଖରେ ରାଜ୍ୟ ସରକାରଙ୍କ ଦ୍ୱାରା ଗାଦିଚ୍ୟୁତ ହୋଇଥିବା ଦେବଗଡ ପୌର ପରିଷଦ ଅଧ୍ୟକ୍ଷା ଶାନ୍ତି ମଞ୍ଜରୀ ଦେଈଙ୍କୁ ଏହି…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ଅନ୍ତର୍ଜାତୀୟ ବଡ଼ି ଲିଫ୍ଟ ପ୍ରତିଯୋଗିତାରେ ଦିଗପହଣ୍ଡିର ଶଙ୍କର ପୁରସ୍କୃତ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୩ ନଂ ୱାର୍ଡ ନୂଆସାହିରେ ରହୁଥିବା ନନ୍ଦୁ ଓରଫ ଶଙ୍କର ବେହେରା ଅନ୍ତର୍ଜାତୀୟ ବଡି ଲିଫ୍ଟ ପ୍ରତିଯୋଗିତାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri