ଦୀର୍ଘ ୬ ବର୍ଷ ପରେ ଘରକୁ ଫେରିଲେ ନିଖୋଜ ପୁଅ

ଆନନ୍ଦପୁର,୮।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ପୌରପରିଷଦ ୧୨ ନଂ ଓାର୍ଡ଼ ଶାଳପଡା ନୂଆ କଲୋନୀ ସାହିର ସୁରେଶ ସ୍ବାଇଁ ଓ ପ୍ରମିଳା ସ୍ବାଇଁଙ୍କ ନିଖୋଜ ପୁଅ ପିଣ୍ଟୁ ଗତ ୬ ବର୍ଷ ପରେ ଘରକୁ ଫେରିଛନ୍ତି। ସୂଚନାଯୋଗ୍ୟ, ଗତ ୪.୧୧.୨୦୧୬ରେ ପିଣ୍ଟୁ ଘରୁ ବାହାରକୁ ଯାଇ ଆଉ ଫେରି ନ ଥିଲେ। ସେତେବେଳେ ପିଣ୍ଟୁଙ୍କୁ ୧୦ ବର୍ଷ ବୟସ ହୋଇଥିଲା। ବହୁ ଖୋଜାଖୋଜି ପରେ ପରିବାର ଲୋକେ ନିରାଶ ହେବା ପରେ ଆନନ୍ଦପୁର ଚାଇଲ୍ଡଲାଇନ୍‌ ସହାୟତାରେ ଘସିପୁରା ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଘସିପୁରା ଥାନା କେସ୍‌ ନଂ ୨୮୧/୨୦୧୬ରେ ଏକ ମାମଲା ରୁଜୁ ହୋଇଥିଲା। ହେଲେ ପିଣ୍ଟୁଙ୍କର କୌଣସି ସନ୍ଧାନ ମିଳିପାରି ନ ଥିଲା। ଏହା ପରେ ପିଣ୍ଟୁ ଚନ୍ଦକାସ୍ଥିତ ଚାଇଲ୍ଡ ହେଲ୍ପଲାଇନଠାରେ ଆଶ୍ରୟ ନେଇଥିଲେ। ଏ ସମ୍ପର୍କରେ ଜାଣିପାରି ପରିବାର ଲୋକେ ସ୍ଥାନୀୟ ଚାଇଲ୍ଡଲାଇନ୍‌ର ସହାୟତାରେ ସେଠାରେ ପହଞ୍ଚି ଆବଶ୍ୟକ ପ୍ରମାଣ ପତ୍ର ଦେଖାଇ ପିଣ୍ଟୁଙ୍କୁ ଫେରିପାଇଥିଲେ। ତେବେ ପିଣ୍ଟୁଙ୍କୁ ଆନନ୍ଦପୁର ମୁଖ୍ୟ ଚିକିତ୍ସାଳୟରେ ଆବଶ୍ୟକ ଚିକିତ୍ସା ସେବା ଯୋଗାଇବା ପରେ ତାଙ୍କ ପରିବାରକୁ ହସ୍ତନ୍ତର କରାଯାଇଥିଲା। ପିଣ୍ଟୁ ଘରକୁ ଫେରିବା ପରେ ପରିବାରରେ ଖୁସିର ଲହରୀ ଖେଳିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା:  ଯାହାକୁ ସ୍ବାମୀ କହୁଥିଲେ ସେ ଥାନାରେ

ଧର୍ମଶାଳା,୧୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା। ଯାହାଙ୍କୁ ସ୍ବାମୀ  କହିଲେ ତାଙ୍କୁ ପୋଲିସ ନେଇ ପଚରାଉଚରା କରୁଛି। ଏଭଳି ଅଭାବନୀୟ ଘଟଣା...

‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’

ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri