ପାଟଣାଗଡ ପୋଲିସ ତରଫରୁ ମିଶନ କ୍ଲିନ ଆରମ୍ଭ

ପାଟଣାଗଡ, ୨୭।୧୦(ଡି.ଏନ୍‌.ଏ.): – ବେଆଇନ ମଦ ମାଫିଆ, ଜୁଆ ସଟ୍ଟା, ଚୋର ଡକାୟତଙ୍କୁ ମିଶନ କ୍ଲିନ ମାଧ୍ୟମରେ ଦୃଢ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ବିଜୟାଦଶମୀରୁ ଶପଥ ନେଇଛି ବଲାଙ୍ଗୀର ପୋଲିସ। ଜିଲାର ବିଭିନ୍ନ ଥାନାଗୁଡିକୁ ବେଆଇନ କାର୍ଯ୍ୟକଳାପ ଗୁଡିକୁ ରୋକଲଗାଇବା ପାଇଁ ବଲାଙ୍ଗୀର ଏସ୍‌ପିଙ୍କ ନିର୍ଦ୍ଦେଶ ମିଳିବା ପରେ ପାଟଣାଗଡ ଥାନାରେ ମଧ୍ୟ ମିଶନ କ୍ଲିନ ଆରମ୍ଭ କରାଯାଇଛି। ଅଞ୍ଚଳର ଜୁଆ, ସଟ୍ଟା, ମଦ, କୋରେକ୍ସ ତଥା ଅସାମାଜିକ ବ୍ୟକ୍ତିଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ପାଇଁ ପାଟଣାଗଡ ଆଇଆଇସି କେ. ପ୍ରିୟଙ୍କା ରାଉତରାୟଙ୍କ ନେତୃତ୍ତ୍ୱରେ ଘନ ଘନ ଚଢ଼ାଉ ଆରମ୍ଭ ହୋଇଛି। ବୁଧବାର ପାଟଣାଗଡ କଲେଜ ଛକସ୍ଥିତ ଏକ ସଟ୍ଟା ଏଜେଣ୍ଟ ଶେଷଦେବ ଭରାସାଗରଙ୍କୁ ଗିରଫ କରାଯାଇ ୭୦୦୦ ଟଙ୍କା ଏବଂ ମୋବାଇଲ ଫୋନ୍‌ ଜବତ କରାଯାଇଛି। ଏ ନେଇ ଥାନାରେ କେସ୍‌ ନଂ. ୨୨୬/୨୦ ରେ ଏମ ମାମଲା ରୁଜୁ କରାଯାଇଛି।
ସେହିପରି ଭଇଁଷା ଗ୍ରାମର ସଞ୍ଜତ ଭୋଇଙ୍କୁ ପୋଲିସ ଗିରଫ କରିଥିବା ବେଳେ ୨୪୦୦ ଟଙ୍କା, ମୋବାଇଲ ଫୋନ, ସଟ୍ଟା ଚାଟ ଜବତ କରାଯାଇ ଥାନା କେସ୍‌ ନଂ ୨୨୭/୨୦ ରେ ଆଉ ଏକ ମାମଲା ରୁଜୁ କରାଯାଇଛି। ବେଆଇନ ମଦ ବିକ୍ରିକୁ ରୋକ ଲଗାଇବା ପାଇଁ ଅଞ୍ଚଳର ଢାବାଗୁଡିକରେ ଚଢାଉ କରାଯାଇ ଜଣେ ଢାବା ମାଲିକଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ

ସମ୍ବଲପୁର,୧୯ା୪(ପ୍ରମୋଦ ବହିଦାର): ରେଳବାଇ ସୁରକ୍ଷା ଜନିତ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ସମ୍ବଲପୁର ରେଳମଣ୍ଡଳ ଅଧୀନସ୍ଥ କେତେକ ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ କରାଯାଇଥିବା ନେଇ ସମ୍ବଲପୁର ରେଳ...

ତାପମାତ୍ରାରେ ଭୁବନେଶ୍ୱକୁ ଟପିଲା କଟକ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ରାଜ୍ୟରେ ଏ ବର୍ଷ ପ୍ରଥମ ଥର ପାଇଁ...

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

ଅଶୁଂଘାତ ନେଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି...

ମହାନଦୀରେ ବୁଡିଲା ଡଙ୍ଗା: ଜଣେ ମୃତ, ୬ ନିଖୋଜ

ଝାରସୁଗୁଡା,୧୯।୪: ମହାନଦୀରେ ବୁଡିଲା ଡଙ୍ଗା। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ ଜଣଙ୍କର ପତ୍ତା ମିଳୁନି। ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଶରଧା ନିକଟ...

ବୃଦ୍ଧଙ୍କୁ ପଥରରେ ଛେଚି ହତ୍ୟା

ପାଇକମାଳ,୧୯ା୪(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ ଭୁବନେଶ୍ୱରପୁର(ଚେରିମୁଣ୍ଡା) ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୬୫ ବର୍ଷର ବୃଦ୍ଧଙ୍କୁ ପଥରରେ ଛେଚି...

ଗଞ୍ଜେଇ ଚାଲାଣକାରୀଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୧୯।୪(ସୁବାସ ଚନ୍ଦ୍ର ପାଢ଼ୀ): ଅତିରିକ୍ତ ଜିଲା ଦୌରା ଜଜ୍‌(ଏଡିଜେ)-୩ ଡ. ଇନ୍ଦୁ ଶର୍ମା ଶୁକ୍ରବାର ଦୁଇ ଗଞ୍ଜେଇ ଚାଲାଣକାରୀଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ସେମାନେ ହେଲେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri