ପାଟଣାଗଡ ପୋଲିସ ତରଫରୁ ମିଶନ କ୍ଲିନ ଆରମ୍ଭ

ପାଟଣାଗଡ, ୨୭।୧୦(ଡି.ଏନ୍‌.ଏ.): – ବେଆଇନ ମଦ ମାଫିଆ, ଜୁଆ ସଟ୍ଟା, ଚୋର ଡକାୟତଙ୍କୁ ମିଶନ କ୍ଲିନ ମାଧ୍ୟମରେ ଦୃଢ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ବିଜୟାଦଶମୀରୁ ଶପଥ ନେଇଛି ବଲାଙ୍ଗୀର ପୋଲିସ। ଜିଲାର ବିଭିନ୍ନ ଥାନାଗୁଡିକୁ ବେଆଇନ କାର୍ଯ୍ୟକଳାପ ଗୁଡିକୁ ରୋକଲଗାଇବା ପାଇଁ ବଲାଙ୍ଗୀର ଏସ୍‌ପିଙ୍କ ନିର୍ଦ୍ଦେଶ ମିଳିବା ପରେ ପାଟଣାଗଡ ଥାନାରେ ମଧ୍ୟ ମିଶନ କ୍ଲିନ ଆରମ୍ଭ କରାଯାଇଛି। ଅଞ୍ଚଳର ଜୁଆ, ସଟ୍ଟା, ମଦ, କୋରେକ୍ସ ତଥା ଅସାମାଜିକ ବ୍ୟକ୍ତିଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ପାଇଁ ପାଟଣାଗଡ ଆଇଆଇସି କେ. ପ୍ରିୟଙ୍କା ରାଉତରାୟଙ୍କ ନେତୃତ୍ତ୍ୱରେ ଘନ ଘନ ଚଢ଼ାଉ ଆରମ୍ଭ ହୋଇଛି। ବୁଧବାର ପାଟଣାଗଡ କଲେଜ ଛକସ୍ଥିତ ଏକ ସଟ୍ଟା ଏଜେଣ୍ଟ ଶେଷଦେବ ଭରାସାଗରଙ୍କୁ ଗିରଫ କରାଯାଇ ୭୦୦୦ ଟଙ୍କା ଏବଂ ମୋବାଇଲ ଫୋନ୍‌ ଜବତ କରାଯାଇଛି। ଏ ନେଇ ଥାନାରେ କେସ୍‌ ନଂ. ୨୨୬/୨୦ ରେ ଏମ ମାମଲା ରୁଜୁ କରାଯାଇଛି।
ସେହିପରି ଭଇଁଷା ଗ୍ରାମର ସଞ୍ଜତ ଭୋଇଙ୍କୁ ପୋଲିସ ଗିରଫ କରିଥିବା ବେଳେ ୨୪୦୦ ଟଙ୍କା, ମୋବାଇଲ ଫୋନ, ସଟ୍ଟା ଚାଟ ଜବତ କରାଯାଇ ଥାନା କେସ୍‌ ନଂ ୨୨୭/୨୦ ରେ ଆଉ ଏକ ମାମଲା ରୁଜୁ କରାଯାଇଛି। ବେଆଇନ ମଦ ବିକ୍ରିକୁ ରୋକ ଲଗାଇବା ପାଇଁ ଅଞ୍ଚଳର ଢାବାଗୁଡିକରେ ଚଢାଉ କରାଯାଇ ଜଣେ ଢାବା ମାଲିକଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସରିସରି ଯାଉଛି ପଞ୍ଜୀକରଣ ଅବଧି, ତୁଟୁନି ଚାଷୀଙ୍କ ସମସ୍ୟା: ଉପୁଜୁଛି ନୂଆ ନୂଆ ସମସ୍ୟା

ବରଗଡ଼,୨୦।୮(ପ୍ରେମାନନ୍ଦ ଖମାରୀ):ସମୟ ଗଡ଼ି ଚାଲିଛି। ପଞ୍ଜୀକରଣ ଅବଧି ମଧ୍ୟ ସରିସରି ଯାଉଛି। ଏଭଳି ସ୍ଥିତିରେ ଧାନବିକ୍ରି ପଞ୍ଜୀକରଣ ପାଇଁ ଚାଷୀମାନଙ୍କୁ ନୂଆଁ ନୂଆଁ ସମସ୍ୟାର ସମ୍ମୁଖୀନ ହେବାକୁ…

ଇରାନ ଉପରେ ବଡ଼ ଆର୍ଥିକ କଟକଣା ଘୋଷଣା କଲେ ଟ୍ରମ୍ପ, ସହଯୋଗୀ ଦେଶକୁ ଅଲଟିମେଟମ

ଓ୍ବାଶିଂଟନ,୨୦।୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ଇସଲାମିକ ଗଣରାଜ୍ୟ ଇରାନକୁ ତାଙ୍କ ପରି କେହି ଚୁକ୍ତି କରିବା ପାଇଁ ଏତେ ସୁଯୋଗ ଦେଇନାହାଁନ୍ତି। ଟ୍ରମ୍ପ…

ସ୍ମାର୍ଟ ମିଟର ଲଗାଇବା ବାଧ୍ୟତାମୂଳକ ନୁହେଁ: ଓଲଟା କାମ କରୁଛି ଟାଟା ପାଓ୍ବାର

ଭୁବନେଶ୍ୱର,୨୦।୮(ସୁନିତ୍‌ ମିଶ୍ର):ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗ (ଓଇଆର୍‌ସି) ୨୪ ମାର୍ଚ୍ଚ ୨୦୨୬ରେ ଦେଇଥିବା ତଥ୍ୟ ଅନୁଯାୟୀ ରାଜ୍ୟରେ ବର୍ତ୍ତମାନ ୯୭ ଲକ୍ଷ ୪୯ ହଜାର ୬୧୫ ଜଣ…

‘ବନ୍ଦେ ମାତରମ’: କଂଗ୍ରେସ ପ୍ରସ୍ତାବକୁ ସମାଲୋଚନା କଲା ଭାଜପା

ନୂଆଦିଲ୍ଲୀ,୨୦।୮: ‘ବନ୍ଦେ ମାତରମ’ ଉପରେ ଚାଲିଥିବା ରାଜନୈତିକ ହଟ୍ଟଗୋଳ ମଧ୍ୟରେ, କଂଗ୍ରେସ କାର୍ଯ୍ୟକାରିଣୀ କମିଟି (CWC) କେବଳ ଏହାର ପ୍ରଥମ ଦୁଇଟି ପଦ ଗାଇବା ପାଇଁ ଏକ…

ବିପଦସଙ୍କୁଳ ଶ୍ରେଣୀଗୃହ, ମୁହଁ ମୋଡୁଛନ୍ତି ଛାତ୍ରୀଛାତ୍ର

ଭବାନୀପାଟଣା,୨୦ା୮(ଉତ୍ତମ କୁମାର ଦାଶ):ଓଡ଼ିଶା ମାନବାଧିକାର କମିଶନ (ଓଏଚ୍‌ଆର୍‌ସି) ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ୨୦୧୪ରେ ରାଜ୍ୟର ସମସ୍ତ ଅସୁରକ୍ଷିତ ଓ ପରିତ୍ୟକ୍ତ ସ୍କୁଲ କୋଠା ଚିହ୍ନଟ…

ଘରେ ଶୋଇଥିଲେ ଟିକେଶ୍ୱର, କାମୁଡ଼ିଲା ସାପ: ରାତିଅଧରେ ଏମିତି କାମ କରିବାରୁ ଘଟିଲା…

ଦେବଗଡ,୨୦।୮(ଶଶାଙ୍କ ଶେଖର ଝାଙ୍କର): ସାପ କାମୁଡାରେ ଦେବଗଡ ଥାନା ତଥା ବାରକୋଟ ବ୍ଲକ କଂଟାପାଲି ଗ୍ରାମ ପଞ୍ଚାୟତର ଟୁସୁଳା ଗ୍ରାମର ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି…

୨୦ଟଙ୍କା ଲାଞ୍ଚ ପାଇଁ ୩୦ ବର୍ଷର ଆଇନଗତ ଲଢ଼େଇ

ନୂଆଦିଲ୍ଲୀ, ୨୦।୮: ମାତ୍ର ୨୦ଟଙ୍କା ଲାଞ୍ଚ ମାମଲାରେ ୩ ଦଶନ୍ଧି ଧରି ଚାଳିଥିବା ଆଇନଗତ ଲଢ଼େଇର ଅନ୍ତ ଘଟିଛି। ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ ଉଜ୍ଜଳ ଭୂୟାଁ ଏବଂ…

୨୮ରେ ରାଜ୍ୟ କ୍ୟାବିନେଟ୍‌: ୭ ପ୍ରସ୍ତାବକୁ ମିଳିପାରେ ଅନୁମୋଦନ

ଭୁବନେଶ୍ୱର,୨୦।୮(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୨୮ତାରିଖରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଏ ସଂକ୍ରାନ୍ତରେ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ମନ୍ତ୍ରିମଣ୍ଡଳର ସଦସ୍ୟମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri