Posted inରାଜ୍ୟ

ଜଳ ଅମଳ ପ୍ରକଳ୍ପରେ ସାମିଲ ହେବେ ମିଶନ ଶକ୍ତି ଗୋଷ୍ଠୀ

ଭୁବନେଶ୍ୱର,୨୫ା୪(ବ୍ୟୁରୋ): ସହରାଞ୍ଚଳ ମଜୁରି ନିଯୁକ୍ତି (ୟୁଡବ୍ଲ୍ୟୁଇଆଇ) କାର୍ଯ୍ୟକ୍ରମ ଅଧୀନରେ ରାଜ୍ୟର ସମସ୍ତ ୧୧୪ ପୌରାଞ୍ଚଳର ପ୍ରତ୍ୟେକ ୱାର୍ଡରେ ବର୍ଷାଜଳ ଅମଳ ପ୍ରକଳ୍ପ ନିର୍ମାଣ ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ଏଥିରେ ମିଶନ ଶକ୍ତି ସ୍ବୟଂସହାୟକ ଗୋଷ୍ଠୀଙ୍କୁ ସାମିଲ କରାଯିବ। ପୌରାଞ୍ଚଳରେ ଥିବା ପାର୍କ, ଖେଳପଡ଼ିଆ ଓ ଅନ୍ୟାନ୍ୟ ଖୋଲାସ୍ଥାନଗୁଡ଼ିକୁ ତୁରନ୍ତ ଚିହ୍ନଟ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ା ଗୃହ ଓ ନଗର ଉନ୍ନୟନ ବିଭାଗ ସଚିବ ଜି.ମାଥିଭାଥନନଙ୍କ ଅଧ୍ୟକ୍ଷତାରେ ଏକ ରାଜ୍ୟସ୍ତରୀୟ ଟାସ୍କଫୋର୍ସ ଏବଂ ପୌର ସଂସ୍ଥାଗୁଡ଼ିକର କମିଶନର, କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ନେତୃତ୍ୱରେ ସହରାଞ୍ଚଳସ୍ତରର କୋର୍‌ ଗ୍ରୁପ୍‌ ଗଠନ କରାଯାଇଛି । ଆସନ୍ତା ମୌସୁମୀର ୨ମାସ ମଧ୍ୟରେ ୫୦୦୦ ବର୍ଷାଜଳ ଅମଳ ପ୍ରକଳ୍ପ ପ୍ରତିଷ୍ଠା କରାଯିବାକୁ ଲକ୍ଷ୍ୟ ରଖାଯାଇଛି। ଏଥିପାଇଁ ଶୁକ୍ରବାର ସମସ୍ତ ପୌରାଞ୍ଚଳ, ବିକାଶ ପ୍ରାଧିକରଣ ଏବଂ ଯୋଜନା ପ୍ରାଧିକରଣ ଇଞ୍ଜିନିୟରମାନଙ୍କୁ ସ୍ବଳ୍ପ ମୂଲ୍ୟରେ ବୈଷୟିକ ମଡେଲ ଉପରେ ତାଲିମ ଦେବା ପାଇଁ ବିଭାଗ ଦ୍ୱାରା କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା ା

ଗୃହ ଓ ନଗର ଉନ୍ନୟନ ବିଭାଗର ବରିଷ୍ଠ ଅଧିକାରୀମାନେ ଧାର୍ଯ୍ୟ ସମୟସୀମା ମଧ୍ୟରେ ଲକ୍ଷ୍ୟ କିପରି ହାସଲ କରାଯିବ ସେନେଇ ଆଲୋଚନା କରିଥିଲେ ା ମିଶନ ଶକ୍ତି ଗୋଷ୍ଠୀକୁ ତୁରନ୍ତ କାର୍ଯ୍ୟାଦେଶ ପ୍ରଦାନ ସହିତ ସେମାନେ ଯେଭଳି ଶୀଘ୍ର କାର୍ଯ୍ୟ ଆରମ୍ଭ କରିବେ ସେଥିପାଇଁ ସେମାନଙ୍କୁ ସଚେତନତା ପାଇଁ କୁହାଯାଇଛି ା ସମସ୍ତ ୟୁଡବ୍ଲ୍ୟୁଇଆଇ କାର୍ଯ୍ୟକଳାପ ଉପରେ ନଜର ରଖିବା ପାଇଁ ବିଭାଗରେ ଏକ ପିଏମ୍‌ୟୁ ସ୍ଥାପନ କରାଯାଇଛି ା ଭୂତଳ ଜଳ ସଂରକ୍ଷଣ ସୁନିଶ୍ଚିତ କରିବା ବ୍ୟତୀତ ବନ୍ୟାକୁ ହ୍ରାସ କରିବାରେ ସହାୟକ ହେବ ା ଏହା ପୌରାଞ୍ଚଳରେ ହାଇଡ୍ରୋଲୋଜିକାଲ ସନ୍ତୁଳନକୁ ସ୍ଥିର କରିବା ସହ ଜଳବାୟୁ ସ୍ଥିରତାକୁ ସୁନିଶ୍ଚିତ କରିବ ବୋଲି ମାଥିଭାଥନନ କହିଛନ୍ତି। ଶ୍ରେଷ୍ଠ ପ୍ରଦର୍ଶନକାରୀ ପୌରସଂସ୍ଥା ଏବଂ ଇଞ୍ଜିନିୟରମାନଙ୍କୁ ମଧ୍ୟ ପୁରସ୍କୃତ କରାଯିବ । ଏଠାରେ ସୂଚନାଯୋଗ୍ୟ, ରାଜ୍ୟରେ କୋଭିଡ୍‌-୧୯ ସଂକ୍ରମଣ ଯୋଗୁ କାମଧନ୍ଦା ହରାଇଥିବା ଗରିବ ଶ୍ରମିକମାନଙ୍କ ପାଇଁ ରାଜ୍ୟ ସରକାର ୨୦୨୦ରେ ୟୁଡବ୍ଲ୍ୟୁଇଆଇ କାର୍ଯ୍ୟକ୍ରମ ଆରମ୍ଭ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri