Posted inରାଜ୍ୟ

ଜଳ ଅମଳ ପ୍ରକଳ୍ପରେ ସାମିଲ ହେବେ ମିଶନ ଶକ୍ତି ଗୋଷ୍ଠୀ

ଭୁବନେଶ୍ୱର,୨୫ା୪(ବ୍ୟୁରୋ): ସହରାଞ୍ଚଳ ମଜୁରି ନିଯୁକ୍ତି (ୟୁଡବ୍ଲ୍ୟୁଇଆଇ) କାର୍ଯ୍ୟକ୍ରମ ଅଧୀନରେ ରାଜ୍ୟର ସମସ୍ତ ୧୧୪ ପୌରାଞ୍ଚଳର ପ୍ରତ୍ୟେକ ୱାର୍ଡରେ ବର୍ଷାଜଳ ଅମଳ ପ୍ରକଳ୍ପ ନିର୍ମାଣ ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ଏଥିରେ ମିଶନ ଶକ୍ତି ସ୍ବୟଂସହାୟକ ଗୋଷ୍ଠୀଙ୍କୁ ସାମିଲ କରାଯିବ। ପୌରାଞ୍ଚଳରେ ଥିବା ପାର୍କ, ଖେଳପଡ଼ିଆ ଓ ଅନ୍ୟାନ୍ୟ ଖୋଲାସ୍ଥାନଗୁଡ଼ିକୁ ତୁରନ୍ତ ଚିହ୍ନଟ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ା ଗୃହ ଓ ନଗର ଉନ୍ନୟନ ବିଭାଗ ସଚିବ ଜି.ମାଥିଭାଥନନଙ୍କ ଅଧ୍ୟକ୍ଷତାରେ ଏକ ରାଜ୍ୟସ୍ତରୀୟ ଟାସ୍କଫୋର୍ସ ଏବଂ ପୌର ସଂସ୍ଥାଗୁଡ଼ିକର କମିଶନର, କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ନେତୃତ୍ୱରେ ସହରାଞ୍ଚଳସ୍ତରର କୋର୍‌ ଗ୍ରୁପ୍‌ ଗଠନ କରାଯାଇଛି । ଆସନ୍ତା ମୌସୁମୀର ୨ମାସ ମଧ୍ୟରେ ୫୦୦୦ ବର୍ଷାଜଳ ଅମଳ ପ୍ରକଳ୍ପ ପ୍ରତିଷ୍ଠା କରାଯିବାକୁ ଲକ୍ଷ୍ୟ ରଖାଯାଇଛି। ଏଥିପାଇଁ ଶୁକ୍ରବାର ସମସ୍ତ ପୌରାଞ୍ଚଳ, ବିକାଶ ପ୍ରାଧିକରଣ ଏବଂ ଯୋଜନା ପ୍ରାଧିକରଣ ଇଞ୍ଜିନିୟରମାନଙ୍କୁ ସ୍ବଳ୍ପ ମୂଲ୍ୟରେ ବୈଷୟିକ ମଡେଲ ଉପରେ ତାଲିମ ଦେବା ପାଇଁ ବିଭାଗ ଦ୍ୱାରା କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା ା

ଗୃହ ଓ ନଗର ଉନ୍ନୟନ ବିଭାଗର ବରିଷ୍ଠ ଅଧିକାରୀମାନେ ଧାର୍ଯ୍ୟ ସମୟସୀମା ମଧ୍ୟରେ ଲକ୍ଷ୍ୟ କିପରି ହାସଲ କରାଯିବ ସେନେଇ ଆଲୋଚନା କରିଥିଲେ ା ମିଶନ ଶକ୍ତି ଗୋଷ୍ଠୀକୁ ତୁରନ୍ତ କାର୍ଯ୍ୟାଦେଶ ପ୍ରଦାନ ସହିତ ସେମାନେ ଯେଭଳି ଶୀଘ୍ର କାର୍ଯ୍ୟ ଆରମ୍ଭ କରିବେ ସେଥିପାଇଁ ସେମାନଙ୍କୁ ସଚେତନତା ପାଇଁ କୁହାଯାଇଛି ା ସମସ୍ତ ୟୁଡବ୍ଲ୍ୟୁଇଆଇ କାର୍ଯ୍ୟକଳାପ ଉପରେ ନଜର ରଖିବା ପାଇଁ ବିଭାଗରେ ଏକ ପିଏମ୍‌ୟୁ ସ୍ଥାପନ କରାଯାଇଛି ା ଭୂତଳ ଜଳ ସଂରକ୍ଷଣ ସୁନିଶ୍ଚିତ କରିବା ବ୍ୟତୀତ ବନ୍ୟାକୁ ହ୍ରାସ କରିବାରେ ସହାୟକ ହେବ ା ଏହା ପୌରାଞ୍ଚଳରେ ହାଇଡ୍ରୋଲୋଜିକାଲ ସନ୍ତୁଳନକୁ ସ୍ଥିର କରିବା ସହ ଜଳବାୟୁ ସ୍ଥିରତାକୁ ସୁନିଶ୍ଚିତ କରିବ ବୋଲି ମାଥିଭାଥନନ କହିଛନ୍ତି। ଶ୍ରେଷ୍ଠ ପ୍ରଦର୍ଶନକାରୀ ପୌରସଂସ୍ଥା ଏବଂ ଇଞ୍ଜିନିୟରମାନଙ୍କୁ ମଧ୍ୟ ପୁରସ୍କୃତ କରାଯିବ । ଏଠାରେ ସୂଚନାଯୋଗ୍ୟ, ରାଜ୍ୟରେ କୋଭିଡ୍‌-୧୯ ସଂକ୍ରମଣ ଯୋଗୁ କାମଧନ୍ଦା ହରାଇଥିବା ଗରିବ ଶ୍ରମିକମାନଙ୍କ ପାଇଁ ରାଜ୍ୟ ସରକାର ୨୦୨୦ରେ ୟୁଡବ୍ଲ୍ୟୁଇଆଇ କାର୍ଯ୍ୟକ୍ରମ ଆରମ୍ଭ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ଶନିଙ୍କ ନକ୍ଷତ୍ରରେ ମଙ୍ଗଳ ଗୋଚର: ୪ ରାଶିଙ୍କୁ ବଡ଼ ଡିଲ୍‌ ଅଫର୍‌, ଧନଲାଭ ଯୋଗ

ପୁଷ୍ୟା ନକ୍ଷତ୍ର ହେଉଛି ଶନିଦେବଙ୍କ ନକ୍ଷତ୍ର। ଶନିଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ ବିଭିନ୍ନ ରାଶିର ଲୋକଙ୍କ ଜୀବନ ଉପରେ ପ୍ରଭାବ ପକାଇବ। ସୂଚନାଯୋଗ୍ୟ ଯେ, ମଙ୍ଗଳଙ୍କ ଏହି…

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

‘ଝିଅଙ୍କୁ ସ୍କର୍ଟ ପିନ୍ଧାଇ ସ୍କୁଲ ଛାଡନ୍ତୁନି’… ସ୍ୱାସ୍ଥ୍ୟମନ୍ତ୍ରୀ ଦେଲେ ଏମିତି ବୟାନ, ହେଉଛି ଚର୍ଚ୍ଚା

କୋଲକାତା,୫।୯: ପଶ୍ଚିମବଙ୍ଗର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ଶରଦ୍ୱତ ମୁଖାର୍ଜୀ ରାଜ୍ୟର ସମସ୍ତ ସ୍କୁଲକୁ ପରାମର୍ଶ ଦେଇଛନ୍ତି ଯେ, ଡେଙ୍ଗୁ ଋତୁରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ହାତ-ଗୋଡ଼ ସମ୍ପୂର୍ଣ୍ଣ ଘୋଡ଼ାଇ ହୋଇ…

ବଞ୍ଜାରା ଗ୍ୟାଙ୍ଗର ୫ ମହିଳାଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୫।୯: ନୟାପଲ୍ଲୀ ପୋଲିସ ଶନିବାର ବଞ୍ଜାରା ଲୁଟେରା ଗ୍ୟାଙ୍ଗର ୫ଜଣ ମହିଳାଙ୍କୁ ଧରିବାରେ ସକ୍ଷମ ହୋଇଛି। ଗରଫ ସମସ୍ତ ମହିଳା ମହାରାଷ୍ଟ୍ରର ବୋଲି ସୂଚନା ମିଳିଛି। ପୋଲିସ…

୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ

ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…

ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା

ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri