ମତ ବଦଳାଇଲେ ବିଧାୟକ

ଭୁବନେଶ୍ୱର,୮ା୭(ବ୍ୟୁରୋ): ବିଜେଡିରୁ କୋଣଠେସା ହେବାପରେ ଏବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆଡ଼କୁ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ଢଳୁଥିବା ଦେଖିବାକୁ ମିଳିଛି। ଗୁରୁବାର ସେ ପ୍ରଧାନମନ୍ତ୍ରୀଙ୍କୁ ପ୍ରଶଂସା କରିଛନ୍ତି। ପ୍ରଦୀପ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି, ପ୍ରଧାନମନ୍ତ୍ରୀଙ୍କ ଋଣ ଓଡ଼ିଶାବାସୀ କେବେ ହେଲେ ଶୁଝିପାରିବେ ନାହିଁ। ଏହାସହ ନିକଟରେ ନିଜକୁ ବିଜେଡିର ୨୬ ନମ୍ବର ବିଧାୟକ ବୋଲି କହୁଥିବା ପ୍ରଦୀପ ପ୍ରଥମ ଥର ଲାଗି ନିଜକୁ ସ୍ବାଧୀନ ବିଧାୟକ ବୋଲି କହିଛନ୍ତି। ପ୍ରଧାନମନ୍ତ୍ରୀଙ୍କୁ ପ୍ରଶଂସା କରିବା ଘଟଣା ଏବେ ନୂଆ ରାଜନୈତିକ ଚର୍ଚ୍ଚା ଆରମ୍ଭ କରିଛି। ସେ ଭାଜପାରେ ଯୋଗଦେଇପାରନ୍ତି ବୋଲି ଆଲୋଚନା ଜୋର୍‌ ଧରିଛି।
ବିଧାୟକ ପ୍ରଦୀପ ପାଣିଗ୍ରାହୀ କହିଛନ୍ତି, ମୋଦି ଓଡ଼ିଆ ଜାତିକୁ ଯେଉଁ ସମ୍ମାନ ଦେଇଛନ୍ତି ପୂର୍ବରୁ ସେପରି କୌଣସି ପ୍ରଧାନମନ୍ତ୍ରୀ ଦେଇନାହାନ୍ତି। ସ୍ବାଧୀନତା ପୂର୍ବରୁ କିମ୍ବା ପରେ କୌଣସି ପ୍ରଧାନମନ୍ତ୍ରୀ ଓଡ଼ିଆଙ୍କୁ ଏତେ ବଡ଼ ଗୁରୁଦାୟିତ୍ୱ ଦେଇନାହାନ୍ତି। ମୋଦି ତାଙ୍କ ୮ ବର୍ଷ ଶାସନ କାଳରେ ଓଡ଼ିଆଙ୍କୁ ବହୁ ବଡ଼ ଦାୟିତ୍ୱ ଦେଇଛନ୍ତି। ଶକ୍ତିକାନ୍ତ ଦାସଙ୍କଠାରୁ ଆରମ୍ଭ କରି ଗିରୀଶ ମୁର୍ମୁ, ଧର୍ମେନ୍ଦ୍ର ପ୍ରଧାନଙ୍କ ଯାଏଁ ବହୁ ଓଡ଼ିଆ ବଡ଼ ବଡ଼ ଗୁରୁଦାୟିତ୍ୱ ସମ୍ଭାଳିଛନ୍ତି। ଏହାସହ ଦେଶର ସର୍ବୋଚ୍ଚ ପଦ ପାଇଁ ଜଣେ ଓଡ଼ିଆ ଝିଅଙ୍କୁ ପ୍ରଧାନମନ୍ତ୍ରୀ ସୁଯୋଗ ଦେଇଛନ୍ତି। ଏଥିଲାଗି ଓଡ଼ିଶାବାସୀ ପ୍ରଧାନମନ୍ତ୍ରୀଙ୍କ ପ୍ରତି ଚିର ଋଣୀ। ଏହି ଋଣ କେବେହେଲେ ଶୁଝିହେବ ନାହିଁ ବୋଲି ବିଧାୟକ କହିଛନ୍ତି। ଅପରପକ୍ଷେ ରାଷ୍ଟ୍ରପତି ନିର୍ବାଚନରେ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ ଳାଗି ତାଙ୍କ ସହ କେହି ଯୋଗାଯୋଗ କରିଥିବା ନେଇ ପଚାରିବାରୁ ସେ କହିଛନ୍ତି, ଏନେଇ ତାଙ୍କୁ କେହି ଯୋଗାଯୋଗ କରିନାହାନ୍ତି। ବିବେକ ଅନୁଯାୟୀ ଦ୍ରୌପଦୀଙ୍କୁ ସେ ଭୋଟ ଦେବେ। ଅନ୍ୟମାନଙ୍କୁ ଏଥିଲାଗି ମଧ୍ୟ ଅନୁରୋଧ କରିବେ। ଦ୍ରୌପଦୀଙ୍କ ବିପକ୍ଷରେ ଯେପରି ଓଡ଼ିଶାର କୌଣସି ଭୋଟ ନ ଯାଏ ସେଥିଲାଗି ଚେଷ୍ଟା କରିବା ଦରକାର ବୋଲି ପ୍ରଦୀପ କହିଛନ୍ତି।
ସୂଚନାଯୋଗ୍ୟ, ଗୋପାଳପୁର ନିର୍ବାଚନମଣ୍ଡଳୀର ଏକ କାର୍ଯ୍ୟକ୍ରମରେ ବିଧାୟକ ପ୍ରଦୀପ ଯୋଗଦେବା ଅବସରରେ କହିଥିଲେ, ବିଜେଡିରୁ ବହିଷ୍କୃତ ବିଷୟ ଗଣମାଧ୍ୟମରେ ପ୍ରସାରଣ ହୋଇଛି ଏବଂ ନିଜେ ଶୁଣିଛନ୍ତି। ହେଲେ ଏବେ ମଧ୍ୟ ସେ ବିଜେଡି ବିଧାୟକ ଥିବା କହିଥିଲେ। ବିଧାନସଭା ଓ୍ବେବ୍‌ସାଇଟ୍‌ରେ ଶାସକ ଦଳ ତଥା ଟ୍ରେଜେରି ବେଞ୍ଚରେ ୨୬ ନମ୍ବର ଆସନ ତାଙ୍କ ଲାଗି ଉଦ୍ଦିଷ୍ଟ ଅଛି। ଏହାସହ ବିଭିନ୍ନ ସରକାରୀ କାର୍ଯ୍ୟକ୍ରମ ସମ୍ପର୍କରେ ତାଙ୍କୁ ଅବଗତ କରାଯାଉ ନ ଥିବା ସେ କହିଥିଲେ। ହେଲେ ତାଙ୍କର ଏହି ପ୍ରତିକ୍ରିୟାକୁ ବିଜେଡି ପକ୍ଷରୁ ଖଣ୍ଡନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

ମାଟି ଖୋଳିଲେ ମିଳୁଛି ସୁନା! ଏହି ଗାଁରେ ପ୍ରବଳ ଭିଡ଼, ଦିନକୁ ପହଞ୍ଚୁଛନ୍ତି ୧୦ ହଜାର ଲୋକ

ନୂଆଦିଲ୍ଲୀ,୨୩।୮: କେବେ ଚିନ୍ତା କରିଛନ୍ତି କି, ମାଟି ଖୋଳୁ ଖୋଳୁ ହଠାତ୍ ସୁନା ମିଳିଯିବ ? ପଶ୍ଚିମ କେନିଆର ଚେପୋରୋର ଗାଁରେ ଏବେ ଏଭଳି ଆଶା ନେଇ…

ମଦର ଗୁଣବତ୍ତା ନେଇ ସରକାରଙ୍କ ବଡ଼ ପଦକ୍ଷେପ, ଦେଲେ ଏହି ନିର୍ଦ୍ଦେଶ

ଚେନ୍ନାଇ,୨୩ା୮: ତାମିଲନାଡୁର ମୁଖ୍ୟମନ୍ତ୍ରୀ ଜୋସେଫ ବିଜୟ ରାଜ୍ୟର ସମସ୍ତ ଡିଷ୍ଟିଲେରୀରେ ମଦର ଗୁଣବତ୍ତା ନେଇ କଡ଼ା ଯାଞ୍ଚ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। TASMAC ମାଧ୍ୟମରେ ବିକ୍ରି ହେଉଥିବା…

ଆଡ୍‌ମିଶନ ଆଳରେ ଠକେଇ, ସାଇବର ଠକଙ୍କୁ ବାନ୍ଧିଲା ପୋଲିସ

ଅତାବିରା,୨୩ା୮(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲାର ବିଭିନ୍ନ କଲେଜ ଛାତ୍ରୀଛାତ୍ରଙ୍କ ଆଡ୍‌ମିଶନ ଆଳରେ ଠକେଇ କରି ଚାଲିଥିବା ଜଣେ ସାଇବର ଠକଙ୍କୁ ଅତାବିରା ପୋଲିସ ଗିରଫ କରିଛି। ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri