Posted inଜାତୀୟ

ମୁଖ୍ୟମନ୍ତ୍ରୀ ହେବାପାଇଁ ଇଚ୍ଛା ପ୍ରକାଶ କଲେ ବିଧାୟକ: ଉପମୁଖ୍ୟମନ୍ତ୍ରୀ ଦେଲେ ଏମିତି ଜବାବ

ବେଙ୍ଗାଲୁରୁ,୨।୯: କଂଗ୍ରେସ ବିଧାୟକ ତଥା ପ୍ରଶାସନିକ ସଂସ୍କାର ଆୟୋଗର ଅଧ୍ୟକ୍ଷ ଆର.ଭି ଦେଶପାଣ୍ଡେ କର୍ନାଟକର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ହେବା ନେଇ ଇଚ୍ଛା ପ୍ରକାଶ କରିଛନ୍ତି। ଏନେଇ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ଡି.କେ ଶିବକୁମାର। ମୁଖ୍ୟମନ୍ତ୍ରୀ ପଦ ଖାଲି ନାହିଁ। ସିଦ୍ଧରମୈୟା ମୁଖ୍ୟମନ୍ତ୍ରୀ ରହିବେ ବୋଲି ସେ କହିଛନ୍ତି।
ରବିବାର କଂଗ୍ରେସର ଆର.ଭି ଦେଶପାଣ୍ଡେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ହେବାକୁ ଇଚ୍ଛା ପ୍ରକାଶ କରିଥିଲେ। ଏହା ଉପରେ ଶିବକୁମାର କହିଛନ୍ତି, କର୍ନାଟକରେ ମୁଖ୍ୟମନ୍ତ୍ରୀ ପଦ ଖାଲି ନାହିଁ। ସିଦ୍ଧରମୈୟାଙ୍କ ନେତୃତ୍ୱରେ ସରକାର ଚାଲିଛି। ଯଦି ମୁଖ୍ୟମନ୍ତ୍ରୀ ପଦ ଖାଲି ହୋଇଥାନ୍ତା ତେବେ ଆମେ ଏହା ବିଷୟରେ ଆଲୋଚନା କରିଥାନ୍ତୁ। ଦେଶପାଣ୍ଡେ ଏହି ପଦବୀ ପାଇବା ଭୁଲ ନୁହେଁ, କିନ୍ତୁ ଗଣମାଧ୍ୟମ ଆଗରେ ଏପରି ଇଚ୍ଛା ପ୍ରକାଶ କରାଯିବା ଉଚିତ ନୁହେଁ। ସେ ଜଣେ ବରିଷ୍ଠ ତଥା ସମ୍ମାନିତ ନେତା।
ଯଦି କର୍ନାଟକ ହାଇକୋର୍ଟ ଏହି ମାମଲାରେ ବିରୋଧୀ ନିଷ୍ପତ୍ତି ଦିଅନ୍ତି ତେବେ ଦଳର କାର୍ଯ୍ୟାନୁଷ୍ଠାନ ସମ୍ପର୍କରେ ସେ କହିଛନ୍ତି ଯେ, ଏହି ନିଷ୍ପତ୍ତି ଆମ ସପକ୍ଷରେ ରହିବ ଏବଂ ସିଦ୍ଧରମୈୟା ମୁଖ୍ୟମନ୍ତ୍ରୀ ରହିବେ।

କର୍ନାଟକର ମୁଦା ଜମି ଆବଣ୍ଟନ ସ୍କାମରେ ରାଜ୍ୟପାଳ ଥାୱରଚାନ୍ଦ ଗେହଲୋଟ ଅଗଷ୍ଟ ୧୬ରେ ପ୍ରଦୀପ କୁମାର ଏସପି, ଟିଜେ ଆବ୍ରହାମ ଏବଂ ସ୍ନେହାମୋଇଙ୍କ ଆବେଦନ ଉପରେ, ଦୁର୍ନୀତି ନିବାରଣ ଆଇନ, ୧୯୮୮, ଧାରା ୧୭ଏ ଏବଂ ଭାରତୀୟ ନାଗରିକ ସୁରକ୍ଷା ସଂହିତା, ୨୦୨୩ର ଧାରା ୨୧୮ ଅନୁଯାୟୀ,ସିଦ୍ଧରମୈୟାଙ୍କ ବିରୋଧରେ ମୋକଦ୍ଦମା ଚଳାଇବା ପାଇଁ ମଞ୍ଜୁରୀ ଦେଇଥିଲେ। ୨୦୨୩ ଅଗଷ୍ଟ ୧୯ରେ ସିଦ୍ଧରମୈୟା ଏହି ଆଦେଶ ବିରୋଧରେ ହାଇକୋର୍ଟ ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

ମଧ୍ୟପ୍ରଦେଶ ଟ୍ରାଜେଡ଼ି: ୫ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯।୯: ମଧ୍ୟପ୍ରଦେଶକୁ ବୁଲିବାକୁ ତଥା ଦେବଦର୍ଶନ ପାଇଁ ଯାଇଥିବା ଓଡ଼ିଶାର ଗୋଟିଏ ପରିବାରର ୭ ଜଣ ସଦସ୍ୟଙ୍କର ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଅକାଳ ମୃତ୍ୟୁ ଘଟଣାରେ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

ଆରମ୍ଭ ହେଲା ଏସିଆନ ଗେମ୍ସ, ମନୁ ଭାକର, ପବନ ଶେରାଓ୍ବତ ନେଲେ ଭାରତର ନେତୃତ୍ୱ

ନାଗୋୟା,୧୯ା୯: ଦିନକର ସାଙ୍ଗଠନିକ ସ୍ଥାନୀୟ ମିଜୁହୋ ପାର୍କ ଆଥଲେଟିକ୍‌ ଷ୍ଟାଡିୟମରେ ରଙ୍ଗାରଙ୍ଗ ହାଇଟେକ୍‌ ଉଦ୍‌ଘାଟନୀ କାର୍ଯ୍ୟକ୍ରମ ସହ ୨୦ତମ ଏସିଆନ ଗେମ୍ସ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି।…

ଡେଭିିସ କପ୍‌ରେ ଭାରତକୁ ହରାଇଲା କୋରିଆ

ସିଓଲ, ୧୯ା୯: ଏସିଆର ପ୍ରଥମ ଦେଶ ଭାବେ ଡେଭିସ କପ୍‌ ଫାଇନାଲ-୮ରେ ପ୍ରବେଶ ପାଇଁ ମିଳିଥିବା ଏକ ଐତିହାସିକ ସୁଯୋଗକୁ ହରାଇଛି ଭାରତ। ଅନୁଷ୍ଠିତ କ୍ୱାଲିଫାୟର-୨ରେ କୋରିଆ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?