ଲୋକଙ୍କ ନିକଟତର ହୋଇ କାର୍ଯ୍ୟ କରିବାକୁ ବିଧାୟକ ଦେଲେ ଗୁରୁମନ୍ତ୍ର

ପୁରୁଷୋତ୍ତମପୁର,୨୫ା୯(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଭୂତସିଙ୍ଗି ପଞ୍ଚାୟତର କଇଠଡ଼ା ଗ୍ରାମରେ ଭାଜପାର ସାଂଗଠନିକ ବୈଠକ ଯୁବନେତା ସୀତାରାମ ପାଣିଗ୍ରାହୀଙ୍କ ସଂଯୋଜନାରେ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ କବିସୂର୍ଯ୍ୟନଗର ନିର୍ବାଚନ ମଣ୍ଡଳୀରେ ରହିଥିବା ପୁରୁଷୋତ୍ତମପୁର ବ୍ଲକର ୧୧ଟି ପଞ୍ଚାତର ଆଗଧାଡ଼ିର କର୍ମୀମାନେ ଯୋଗ ଦେଇଥିବା ବେଳେ କବିସୂର୍ଯ୍ୟନଗର ବିଧାୟକ ପ୍ରତାପଚନ୍ଦ୍ର ନାୟକ ଯୋଗଦେଇ ପ୍ରତ୍ୟେକ ପଞ୍ଚାୟତର ଗ୍ରାମଗୁଡ଼ିକରେ କିପରି ବିକାଶ ହେବ। ଲୋକଙ୍କ ନିକଟତର ହୋଇ ସେମାନଙ୍କ କ’ଣ ମୌଳିକ ଆବଶ୍ୟକତା ରହିଛି ତାହାକୁ ବୁଝି ସମାଧାନ ଦିଗରେ ପଦକ୍ଷେପ ନେବା ସହ ନିର୍ବାଚନ ସମୟରେ ଯେପରି ଏକାଠି ରହି କାର୍ଯ୍ୟ କରୁଥିଲେ ସେପରି ସବୁଦିନ ଏକଠି ହୋଇ ରହି ମୋଦି ସରକାର ଓ ମୋହନ ସରକାରଙ୍କ ଜନହିତକର କାର୍ଯ୍ୟଗୁଡ଼ିକୁ ଲୋକଙ୍କ ନିକଟରେ ପହଞ୍ଚାଇବାକୁ ବିଭିନ୍ନ ପରାମର୍ଶ ଦେଇଥିଲେ। ଏହା ସହ ପୂର୍ବ ବିଜେଡି ସରକାର କରିଥିବା ଘୋଟାଲା ଓ ଦୁର୍ନୀତିମୂଳକ କାର୍ଯ୍ୟର ଫର୍ଦ୍ଦାଫାଶ କରି ଲୋକଲୋଚନକୁ ଆଣିବାକୁ ଆହ୍ବାନ ଦେଇଥିଲେ। ଏଥିରେ ସୀତାରାମ ପାଣିଗ୍ରାହୀ,ପାଣ୍ଡିଆ ମଣ୍ଡଳ ସଭାପତି ଶ୍ରୀକାନ୍ତ ପଣ୍ଡା, ପୂର୍ବତନ ବ୍ଲକ ଅଧ୍ୟକ୍ଷ ସୂର୍ଯ୍ୟନାରାୟଣ ପଣ୍ଡା, ଭୂତସରସିଙ୍ଗି ସରପଞ୍ଚ ମନୋଜ ଦାଶ, ସନ୍ତୋଷ ସେଠୀ, ପବିତ୍ର ସାବତ,ପଦ୍ମଚରଣ ନାୟକ, କିଶୋର ପରିଡ଼ା,ହରପ୍ରସାଦ ମିଶ୍ର ପ୍ରମୁଖ ଯୋଗଦେଇ ଦଳୀୟ ସାଂଗଠନିକ ସୁଦୃଢ଼ କରିରଖିବା ଓ ଜନକଲ୍ୟାଣ ଲାଗି ବିଭିନ୍ନ ପରାମର୍ସମାନଦେଇଥିଲେ। ଏଥିରେ ଶତାଧିକ ଭାଜପା କର୍ମୀ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ କୋଠରିରେ ଚାଲିଛି ୪୭ ବର୍ଷର ବିଦ୍ୟାଳୟ: ଅନୁଦାନ ମିଳୁ ନ ଥିବାରୁ ବଦଳୁନାହିଁ ସ୍ଥିତି

ହାଟଡ଼ିହୀ,୧୧l୯ (ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ କୁଆଡ଼ ପ୍ରାଥମିକ ବିଦ୍ୟାଳୟ ଦୟନୀୟ ଅବସ୍ଥା ଦେଇ ଗତି କରୁଛି। ଗୋଟିଏ ଶ୍ରେଣୀ କକ୍ଷରେ ଶିଶୁ ବାଟିକାରୁ ୫ମ…

ଭାଙ୍ଗିଲା ସବୁ ରେକର୍ଡ: ସବୁଠୁ ଉତ୍ତପ୍ତ ମାସ ସାଜିଲା ଅଗଷ୍ଟ ୨୦୨୬

ନୂଆଦିଲ୍ଲୀ,୧୧।୯(ପି.ଟି.): ‘ଅଗଷ୍ଟ ୨୦୨୬’ ବିଶ୍ୱ ଇତିହାସରେ ସବୁଠାରୁ ଉତ୍ତପ୍ତ ମାସ ଭାବେ ରେକର୍ଡ କରିଛି। ବିଶ୍ୱର ହାରାହାରି ଭୂପୃଷ୍ଠ ବାୟୁ ତାପମାତ୍ରା ୧୬.୯୬ ଡିଗ୍ରୀ ସେଲ୍‌ସିୟସ ରହିବା…

ନନ୍ଦନକାନନରେ କେମିତି କଟୁଛି ଓରଙ୍ଗ୍‌ଉଟାନଙ୍କ ଜୀବନ: କିଏ କଣ୍ଢେଇ ଧରି ଶୋଉଛି ତ ଆଉ କାହାକୁ ଜ୍ୱର, ଦେଖନ୍ତୁ Video

ବାରଙ୍ଗ/ ତ୍ରିଶୁଳିଆ, ୧୧ା୯ (ଲିଙ୍ଗରାଜ ରାଉତ/ ତୁଷାରକାନ୍ତ ବେହରା):ମା’ଠାରୁ ଅଲଗା ହେବା ପରେ ବାଲେଶ୍ୱର ଜିଲା ରଣକଠା ସଂରକ୍ଷିତ ଜଙ୍ଗଲରୁ ଉଦ୍ଧାର ହୋଇ ନନ୍ଦନକାନନକୁ ଆସିଥିବା ୫…

ରତ୍ନଭଣ୍ଡାର ଗଣତି-ମଣତିକୁ ନେଇ ଆଇନ ମନ୍ତ୍ରୀଙ୍କ ବଡ଼ ବୟାନ: ତାଲିକା ସାର୍ବଜନୀନ ହେବନି

ଭୁବନେଶ୍ୱର, ୧୦।୯: ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତି-ମଣତି ଏବଂ ଅଳଙ୍କାର ତାଲିକାଭୁକ୍ତ ପ୍ରକ୍ରିୟାକୁ ନେଇ ରାଜ୍ୟ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଏକ ବଡ଼ ପ୍ରତିକ୍ରିୟା ରଖିଛନ୍ତି। ରତ୍ନଭଣ୍ଡାରରୁ…

ରାଜ୍ୟର ୨ ଉପମୁଖ୍ୟମନ୍ତ୍ରୀ ପଦବୀକୁ ଚ୍ୟାଲେଞ୍ଜ, ଜନସ୍ବାର୍ଥ ମାମଲା ଖାରଜ କଲେ… 

କଟକ,୧୦।୮(କାର୍ତ୍ତିକ ସାହୁ): ଓଡ଼ିଶା ସରକାରଙ୍କ ୨ ଉପମୁଖ୍ୟମନ୍ତ୍ରୀ ପଦବୀର ସାମ୍ବିଧାନିକ ବୈଧତାକୁ ଚ୍ୟାଲେଞ୍ଜ କରି ହାଇକୋର୍ଟରେ ରୁଜୁ ଜନସ୍ବାର୍ଥ ମାମଲାକୁ ହାଇକୋର୍ଟ ଗୁରୁବାର ଖାରଜ କରିଛନ୍ତି। ହାଇକୋର୍ଟ…

ଆଫଗାନିସ୍ତାନ-ଭାରତ ପ୍ରଥମ ମ୍ୟାଚ୍‌କୁ ନେଇ ହଟିଲା ଦ୍ୱନ୍ଦ୍ୱ

ନୂଆଦିଲ୍ଲୀ,୧୦ା୯: ରାଜଧାନୀରେ ବ୍ରିକ୍ସ ସମିଟ କାରଣରୁ ଆସନ୍ତା ୧୩ରେ ଆଫଗାନିସ୍ତାନ ଓ ଭାରତ ମଧ୍ୟରେ ହେବାକୁ ଥିବା ପ୍ରଥମ ଟି୨୦ ମ୍ୟାଚ୍‌କୁ ଦିନକ ପାଇଁ ସ୍ଥଗିତ ରଖାଯିବାର…

BDAର ୩୫ ବର୍ଷରୁ ଊର୍ଦ୍ଧ୍ୱ ଜମି ବିବାଦରେ ପଡ଼ିଲା ପୂର୍ଣ୍ଣଚ୍ଛେଦ, ୨୦୦ ହିତାଧିକାରୀଙ୍କୁ ଆଶ୍ୱସ୍ତି, ଦୂର ହେଲା…

ଭୁବନେଶ୍ୱର,୧୦।୯(ରବିନାରାୟଣ ଜେନା): ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ)ଠାରୁ ଦୀର୍ଘ ୩୫ ବର୍ଷ ତଳେ ପ୍ଲଟେଡ୍‌ ସ୍କିମରେ ନେଇଥିବା ୨୦୦ରୁ ଊର୍ଦ୍ଧ୍ୱ ହିତାଧିକାରୀଙ୍କୁ ଏବେ ଆଶ୍ୱସ୍ତି ମିଳିଛି। ରାଜସ୍ବ ପର୍ଷଦ…

ଅକ୍ଟୋବର ୨ରୁ ଭୁବନେଶ୍ୱରରୁ ବ୍ୟାଙ୍କକ୍‌କୁ ପୁଣି ଉଡ଼ିବ ବିମାନ, ସପ୍ତାହକୁ ଦୁଇଥର…

ଭୁବନେଶ୍ୱର,୧୦ା୯(ବନ୍ଦନା ସେଠୀ) – ଭୁବନେଶ୍ୱରରୁ ଥାଇଲାଣ୍ଡ ରାଜଧାନୀ ବ୍ୟାଙ୍କକ୍‌କୁ ସିଧାସଳଖ ବିମାନ ସେବା ପୁଣି ଆରମ୍ଭ ହେବ। ଅକ୍ଟୋବର ୨ରୁ ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନବନ୍ଦରରୁ ବ୍ୟାଙ୍କକ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri