ସାନପୁଅଙ୍କୁ ସଙ୍ଗଠନ ଦାୟିତ୍ୱ ଦେଲେ ବିଧାୟକ

ଢେଙ୍କାନାଳ ଅଫିସ, ୧୧।୧: ଢେଙ୍କାନାଳ ଜିଲା ପରଜଙ୍ଗ ରାଜନୀତିରେ ନୂଆ ସମୀକରଣ ଦେଖିବାକୁ ମିଳିବ ବୋଲି ଦୀର୍ଘଦିନ ହେଲା ଯେଉଁ ଚର୍ଚ୍ଚା ଚାଲିଥିଲା, ସେଥିରେ ନିଜେ ପୂର୍ଣ୍ଣଚ୍ଛେଦ ପକାଇଛନ୍ତି ବିଧାୟକ ଡା. ନୃସିଂହ ଚରଣ ସାହୁ। ମନ୍ତ୍ରିମଣ୍ଡଳରେ ମନ୍ତ୍ରୀ ରହି ଆସିଥିବା ପୁରୁଖା ବିଜେଡି ନେତା ନୃସିଂହଚରଣ ସାନପୁଅ ଅସିତ୍‌ କୁମାର ରାୟଚୌଧୁରୀଙ୍କୁ ସଙ୍ଗଠନ ଦାୟିତ୍ୱ ଦେଇଛନ୍ତି। ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ବିଧାୟକଙ୍କ ଏଭଳି ନିଷ୍ପତ୍ତି ରାଜ୍ୟ ରାଜନୀତିରେ ଅସିତ୍‌ଙ୍କ ପ୍ରବେଶକୁ ଅଙ୍ଗୁଳି ନିର୍ଦ୍ଦେଶ କରିଛି। ଆଗାମୀ ନିର୍ବାଚନରେ ଯୁବନେତୃତ୍ୱକୁ ବିଜେଡି ଗୁରୁତ୍ୱ ଦେବ ବୋଲି ଘୋଷଣା କରିସାରିଥିବାବେଳେ ସାନପୁଅଙ୍କୁ ସଙ୍ଗଠନର ଦାୟିତ୍ୱ ଅର୍ପଣ କରିବା ରାଜନୈତିକ ରଣନୀତି ବୋଲି ଆଲୋଚନା ହେଉଛି।
ପରଜଙ୍ଗ ମିନି ଷ୍ଟାଡିୟମ୍‌ରେ ମଙ୍ଗଳବାର ନିର୍ବାଚନମଣ୍ଡଳୀସ୍ତରୀୟ ବିଜେଡିର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଥିଲା। ମୁଖ୍ୟ ଅତିଥିଭାବେ ଜିଲା ଦାୟିତ୍ୱରେ ଥିବା ପର୍ଯ୍ୟବେକ୍ଷକ ତଥା ମନ୍ତ୍ରୀ ପ୍ରମିଳା ମଲ୍ଲିକ, ସମ୍ମାନିତ ଅତିଥି କଙ୍କଡ଼ାହାଡ଼ ବ୍ଲକ ଅଧ୍ୟକ୍ଷା ଚାରୁଲତା ମିଶ୍ର, ଜିଲା ପରିଷଦ ଉପସଭାନେତ୍ରୀ ବିଳାସିନୀ ସେଠୀ, ଜିଲା ସାଧାରଣ ସମ୍ପାଦକ ଭୂପେଶ ପ୍ରଧାନ, ପୂର୍ବତନ ବ୍ଲକ ଅଧ୍ୟକ୍ଷ ଅକ୍ଷୟ ବେହେରା, ଜିଲା ପରିଷଦ ସଦସ୍ୟ ରୁନୁ ବର୍ମା, ନିରାକାର ପ୍ରଧାନ, ବ୍ଲକ ଯୁବ ବିଜେଡି ସଭାପତି ସୁବ୍ରତ ଦାସ, ଶ୍ରମିକ ନେତା ଦିଲୀପ ବର୍ମା, ଛାତ୍ର ବିଜେଡି ସଭାପତି ପ୍ରିୟଜିତ୍‌ ସାମଲଙ୍କ ସମେତ ୩,୦୦୦ରୁ ଊର୍ଦ୍ଧ୍ୱ କର୍ମୀ ଉପସ୍ଥିତ ଥିଲେ।
ନିଜ ପ୍ରତିକ୍ରିୟାରେ ବିଧାୟକ କହିଛନ୍ତି, ଅସିତ୍‌ଙ୍କୁ ଯେବେ ଯେଉଁ ଦାୟିତ୍ୱ ଦିଆଯାଇଛି, ସେ ତାହାକୁ ସୁଚାରୁରୂପେ ତୁଲାଇଛନ୍ତି। ଦଳର ୨୬ତମ ପ୍ରତିଷ୍ଠା ଦିବସ ପକ୍ଷ ପାଳନ ଦାୟିତ୍ୱ ମଧ୍ୟ ସେ ନେଇଛନ୍ତି। ଯେହେତୁ କର୍ମୀମାନେ ତାଙ୍କୁ ସମର୍ଥନ କରୁଛନ୍ତି, ତେଣୁ ତାଙ୍କୁ ବିଧିବଦ୍ଧ ଭାବେ ଦାୟିତ୍ୱ ପ୍ରଦାନ କରାଯାଇଛି। ଏଥିରେ କର୍ମୀମାନେ ସହଯୋଗ କରିବାକୁ ବିଧାୟକ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଶ୍ରୀରାମ ନବମୀର ୭୫ ବର୍ଷ ପୂର୍ତ୍ତି ସମାରୋହ, ଯୋଗଦେଲେ ଯୁବ ନେତା ନୀଳମାଧବ ସିଂଦେଓ

ରିଷିଡ଼ା, ୮ା୪ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ତେରେସିଂହା ପଞ୍ଚାୟତ ବିନ୍ଧାଣି ଗ୍ରାମରେ ପବିତ୍ର ରାମନବମୀ ପାଳନର ୭୫ ବର୍ଷ ପୂର୍ତ୍ତି ସମାରୋହ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri