ମେଗା ଜଳ ପ୍ରକଳ୍ପ ସହ ବିସ୍ଥାପନ ପ୍ରସଙ୍ଗ ଉଠାଇଲେ ବିଧାୟକ

ବଇଣ୍ଡା,୩୦ା୭(ପରିକ୍ଷିତ ସାହୁ): ଅନୁଗୋଳ ଜିଲା ଆଠମଲ୍ଲିକ ବିଧାନସଭା ନିର୍ବାଚନମଣ୍ଡଳୀରେ ଥିବା ବିଭିନ୍ନ ସମସ୍ୟା ସମ୍ପର୍କରେ ଚଳିତ ବିଧାନସଭା ଅଧିବେଶନରେ ଆଠମଲ୍ଲିକ ବିଧାୟକ ନଳିନୀକାନ୍ତ ପ୍ରଧାନ ରାଜ୍ୟ ସରକାରଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ବିଧାୟକ ପ୍ରଧାନ ପ୍ରଥମେ ଆଠମଲ୍ଲିକ ଓ କିଶୋରନଗର ବ୍ଲକରେ ବିଶୁଦ୍ଧ ପାନୀୟ ଜଳ ଯୋଗାଣ ପାଇଁ ଓଳଥ ଓ ବାସୁଦେବପୁର ଠାରେ ନିର୍ମାଣ ହେଉଥିବା ମେଗା ଜଳସେଚନ ପ୍ରକଳ୍ପ କେବେ ସମ୍ପୂର୍ଣ୍ଣ ହେବ ସେ ନେଇ ବିଭାଗୀୟ ମନ୍ତ୍ରୀଙ୍କୁ ପ୍ରଶ୍ନ କରିଥିଲେ। ଏହି ପ୍ରକଳ୍ପ କାର୍ଯ୍ୟ ଶୀଘ୍ର ସାରିବା ସହ ଲୋକଙ୍କୁ ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦେବା ପାଇଁ ସେ ଦାବି କରିଥିଲେ। ସେହିପରି ସାତକୋଶିଆ ଅଭୟାରଣ୍ୟ ନିକଟରେ ଥିବା ଟିକରପଡ଼ା, ଗଇଦି, ବେହେରାସାହି, ମଝିପଡ଼ା ଅଞ୍ଚଳବାସୀ ମହାନଦୀ ପାଣି ବ୍ୟବହାର କରୁଥିବା ବେଳେ ସେମାନେ କୁମ୍ଭୀର ଆକ୍ରମଣର ଶିକାର ହେଉଛନ୍ତି। ତେଣୁ ନଦୀର ଉକ୍ତ ଅଞ୍ଚଳକୁ ସରକାରଙ୍କ ପକ୍ଷରୁ ଚି଼ହ୍ନଟ କରାଯାଇ ଲୋକଙ୍କ ପାଇଁ ସୁରକ୍ଷିତ କରିବାକୁ ତାର ବାଡ଼ ଦେବା ପାଇଁ ବିଧାୟକ ଦାବି କରିଥିଲେ। ଏଥିସହ କୁମ୍ଭୀର ଆକ୍ରମଣରେ ପ୍ରାଣ ହରାଇଥିବା ପିଲାଙ୍କ ପରିବାରକୁ ଥଇଥାନ କରିବା ପାଇଁ ସରକାରଙ୍କ ନିକଟରେ ଦାବି କରିଥିଲେ। ସେହିପରି ପୁରୁଣାକୋଟ ପଞ୍ଚାୟତର ଭୃକୃଣ୍ଡି ଗ୍ରାମର ବିସ୍ଥାପନ ପାଇଁ ପୂର୍ବରୁ ପଲ୍ଲୀସଭା, ଗ୍ରାମସଭା କରା ନ ଯାଇ ବିସ୍ଥାପନ କରାଯାଇଛି। ଏଥିପ୍ରତି ଦୃଷ୍ଟି ଦେବାକୁ ବିଧାୟକ ଦୃଷ୍ଟି ଆକର୍ଷଣ କରିଥିଲେ। ବିଧାନସଭାରେ ଅଞ୍ଚଳବାସୀଙ୍କ ସମସ୍ୟା ଉଠାଇ ଥିବାରୁ ବିଧାୟକଙ୍କୁ ବିଭିନ୍ନ ମହଲରେ ସ୍ବାଗତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

ଅନ୍ୟ ଜାତିର ଝିଅକୁ ପ୍ରେମ ବିବାହ ପଡିଲା ମହଙ୍ଗା: ଲଣ୍ଡା ହେଲେ ବର, ଚୁଟି କାଟିଲେ କନ୍ୟା

କୋରାପୁଟ,୨୩।୩(ଅମିତାଭ ବେହେରା ):ଆଧୁନିକ ସଭ୍ୟ ସମାଜରେ ଏବଂ ଡିଜିଟାଲ ଯୁଗରେ ଏବେ ମଧ୍ୟ କୁଳପ୍ରଥା ବଞ୍ଚିଛି । ଏହାର ଏକ ଜ୍ୱଳନ୍ତ ନମୁନା କୋରାପୁଟ ବ୍ଲକ ମାଛରା…

ବୋଟ୍‌ରୁ କାଢ଼ୁଥିଲେ ମାଛ ହଠାତ୍‌ ଟଳିପଡ଼ିଲେ…

ବାଲେଶ୍ୱର,୨୩।୩(ବାଞ୍ଛାନିଧି ଦେ): ବିଷାକ୍ତ ଗ୍ୟାସ ଯୋଗୁ ଦୁଇ ଜଣ ବୋଟ କର୍ମଚାରୀଙ୍କ ମତ୍ୟୁ ଅଭିଯୋଗ ହୋଇଛି। ବାଲେଶ୍ୱର ଜିଲା ବଳରାମଗଡ଼ି ମେରାଇନ ଥାନା ନାଉପାଳଗଡ଼ିରେ ଏଭଳି ଘଟଣା…

ମା’ ବୁଢ଼ୀ ଠାକୁରାଣୀ ମନ୍ଦିର ପ୍ରତିଷ୍ଟା ଉତ୍ସବରେ ଯୋଗଦେଲେ ରାଜ୍ୟ ଶିଶୁ ସୁରକ୍ଷା ଅଧ୍ୟକ୍ଷା

ଗଞ୍ଜାମ,୨୩।୩(ବିଦ୍ୟାଧର ସାହୁ): ରାଜ୍ୟ ଶିଶୁ ସୁରକ୍ଷା ଅଧ୍ୟକ୍ଷା ବବିତା ପାତ୍ର ଗଞ୍ଜାମ ଜଲାର ଗ୍ରସ୍ତ କରି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବା ସହ ନିମନ୍ତ୍ରଣକ୍ରମେ ଗଞ୍ଜାମ ବ୍ଲକ ଅନ୍ତର୍ଗତ…

ମୃତଦେହ ସହିତ ୧୩ ଘଣ୍ଟା ଉଡିଲା ବିମାନ, ହେଲେ ଜରୁରୀକାଳୀନ ଅବତରଣ କଲେନି ପାଇଲଟ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୩।୩: ହଂକଂରୁ ଲଣ୍ଡନ ଯାଉଥିବା ବ୍ରିଟିଶ ଏୟାରୱେଜ ବିମାନ BA32ରେ ଏକ ଏଭଳି ଘଟଣା ଘଟିଛି, ଯାହା ବିମାନ ଚଳାଚଳ ନିୟମ ଏବଂ ମାନବ ସମ୍ବେଦନଶୀଳତା ମଧ୍ୟରେ…

ସମସ୍ୟା କହିଲେ ଲୋକେ: ୧୬୬ ଅଭିଯୋଗ ଶୁଣିଲେ…

ବାଙ୍କୀ,୨୩।୩( ଶୁଭେନ୍ଦୁ ମହାପାତ୍ର ): କଟକ ଜିଲା ଡମପଡା ବ୍ଲକ ଅଧୀନ ଜାତମୁଣ୍ଡିଆ ପଞ୍ଚାୟତ ଭବନଠାରେ ଏକ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର କଟକ ଜିଲାପାଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri