ଶିଳାନ୍ୟାସ ନ କରି ବାଟରୁ ଫେରିଗଲେ ବିଧାୟକ

ମଙ୍ଗୁଳି-ଜଗତପୁର,୯ା୧୧(ମାନସ ସାମଲ):କଟକ ଜିଲା ଟାଙ୍ଗୀ-ଚୌଦ୍ୱାର ବ୍ଲକ ଆଗ୍ରାହାଟ ପଞ୍ଚାୟତ ଅଧୀନ ଯାଜଭୈରବ ନୂଆଗଁାରେ ଯାଜଭୈରବ ଆୟୁଷ୍ମାନ ଆରୋଗ୍ୟ ମନ୍ଦିରର ଶିଳାନ୍ୟାସ କାର୍ଯ୍ୟକ୍ରମ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ହେଲେ ସ୍ଥାନୀୟ ବିଧାୟକ ସୌଭିକ୍‌ ବିଶ୍ୱାଳ ଏହାର ଶିଳାନ୍ୟାସ ନ କରି ବାଟରୁ ଫେରିଯାଇଥିବାବେଳେ ସ୍ଥାନୀୟ ସରପଞ୍ଚ ଓ ସମିତିସଭ୍ୟ ଶିଳାନ୍ୟାସ କରିଛନ୍ତି।
ମିଳିଥିବା ସୂଚନା ଅନୁଯାୟୀ, ଉକ୍ତ ମନ୍ଦିରର ଶିଳାନ୍ୟାସ ପାଇଁ ସମସ୍ତ ପ୍ରସ୍ତୁତି ସରିଥିଲା। ମୁଖ୍ୟ ଅତିଥି ଭାବେ ବିଧାୟକ ବିଶ୍ୱାଳ ଯୋଗଦେଇ ଶିଳାନ୍ୟାସ କରିଥାନ୍ତେ। ହେଲେ ଏହା ପୂର୍ବରୁ କଟକ ଏମ୍‌ପି ଭର୍ତ୍ତୃହରି ମହତାବଙ୍କ କେତେଜଣ ସମର୍ଥକ ସେଠାରେ ପହଞ୍ଚି ପାଟିତୁଣ୍ଡ କରିଥିଲେ। ଆମ ସରକାର ଚାଲିଛି। କିନ୍ତୁ କାହିଁକି ଏମ୍‌ପିଙ୍କୁ ଡକାଯାଇନି। ବିନା ଏମ୍‌ପିରେ ବିଧାୟକଙ୍କ କାମ କ’ଣ ବୋଲି ନାରାବାଜି ଦେବା ସହ ସେଠାରେ ଉପସ୍ଥିତ ଥିବା ମହିଳାମାନଙ୍କୁ ଯଥାଶୀଘ୍ର ଚାଲିଯିବାକୁ କହିଥିଲେ। ଖବରପାଇ ଚୌଦ୍ୱାର ଥାନା ପକ୍ଷରୁ ଏକ ପ୍ଲାଟୁନ୍‌ ପୋଲିସ ଫୋର୍ସ ସେଠାରେ ପହଞ୍ଚିଥିଲା। କାହିଁକି ପାଟିତୁଣ୍ଡ କରୁଛ ବୋଲି ଏମ୍‌ପିଙ୍କ ସମର୍ଥକଙ୍କୁ ପୋଲିସ ପଚାରିଥିଲା। ବିନା ଏମ୍‌ପିରେ ବିଧାୟକ ଆସିଲେ ତାଙ୍କୁ ବାଡେଇବା ପାଇଁ ଏମ୍‌ପି ଆମକୁ କହିଥିବା ସମର୍ଥକମାନେ ପୋଲିସ ଆଗରେ ପ୍ରକାଶ କରିଥିଲେ। ପୋଲିସ କେବଳ ଦେଖଣାହାରି ସାଜିଥିବାବେଳେ ମହିଳାମାନେ ଅସହାୟ ମନେକରି ସେଠାରୁ ପଳାଇଥିଲେ। ପ୍ରାୟ ୨ ଘଣ୍ଟା ପରେ ସ୍ଥାନୀୟ ସରପଞ୍ଚ ଓ ସମିତିସଭ୍ୟ ନଡ଼ିଆ ବାଡ଼େଇ ଶିଳାନ୍ୟାସ କରି ଚାଲିଯାଇଥିଲେ। ଏହି କାର୍ଯ୍ୟକ୍ରମରେ ଯୁବ ସଙ୍ଗଠକ ସାରଦା ରଞ୍ଜନ ପରିଜା, ୱାର୍ଡମେମ୍ବର ପ୍ରମୋଦ ସାମଲ, ବିବେକ ସାମଲଙ୍କ ସମେତ ଗ୍ରାମର ଜନସାଧାରଣ ଉପସ୍ଥିତ ଥିଲେ। ଅପରପକ୍ଷରେ ଏହି ପ୍ରକଳ୍ପ ୪ମାସ ମଧ୍ୟରେ ଶେଷ କରିବାକୁ ନିର୍ଦ୍ଦେଶ ଥିବାବେଳେ ୪୨ ଲକ୍ଷ ଟଙ୍କା ବ୍ୟୟ ଅଟକଳ ରହିଛି। କିନ୍ତୁ କୌଣସି ସୂଚନାଫଳକ ନ ଲଗାଯାଇ କାହିଁକି ଏତେ ବଡ଼ ପ୍ରକଳ୍ପ କରାଯାଉଛି ବୋଲି ସାଧାରଣ ଚର୍ଚ୍ଚା ହେଉଛି। ଏ ନେଇ ଏମ୍‌ପି ଓ ବିଧାୟକଙ୍କ ପ୍ରତିକ୍ରିୟା ମିଳିପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri