ଉନ୍ନୟନ କାର୍ଯ୍ୟର ସମୀକ୍ଷା କଲେ ବିଧାୟକ ସମର୍ପିତ ହୋଇ କାମ କରିବାକୁ ଆହ୍ବାନ

ନୂଆପଡ଼ା,୨୧ା୧ (ମକାରୁ ବେମାଲ): ନୂଆପଡ଼ା ବିଧାନସଭା କ୍ଷେତ୍ର ବିକାଶ ସମିତି ବୈଠକ ସ୍ଥାନୀୟ ସଦ୍‌ଭାବନା ସଭା ଗୃହଠାରେ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ନୂଆପଡ଼ା ବିଧାୟକ ଜୟ ଢୋଲକିଆ ଅଧ୍ୟକ୍ଷତା କରି ସମର୍ପିତ ଭାବରେ ଜନସାଧାରଣଙ୍କୁ ସେବା ଯୋଗାଇଦେବା ପାଇଁ ଅଧିକାରୀମାନଙ୍କୁ ଆହ୍ବାନ ଦେଇଛନ୍ତି। ଜିଲାପାଳ ମଧୁସୂଦନ ଦାଶଙ୍କ ଉପସ୍ଥିତିରେ ବିଧାୟକ ପଞ୍ଚାୟତିରାଜ, ସ୍ବାସ୍ଥ୍ୟ, ଶିକ୍ଷା, ରାସ୍ତା ଓ କୋଠାବାଡ଼ି ବିଭାଗ, ଗ୍ରାମ୍ୟ ବିକାଶ, ପାନୀୟ ଜଳ ଯୋଗାଣ ଓ ପରିମଳ ବିଭାଗ, ଉଠା ଜଳସେଚନ, ଜଳସେଚନ, କ୍ଷୁଦ୍ର ଜଳସେଚନ, ପ୍ରାଣୀ ସମ୍ପଦ ବିଭାଗ କାର୍ଯ୍ୟାବଳୀର ସମୀକ୍ଷା କରିଥିଲେ। ପ୍ରାରମ୍ଭରେ ଜିଲାପାଳ ବିଧାୟକ ଓ ସମସ୍ତ ଅଧିକାରୀଙ୍କୁ ସ୍ବାଗତ କରି ବୈଠକର ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ। ଅଧିକାରୀମାନେ ନିଜ ବିଭାଗର ସଫଳତା ଓ ଭବିଷ୍ୟତ କାର୍ଯ୍ୟଖସଡ଼ା ସମ୍ବନ୍ଧରେ ଅବଗତ କରିଥିଲେ। ମୁଖ୍ୟତଃ ସମସ୍ତ ନିର୍ମାଣ କାର୍ଯ୍ୟର ଅଗ୍ରଗତି ବିଷୟରେ ଯନ୍ତ୍ରୀ ଓ ଅଧିକାରୀମାନଙ୍କ ସହିତ ବିଧାୟକ ସିଧାସଳଖ ଆଲୋଚନା କରିଥିଲେ। ଏହି ଅବସରରେ ବିଧାୟକ ପତୋରା ଡ୍ୟାମ୍‌ରୁ ସ୍ଥାନୀୟ ସିଲଦା ରିଜର୍ଭ କଲୋନୀକୁ ପାନୀୟ ଜଳ ଯୋଗାଣ, ବିଭିନ୍ନ ଗ୍ରାମରେ ଅଧିକ ସଂଖ୍ୟାରେ ନଳକୂପ ଖନନ, ସମସ୍ତ ଅଙ୍ଗନୱାଡ଼ି କେନ୍ଦ୍ର, ବିଦ୍ୟାଳୟକୁ ପାନୀୟ ଜଳ ଯୋଗାଣ ବ୍ୟବସ୍ଥା କରିବାକୁ ସମ୍ପୃକ୍ତ ବିଭାଗକୁ ନିର୍ଦ୍ଦେଶ ଦେଇଥିଲେ। ଯେଉଁ ଗ୍ରାମରେ ମୋବାଇଲ ସିଗ୍‌ନାଲ ନାହିଁ, ସେଠାରେ ନୂତନ ମୋବାଇଲ ଟାୱାର ସ୍ଥାପନ ପାଇଁ ପ୍ରସ୍ତାବ ଦେଇଥିଲେ। ବୈଠକରେ ଅତିରିକ୍ତ ଜିଲାପାଳ ସୁବାସ ଚନ୍ଦ୍ର ରଇତ, ଜିଲା ମୁଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆ, ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡ. ଦ୍ବାରିକାନାଥ ଶତପଥୀ, ନୂଆପଡା ଓ କୋମନା ବିଡିଓ, ସମସ୍ତ ଜିଲାସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ l ଶେଷରେ ଏପିଡି କ୍ଷମାନିଧି ଭୋଇ ଧନ୍ୟବାଦ ଅର୍ପଣ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୨୦ ମାସର ଶିଶୁଙ୍କୁ ଘରୁ ଘୋଷାଡ଼ି ନେଲା କୁକୁର: ଆଉ ତା’ପରେ ଘଟିଲା…

ଶିମ୍‌ଲା,୨୧।୯: ହିମାଚଳ ପ୍ରଦେଶର ରାଜଧାନୀ ଶିମ୍‌ଲାର ଶାଙ୍କଲୀ ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏଠାରେ ଜଣେ ୨୦ ମାସର ଶିଶୁ କନ୍ୟା ଉପରେ ଦୁଇଟି…

ଶନିଙ୍କ ଚାଲିବ ଦିଗ ବଦଳ: ୨୦୨୭ରେ କାହା ଉପରେ ଚଢ଼ିବ ସାଢେସାତୀ? କେଉଁ ରାଶି ପାଇବେ ମୁକ୍ତି, ପଢନ୍ତୁ…

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କ ସାଢେସାତୀକୁ ଏକ କଠିନ ସମୟ ଭାବେ ବିବେଚନା କରାଯାଏ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ଏହି ସମୟରେ ବ୍ୟକ୍ତିଙ୍କୁ ସ୍ବାସ୍ଥ୍ୟ, ବ୍ୟବସାୟ, ଚାକିରି…

ଯୁବକଙ୍କୁ ମୃତ ଘୋଷଣା କଲେ ଡାକ୍ତର; ଜୀବନ ବଞ୍ଚାଇବାକୁ ମେଡିକାଲରେ ଝଡ଼ାଫୁଙ୍କା କଲେ ଗୁଣିଆ, ତାପରେ…!

ଆନନ୍ଦପୁର,୨୧।୯(ସୁଶାନ୍ତ କୁମାର ସାହୁ ): ପୁଣି ଥରେ ଅନ୍ଧବିଶ୍ୱାସର ମାୟାଜାଲରେ ସଭ୍ୟ ସମାଜ । ବିଜ୍ଞାନ ଏତେ ଆଗେଇ ଯାଇଥିଲେ ମଧ୍ୟ ଆଜି ବି ଲୋକଙ୍କ ମନରୁ…

୧୨ ବର୍ଷ ପରେ ସିଂହ ରାଶିରେ ଘଟୁଛି ଅଦ୍ଭୁତ ଘଟଣା: ୨୦୨୭ ଯାଏ ୩ ରାଶି ପାଇଁ ସୁବର୍ଣ୍ଣ ସମୟ, ମାଲାମାଲ ସହ ନୂଆ ଚାକିରି…

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଆସନ୍ତା ୩୧ ଅକ୍ଟୋବର ୨୦୨୬ରେ ଗୁରୁ ଗ୍ରହ ଏକ ବଡ଼ ରାଶି ପରିବର୍ତ୍ତନ କରିବେ। ଦିନ ୧୨ଟା ୦୧ ମିନିଟରେ ଗୁରୁ…

ବଡ଼ ଭୁଲ୍‌ କରିଦେଲେ ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ: ବିସ୍ଫୋରକ ବ୍ୟାଟିଂ କରୁଥିବାବେଳେ…

ନୂଆଦିଲ୍ଲୀ,୨୧।୯: ଅଷ୍ଟ୍ରେଲିଆ ଅଣ୍ଡର-୧୯ ବିପକ୍ଷ ମ୍ୟାଚ୍‌ରେ ଭାରତୀୟ ଯୁବ ବ୍ୟାଟର ତଥା ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ ଆର୍ଯ୍ୟବୀର ସେହ୍ବାଗ ନିଜ ବ୍ୟାଟିଂରେ ପୁଣିଥରେ ପ୍ରଭାବିତ କରିଛନ୍ତି। ଓପନର…

ବିଳମ୍ବିତ ରାତିରେ ନିଖୋଜ ହୋଇଗଲା ମତ୍ସ୍ୟଜୀବୀଙ୍କ ଡ଼ଙ୍ଗା, ଆଉ ତା’ପରେ…

ଛତ୍ରପୁର,୨୧।୯(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ମେରାଇନ ଥାନା ଅନ୍ତର୍ଗତ ଆର୍ଯ୍ୟପଲ୍ଲୀ ଫିସେରୀ ଜେଟିରୁ ଏକ ମତ୍ସ୍ୟଜୀବୀଙ୍କ ଡଙ୍ଗା ନିଖୋଜ ହୋଇଯାଇଥିବା ଖବର ସାମନାକୁ ଆସିଛି। ମେରାଇନ…

ମୋବାଇଲ ଝାମ୍ପି ଫେରାର ବେଳେ ଦୁର୍ଘଟଣା, ୨ ଯୁବକଙ୍କୁ କାବୁ କଲେ ସ୍ଥାନୀୟ ଲୋକେ

ଜୟପୁର,୨୧।୯(ପବନ ପାଣିଗ୍ରାହୀ): ଦିନ ଦଶଟା ବେଳେ ପଞ୍ଚାନନ ମନ୍ଦିର ଛକରୁ ମହିଳା ଶ୍ରମିକଙ୍କ ମୋବାଇଲ ଛଡାଇ ଫେରାର ହେଉଥିଲେ । ହେଲେ ସେହି ସମୟରେ ଏକ ସଡ଼କ…

ଉଚ୍ଚ ଦରମାରେ ଚାକିରି ସୁଯୋଗ ଆଣିଛି SBI, ଜାଣନ୍ତୁ କେମିତି କରିବେ ଆବେଦନ, ଶେଷ ତାରିଖ ରହିଛି…

ନୂଆଦିଲ୍ଲୀ,୨୦ା୯: ଆଜିକାଲି ସମସ୍ତେ ଭଲ ଦରମା ପାଇବା ପାଇଁ ଗୋଟିଏ ଭଲ ଚାକିରି ଖୋଜୁଛନ୍ତି। ଦେଶର ସବୁଠାରୁ ବଡ଼ ବ୍ୟାଙ୍କ ଷ୍ଟେଟ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ’ (SBI)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?