୫୮ ବର୍ଷରେ ମାଟ୍ରିକ ପରୀକ୍ଷା ଦେଲେ ବିଧାୟକ

ଫୁଲବାଣୀ ଅଫିସ,୨୯ା୪: ମନରେ ପାଠ ପଢ଼ିବାର ଇଚ୍ଛା ଥିଲେ ବୟସ କେବେ ବି ବାଧକ ସାଜେନା। ଏହାର ଏକ ଉଦାହରଣ ପାଲଟିଛନ୍ତି ଫୁଲବାଣୀ ବିଧାୟକ ଅଙ୍ଗଦ କହଁର। ୫୮ ବର୍ଷ ବୟସରେ ସେ ମାଟ୍ରିକ ପରୀକ୍ଷା ଦେଇଛନ୍ତି। ଯାହାକୁ ନେଇ ସମଗ୍ର ଜିଲାରେ ଚର୍ଚ୍ଚା।

ସୂଚନାଯୋଗ୍ୟ, ଆଜି ରାଜ୍ୟରେ ମାଟ୍ରିକ ପରୀକ୍ଷା ଆରମ୍ଭ ହୋଇଛି। ଫୁଲବାଣୀର ରୁଜାଙ୍ଗି ଉଚ୍ଚ ବିଦ୍ୟାଳୟ ସମ୍ମୁଖରେ ଛାତ୍ରୀଛାତ୍ରଙ୍କ ସହ ଲାଇନ୍‌ରେ ଧୋତି ପିନ୍ଧି ଠିଆ ହୋଇଥିଲେ ବିଧାୟକ।

ରାଜ୍ୟ ମୁକ୍ତ ବିଶ୍ୱବିଦ୍ୟାଳୟ ଅଧୀନରେ ବିଧାୟକ ପରୀକ୍ଷା ଦେଇଛନ୍ତି। ତାଙ୍କ ସହିତ ତାଙ୍କର ବନ୍ଧୁ ତଥା ଲୁଇସିଂ ପଞ୍ଚାୟତର ସୁଦର୍ଶନ କହଁର ମଧ୍ୟ ଏହି ବୋର୍ଡ ପରୀକ୍ଷା ଦେଇଛନ୍ତି। ପରିଣତ ବୟସରେ ପହଞ୍ଚିଥିବା ବିଧାୟକ ଏବଂ ତାଙ୍କ ସରପଞ୍ଚ ବନ୍ଧୁ ଏହି ପରୀକ୍ଷା ଦେଉଥିବାରୁ ସାଧାରଣରେ ଚର୍ଚ୍ଚା ପାଲଟିଛି।

ବିଧାୟକ କହିଛନ୍ତି, ପାରିବାରିକ ସମସ୍ୟା ଯୋଗୁ ସେ ଛାତ୍ର ସମୟରେ ପରୀକ୍ଷା ଦେଇ ପାରି ନ ଥିଲେ। ବର୍ତ୍ତମାନ ଏହି ପରୀକ୍ଷା ଦେଉଛନ୍ତି। ବିଦ୍ୟା ଗ୍ରହଣର କୌଣସି ଅନ୍ତଃ ବା ଶେଷ ନ ଥାଏ। ବୟସ ବି ବାଧକ ନ ଥାଏ। ତେଣୁ କୌଣସି ସଙ୍କୋଚ ନ କରି ଆଜି ସେ ଏହି ମାଟ୍ରିକ ପରୀକ୍ଷା ଦେଇଛନ୍ତି।

ସେହିପରି ରୁଜାଙ୍ଗି ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ କହିଛନ୍ତି, ଆଜି ପରୀକ୍ଷାର ପ୍ରଥମ ଦିନରେ ଇଂରାଜୀ ପରୀକ୍ଷା ହୋଇଛି। ଅନ୍ୟ ଛାତ୍ରୀଛାତ୍ରଙ୍କ ପରି ବିଧାୟକ ମଧ୍ୟ ଜଣେ ଛାତ୍ର। ତେଣୁ ଅନ୍ୟ ଛାତ୍ରୀଛାତ୍ର ଯେଭଳି ପରୀକ୍ଷା ଦେଉଛନ୍ତି ସେ ମଧ୍ୟ ଦେଉଛନ୍ତି। ଏଥିପାଇଁ କୌଣସି ଅନୁକମ୍ପା ଦେଖାଇବାର ପ୍ରଶ୍ନ ଉଠୁନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବିପଦସଙ୍କୁଳ ଶ୍ରେଣୀଗୃହ, ମୁହଁ ମୋଡୁଛନ୍ତି ଛାତ୍ରୀଛାତ୍ର

ଭବାନୀପାଟଣା,୨୦ା୮(ଉତ୍ତମ କୁମାର ଦାଶ):ଓଡ଼ିଶା ମାନବାଧିକାର କମିଶନ (ଓଏଚ୍‌ଆର୍‌ସି) ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ୨୦୧୪ରେ ରାଜ୍ୟର ସମସ୍ତ ଅସୁରକ୍ଷିତ ଓ ପରିତ୍ୟକ୍ତ ସ୍କୁଲ କୋଠା ଚିହ୍ନଟ…

ଘରେ ଶୋଇଥିଲେ ଟିକେଶ୍ୱର, କାମୁଡ଼ିଲା ସାପ: ରାତିଅଧରେ ଏମିତି କାମ କରିବାରୁ ଘଟିଲା…

ଦେବଗଡ,୨୦।୮(ଶଶାଙ୍କ ଶେଖର ଝାଙ୍କର): ସାପ କାମୁଡାରେ ଦେବଗଡ ଥାନା ତଥା ବାରକୋଟ ବ୍ଲକ କଂଟାପାଲି ଗ୍ରାମ ପଞ୍ଚାୟତର ଟୁସୁଳା ଗ୍ରାମର ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି…

୨୦ଟଙ୍କା ଲାଞ୍ଚ ପାଇଁ ୩୦ ବର୍ଷର ଆଇନଗତ ଲଢ଼େଇ

ନୂଆଦିଲ୍ଲୀ, ୨୦।୮: ମାତ୍ର ୨୦ଟଙ୍କା ଲାଞ୍ଚ ମାମଲାରେ ୩ ଦଶନ୍ଧି ଧରି ଚାଳିଥିବା ଆଇନଗତ ଲଢ଼େଇର ଅନ୍ତ ଘଟିଛି। ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ ଉଜ୍ଜଳ ଭୂୟାଁ ଏବଂ…

୨୮ରେ ରାଜ୍ୟ କ୍ୟାବିନେଟ୍‌: ୭ ପ୍ରସ୍ତାବକୁ ମିଳିପାରେ ଅନୁମୋଦନ

ଭୁବନେଶ୍ୱର,୨୦।୮(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୨୮ତାରିଖରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଏ ସଂକ୍ରାନ୍ତରେ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ମନ୍ତ୍ରିମଣ୍ଡଳର ସଦସ୍ୟମାନଙ୍କୁ…

ଆଉ ଏକ ଲଘୁଚାପ: ୨୨ରୁ ପୁଣି ବର୍ଷା, ୧୫ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର,୧୯ା୮(ସୌମ୍ୟରଞ୍ଜନ ରାଉତ) – ପଛକୁ ପଛ ଲଘୁଚାପ ଯୋଗୁ ପ୍ରବଳ ବର୍ଷା ହେବାରୁ ରାଜ୍ୟରେ ବନ୍ୟା ଦୁର୍ଦ୍ଦଶା ବଢ଼ି ଚାଲିଛି। ଏପରି ସ୍ଥିତିରେ ଆସୁଛି ଆଉ ଏକ…

ଜାତୀୟ ରାଜପଥରେ ପିକ୍‌ଅପ୍‌ ଭ୍ୟାନ୍‌ ଅଟକାଇ ଲୁଟ୍‌ ଘଟଣାର ପର୍ଦ୍ଦାଫାଶ: ଜେଲ ଗଲେ ୩ ଅଭିଯୁକ୍ତ,୪ ନାବାଳକ…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ପାଟପୁର ପୋଲିସ ଏକ ବଡ଼ଧରଣର ଡକାୟତି ଘଟଣାର ପର୍ଦ୍ଦାଫାସ କରିଛି। ବ୍ରହ୍ମପୁର-ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ମାର୍ଥାପୁର ନିକଟରେ ପିକ୍‌ଅପ୍‌ ଭ୍ୟାନ୍‌…

ରାଜ୍ୟର ଅଧିକାର ଛଡ଼ାଇ ନେବ ଏମ୍‌ଏମ୍‌ଡିଆର୍‌ ବିଲ୍‌: ଚେତାଇଲେ ନବୀନ, BJPକୁ ଟାର୍ଗେଟ୍ କରି…

ଭୁବନେଶ୍ୱର,୧୯।୮(ସୁନିତ୍‌ ମିଶ୍ର): ୨୦୦୦ ମସିହାରେ ଯେତେବେଳେ ବିଜେଡି ଶାସନ କ୍ଷମତାକୁ ଆସିଲା, ସେତେବେଳକୁ ଓଡ଼ିଶାର ଅର୍ଥନୀତି ବହୁ ଖରାପ ଅବସ୍ଥାରେ ଥିଲା। ସରକାର ଓଭରଡ୍ରାଫ୍ଟ ଉପରେ ନିର୍ଭର…

Facebookରେ ଲାଇଭ୍‌ ଆସିଲେ,ବେକରେ ରଶି ଲଗାଇ ଝୁଲି ପଡ଼ିଲେ…ସ୍ତ୍ରୀଙ୍କ ସହ ବିବାଦ ପରେ…

ବରେଲୀ,୧୯।୮: ଉତ୍ତରପ୍ରଦେଶର ବରେଲୀ ଜିଲାରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ପାରିବାରିକ ବିବାଦକୁ କେନ୍ଦ୍ର କରି ଜଣେ ଯୁବକ ଫେସବୁକ୍‌ରେ ଲାଇଭ୍ ଆସି ଆତ୍ମହତ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri