ମଇଦାନକୁ ଯିବା ପୂର୍ବରୁ ବରିଷ୍ଠଙ୍କ ଆଶୀର୍ବାଦ ନେଲେ ବିଧାୟକ

ପାଟଣା,୩୦ା୩(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବିଧାୟକ ଜଗନ୍ନାଥ ନାଏକଙ୍କୁ ପୁନର୍ବାର ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ୨୦୨୪ ନିର୍ବାଚନ ପାଇଁ ପାଟଣା ବିଧାନସଭା କ୍ଷେତ୍ର ପାଇଁ ଦଳୀୟ ପ୍ରାର୍ଥୀ ଭାବେ ଘୋଷଣା କରିବା ପରେ ଶନିବାର ପାଟଣା ବ୍ଲକ ଟାଙ୍ଗରପଡ଼ା ସନା ଆମ୍ବତୋଟାରେ ନିର୍ବାଚନ ମଣ୍ଡଳୀସ୍ତରୀୟ ବିଜେଡି ନେତା ଓ କର୍ମୀମାନେ ବିଧାୟକଙ୍କୁ ଭବ୍ୟ ସମ୍ବର୍ଦ୍ଧନା ପ୍ରଦାନ କରିଛନ୍ତି। ପ୍ରଥମେ ସଭା ଆରମ୍ଭରେ କେନ୍ଦୁଝରର ଆରାଧ୍ୟ ଦେବୀ ମା’ ତାରିଣୀ ଓ ବିଜୁ ପଟ୍ଟନାୟକଙ୍କ ଫଟୋରେ ପୁଷ୍ପ ଓ ଧୂପଦୀପ ପ୍ରଦାନ ପରେ ବିଧାୟକ ଜଗନ୍ନାଥ ବରିଷ୍ଠ ବିଜେଡି ନେତାଙ୍କ ଆଶୀର୍ବାଦ ଭିକ୍ଷା କରିବା ସହ କର୍ମୀମାନଙ୍କୁ ସହ ବୁଲି ବୁଲି ହାତ ମିଳାଇବା ସହ ଭାବ ବିନିମୟ କରିଥିଲେ। ଏହା ପରେ ବିଭିନ୍ନ ଛାମୁଆ ସଂଗଠନ ତରଫରୁ ବିଧାୟକଙ୍କୁ ବଡବଡ଼ ପୁଷ୍ପ ହାର ଓ ପୁଷ୍ପଗୁଛ ପ୍ରଦାନ କରାଯାଇଥିଲା। କାର୍ଯ୍ୟକ୍ରମରେ ବରିଷ୍ଠ ବିଜେଡି ନେତା କାନନ ବିହାରୀ ପୋହି, ଭବାନୀ ଶଙ୍କର ନାୟକ, ପାଟଣା ବ୍ଲକ ଅଧ୍ୟକ୍ଷା ସୁକାନ୍ତି ନାଏକ, ସାହାରପଡ଼ା ବ୍ଲକ ଅଧ୍ୟକ୍ଷା ରୀନା ନାଏକ , ୨୧ ଜୋନ ଜିଲା ପରିଷଦ ପ୍ରଫୁଲ୍ଲ ଚନ୍ଦ୍ର ନାୟକ,୨୩ର ରୁନୁ ମହନ୍ତ, ୨୨ ସୌଭାଗ୍ୟ ମଞ୍ଜରୀ ନାୟକ, ୨୯ର ବୁଦ୍ଧଦେବ ମହାକୁଡ଼, ୩୦ର ଚମ୍ପାବତୀ ଟୁଡୁ,ପାଟଣା ବ୍ଲକ ବିଜେଡି ସଭାପତି ମାଧବାନନ୍ଦ ପୃଷ୍ଟି, ସାହାରପଡ଼ା ବ୍ଲକ ବିଜେଡି ସଭାପତି ଦିଲ୍ଲୀପ କୁମାର ସାହୁ, ବିଜେଡି ଜିଲା ସାଧାରଣ ସମ୍ପାଦକ ପ୍ରଶାନ୍ତ ଭଞ୍ଜ, ବରିଷ୍ଠ ନେତା ମିତ୍ରଭାନୁ ମହନ୍ତ, ବିଶ୍ୱନାଥ ନାୟକ, ଦୀପକ ରାଜ, ଅଜୟ ପଟ୍ଟନାୟକ, ପ୍ରମୋଦ କୁମାର ଭଞ୍ଜ, ମହେନ୍ଦ୍ର ସାହୁ , ମହିଳା ନେତ୍ରୀ ବିନତୀ ବାନାରା, ଭାମାମଣି ଦାସ, ଅନିତା କୁସୁ ମାଳିଆ ପ୍ରମୁଖ ଯୋଗ ଦେଇ ପୁନର୍ବାର ପାଟଣା ନିର୍ବାଚନ ମଣ୍ଡଳୀରୁ ଜଗନ୍ନାଥ ନାଏକଙ୍କୁ ବିଜୟୀ କରିବା ସହ ଷଷ୍ଠଥର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ମୁଖ୍ୟମନ୍ତ୍ରୀ କରିବାକୁ ଉପସ୍ଥିତ ନେତା ଓ କର୍ମୀଙ୍କୁ ଆହ୍ବାନ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ: ଏହି ତାରିଖ ଯାଏ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜାତୀୟ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ…

ଗଞ୍ଜାମରେ ଜୋରଦାର ଧରପକଡ: ୩ ଦିନରେ ଗାଡି ଚାଳକଙ୍କଠୁ ଆଦାୟ ହେଲାଣି ୩୯ ଲକ୍ଷରୁ ଅଧିକ ଜରିମାନା

ଛତ୍ରପୁର,୨୩।୩ (ଦିଲ୍ଲୀପ ସାମଲ): ଏଣିକି ବେପରୁଆଓ ନିୟମ ଉଲ୍ଲଙ୍ଘନ କରୁଥିବା ଗାଡି ଚାଳକଙ୍କୁ ସାବାଡ କରାଯିବ । ସଡ଼କ ଦୁର୍ଘଟଣା ଓ ମୃତ୍ୟୁସଂଖ୍ୟା ହ୍ରାସ ଲକ୍ଷ୍ୟରେ ସ୍ବତନ୍ତ୍ର…

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri