ସେପ୍ଟେମ୍ବର ୨ରୁ ବିଧାୟକ ଷ୍ଟଡି ଟୁର୍‌ରେ ଯିବେ

ଭୁବନେଶ୍ୱର,୧୧।୮(ବ୍ୟୁରୋ): ବିଧାନସଭା ସଚିବାଳୟ ପରିସରରେ ବୁଧବାର ସଦାଚାର କମିଟିର ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ କମିଟିର ଅଧ୍ୟକ୍ଷ ବରିଷ୍ଠ ବିଧାୟକ ଅମର ପ୍ରସାଦ ଶତପଥୀ ଅଧ୍ୟକ୍ଷତା କରିଥିଲେ। ଏଥିରେ ବିଭିନ୍ନ ଦିଗ ଉପରେ ଆଲୋଚନା କରାଯାଇ ପରବର୍ତ୍ତୀ କାର୍ଯ୍ୟପନ୍ଥା ନିର୍ଦ୍ଧାରଣ କରାଯାଇଥିଲା। ବୈଠକ ସମ୍ପର୍କରେ ସୂଚନା ଦେଇ ଶତପଥୀ କହିଛନ୍ତି, ଏହି ବୈଠକରେ ସମ୍ପ୍ରତି ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ରାଜ୍ୟର ସମସ୍ତ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ପ୍ରମୁଖ ସଚିବ ଏବଂ ସଚିବ, ଜିଲାପାଳ ଓ ଜିଲା ଏସ୍‌ପିମାନଙ୍କୁ ବୁକ୍‌ ସର୍କୁଲାଟ-୪୭ର ଦୃଢ଼ ଅନୁପାଳନ ପାଇଁ ଯେଉଁ ଚିଠି ଲେଖାଯାଇଛି ସେଥିପାଇଁ ସାଧୁବାଦ ପ୍ରଦାନ କରାଯାଇଥିଲା। ସେହିପରି ବିଧାନସଭା ନିବେଦନ କମିଟି ବୈଠକ ବିଧାୟକ ଡ. ପ୍ରମୋଦ ମଲ୍ଲିକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ବିଭିନ୍ନ ଦିଗ ଉପରେ ପୁଙ୍ଖନାପୁଙ୍ଖ ଆଲୋଚନା ହୋଇଛି ବୋଲି କମିଟି ଅଧ୍ୟକ୍ଷ ଡ. ମଲ୍ଲିକ ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ବୈଠକରେ ଆଗାମୀ ସେପ୍ଟେମ୍ବେର ୨ରୁ ୧୧ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ବାହାରକୁ ଏକ ଷ୍ଟଡି ଟୁର୍‌ରେ ବିଧାୟକମାନେ ଯିବେ। ଏ ନେଇ କମିଟିର ସଦସ୍ୟମାନଙ୍କୁ ଅବଗତ କରାଯାଇଛି। ଯେଉଁମାନେ ଷ୍ଟଡି ଟୁରରେ ଯିବା ପାଇଁ ଆଗ୍ରହୀ ସେମାନେ କମିଟିକୁ ଅବଗତ କରାଇବେ।


Enter your email to get our daily news in your inbox.

All Right Reserved By Dharitri.Com

୧୩ରେ ଲଘୁଚାପ: ପାଣିପାଗ ବିଭାଗ କହିଲା ଏହାର ଗତିବିଧି…

ଭୁବନେଶ୍ୱର,୧୨।୧୦ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଆସନ୍ତା ୧୩ ଅକ୍ଟୋବର ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ତେବେ ଅନୁକୂଳ ପାଣିପାଗ ଓ ସାମୁଦ୍ରିକ ପରିସ୍ଥିତି…

କେଶୁରାରେ ସିରିଜ୍‌ ଦୁର୍ଘଟଣା ନୁହେଁ, ସିସିଟିଭି ଫୁଟେଜରୁ ସାମ୍ନାକୁ ଆସିଲା ସାଂଘାତିକ ସତ, ଫିଲ୍ମ ଷ୍ଟାଇଲ୍‌ରେ…

ଭୁବନେଶ୍ୱର,୧୨ା୧୦: ରାଜଧାନୀର କେଶୁରା ଅଞ୍ଚଳରେ ଘଟିଥିବା ସିରିଜ ଦୁର୍ଘଟଣାରେ ଆସିଛି ନୂଆ ଟୁଇଷ୍ଟ୍‌। ସିସିଟିଭି ଫୁଟେଜରୁ ସାମ୍ନାକୁ ଆସିଛି ସାଙ୍ଘାତିକ ସତ। ପ୍ରଥମେ ଏହାକୁ ସିରିଜ୍‌ ଦୁର୍ଘଟଣା…

Odisha SIR Voter List Row: ୩ ଦିନରେ ୩୩,୫୧୫ ଫର୍ମ-୬ ଆବେଦନପତ୍ର ଗ୍ରହଣ

ଭୁବନେଶ୍ୱର,୧୧ା୧୦(ସୁନିତ୍‌ ମିଶ୍ର): ଭାରତର ନିର୍ୱାଚନ ଆୟୋଗ (ଇସିଆଇ)ଙ୍କ ନିର୍ଦ୍ଦେଶକ୍ରମେ ଓଡ଼ିଶାର ଭୋଟର ତାଲିକାରେ ନାମ ସାମିଲକରିବା ଉଦ୍ଦେଶ୍ୟରେ ଗତ ୭ରୁ ୯ ତାରିଖ ଯାଏ ରାଜ୍ୟବ୍ୟାପୀ ଏକ…

ଛାତ୍ର ସଂସଦ ନିର୍ବାଚନକୁ ନେଇ ରେଭେନ୍‌ଶାରେ ଉତ୍ତେଜନା

କଟକ,୧୧ା୧୦(କାର୍ତ୍ତିକ ସାହୁ): ଛାତ୍ର ସଂସଦ ନିର୍ୱାଚନ ପାଇଁ ଏଆଇଡିଏସ୍‌ଓ ସଭାପତି ପ୍ରାର୍ଥୀଙ୍କ ପ୍ରାର୍ଥିପତ୍ର ଖାରଜ ଘଟଣାକୁ ନେଇ ରେଭେନ୍‌ଶା ବିଶ୍ୱବିଦ୍ୟାଳୟରେ ଉତ୍ତେଜନା ପ୍ରକାଶ ପାଇଛି। ପ୍ରାର୍ଥିପତ୍ର ଖାରଜକୁ…

ଗରମ ଗୁଳୁଗୁଳି ସହ ଝଡ଼ବର୍ଷା, ଆଜି ୧୩ ଜିଲାକୁ ୟେଲୋ ଓ୍ୱାର୍ନିଂ

ଭୁବନେଶ୍ୱର,୧୧ା୧୦(ବନ୍ଦନା ସେଠୀ): ରାଜ୍ୟରେ ଏବେ ମୌସୁମୀ ଫେରିବା ପ୍ରକ୍ରିୟା ଜାରି ରହିଥିବାବେଳେ ଓଡ଼ିଶା ଦେଇ ଏକ ଟ୍ରଫ୍‌ ଲାଇନ୍‌ (ମୌସୁମୀ ରେଖା) ବଙ୍ଗୋପସାଗର ପର୍ଯ୍ୟନ୍ତ ବ୍ୟାପିଛି। ଫଳରେ…

ଘୂର୍ଣ୍ଣିବଳୟ ସକ୍ରିୟ: ଏହିସବୁ ଜିଲାରେ ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୧୦ା୧୦(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ସକ୍ରିୟ ରହିଛି।…

‘ଭାଜପା ସରକାର ଅଢ଼େଇ ବର୍ଷରେ ଓଡ଼ିଶା ଛବିକୁ ମଳିନ କରିସାରିଲେଣି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ବିଜେଡି ସବୁବେଳେ ସେବା ଓ ବିକାଶରେ ବିଶ୍ୱାସ କରେ। ବିଜେଡି ସରକାର ସମୟରେ ଦ୍ରୁତ ବିକାଶ ପାଇଁ ଓଡ଼ିଶା ସାରା ଦେଶରେ ଏକ…

‘ଏବିଭିପି ପ୍ରାର୍ଥୀଙ୍କୁ ଜିତାଇବାକୁ ସରକାରୀସ୍ତରରେ ଯୋଜନା ଚାଲିଛି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ଛାତ୍ର ସଂସଦ ନିର୍ବାଚନରେ ଏବିଭିପି ପ୍ରାର୍ଥୀଙ୍କୁ ଜିତାଇବା ପାଇଁ ସରକାରୀ ସ୍ତରରେ ଯୋଜନା ଚାଲିଛି। ଭାଜପା ବିଧାୟକ, ମନ୍ତ୍ରୀ କଲେଜ ଅଧ୍ୟକ୍ଷ, ଅଧ୍ୟାପକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?