ଗଞ୍ଜାମ କଲେଜ ନାମରେ ଜମି ରେକର୍ଡଭୁକ୍ତ କରିବାକୁ ବିଧାୟକଙ୍କ ଦାବି

ଗଞ୍ଜାମ,୩ା୧୨(ଡି.ଏନ୍‌.ଏ.): ବିଧାନସଭା ଅଧିବେଶନରେ ୫୦ବର୍ଷର ଗଞ୍ଜାମ ମହାବିଦ୍ୟାଳୟର ନିଜସ୍ବ ଜମି ନ ଥିବା ନେଇ ପ୍ରଶ୍ନ କରିଥିଲେ ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା l ବିଭିନ୍ନ କିସମ ଓ ବିଭିନ୍ନ ବିଭାଗର ଜମି ଉପରେ କଲେଜ ନିର୍ମାଣ ହୋଇଥିବା ବେଳେ ଏଯାବତ୍‌ ମହାବିଦ୍ୟାଳୟ ନାମରେ ରେକର୍ଡ ଭୁକ୍ତ ନିମନ୍ତେ କ’ଣ ପଦକ୍ଷେପ ନିଆଯାଇଛି ବିଭାଗୀୟ ମନ୍ତ୍ରୀଙ୍କୁ ପ୍ରଶ୍ନ କରିଥିଲେ। ଗଞ୍ଜାମ ମହାବିଦ୍ୟାଳୟ ଏ ୬.୬୧୬ ଡେସିମିଲି ଜମିରେ ଅବସ୍ଥିତ l ତନ୍ମଧ୍ୟରୁ ଏ ୧.୮୦୦ ଡେସିମିଲି ସରକାରୀ ଜମି ଏବଂ ଏ୩.୫୫୮ ଡେସିମିଲି ଏବଂ ବେସରକାରୀ ଜମି ଏବଂ ଏ ୧.୨୫୮ ଡେସିମିଲି ପୂର୍ବତଟ ରେଳବାଇ ଜମି ରହିଛି l ନିୟମ ଅନୁଯାୟୀ ମହାବିଦ୍ୟାଳୟ ନାମରେ ରେକର୍ଡ ଭୁକ୍ତ କରାଯିବା ପାଇଁ ଖୁବ୍‌ ପଦକ୍ଷେପ ନିଆଯାଉଛି ବୋଲି ରାଜସ୍ବ ଓ ବିପର୍ଯ୍ୟୟ ମନ୍ତ୍ରୀ ସୁଦାମ ମାରାଣ୍ଡି ଉତ୍ତର ରଖିଥିବା ବିଧାୟକଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି l


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ଗୁଡାରି ଏନଏସିକୁ ମିଳିବ ୨ କୋଟି ଟଙ୍କାର ପୁରସ୍କାର

ଗୁଡାରି,୨୪/୮(ପ୍ରମୋଦ କୁମାର ପତି): ଆସନ୍ତା ଅଗଷ୍ଟ ୩୧ ତାରିଖରେ ସ୍ବାୟତ୍ତ ଶାସନ ଦିବସ ପାଳନ ସମାରୋହରେ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ(OUAT), ଭୁବନେଶ୍ୱରର ‘କୃଷି ଶିକ୍ଷା…

ନିଖୋଜ ନାବାଳିକା ଉଦ୍ଧାର: ସିଡ଼ବ୍ଲ୍ୟୁସିରେ ହାଜର କଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଜଣେ ୧୫ ବର୍ଷୀୟା ନାବାଳିକା ଗତ ଜୁଲାଇ ୪ ତାରିଖରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିଲେ।…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ପ୍ରଧାନଶିକ୍ଷକ ଭାବେ ନିଯୁକ୍ତି ପାଇଲେ ୫୭ ଶିକ୍ଷକ: ଦୀର୍ଘ ଅପେକ୍ଷାର ଘଟିଲା ଅନ୍ତ

ହାଟଡିହୀ/ଛେନାପଦୀ,୨୪l୮(ଶୁଭକାନ୍ତ ନାୟକ/ନିରାକାର ପରିଡା):କେନ୍ଦୁଝର ଜିଲା ହାଟଡିହୀ ଶିକ୍ଷା ଜିଲାର ୫୭ ଜଣ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକଙ୍କୁ ପ୍ରଧାନଶିକ୍ଷକ ଭାବେ ନିଯୁକ୍ତି ପତ୍ର ପ୍ରଦାନ କରାଯାଇଛି l…

ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ: ୨୪ ଘଣ୍ଟାରେ ଦାବି ପୂରଣ ନ ହେଲେ…

ଝାରବନ୍ଧ,୨୪।୮(ଦେବେନ୍ଦ୍ର ସାହୁ): ଧାନ ବିକ୍ରି ପାଇଁ ଆଟ କିସମ ଜମି ପଞ୍ଜିକରଣ ହେଉ ନ ଥିବାରୁ ଚାଷୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି l ଆଟ କିସମକୁ ପଞ୍ଜିକରଣ କରା…

ଶ୍ମଶାନରେ ଚାରାରୋପଣ: ପରିବେଶ ସୁରକ୍ଷା ପାଇଁ ଆଗେଇ ଆସିଲେ ଭାଜପା ଭୀଷ୍ମଗିରି ମଣ୍ଡଳ କମିଟି

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଭୀଷ୍ମଗିରି ଗ୍ରାମ ଶ୍ମଶାନରେ ସୋମବାର ଭାଜପା ଭୀଷ୍ମଗିରି ମଣ୍ଡଳ କମିଟି ପକ୍ଷରୁ ଚାରାରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri