ଶପଥ କରାଇ ଭୋଟ ମାଗିଲେ ବିଧାୟକଙ୍କ ପୁଅ

ମାଲକାନଗିରି,୧୮ା୨(ଡି.ଏନ୍‌.ଏ.): ଗଣତନ୍ତ୍ରିକ ରାଷ୍ଟ୍ରରେ ଭୋଟ ଦେବାର ଅଧିକାର ସମସ୍ତଙ୍କର ରହିଛି। ଜଣେ ଭୋଟର କୌଣସି ଚାପ କିମ୍ବା ଅର୍ଥ ଲୋଭର ବଶବର୍ତ୍ତୀ ନ ହୋଇ ନିଜ ଇଚ୍ଛାରେ ମନପସନ୍ଦର ପ୍ରାର୍ଥୀଙ୍କୁ ଭୋଟ ଦେବା ତାଙ୍କ ଅଧିକାର ରୂପେ ସ୍ବୀକୃତ କରାଯାଇଛି। ଯଦି କେହି ଭୋଟରଙ୍କ ଉପରେ ଚାପ ପ୍ରୟୋଗ କରେ ତା’ହେଲେ ଜେଲଦଣ୍ଡ ଭୋଗିବା ଭଳି କଡ଼ା ନିୟମ ରହିଛି। ଏହା ସତ୍ତ୍ୱେ ଏହି ନିୟମକୁ ନିର୍ବାଚନରେ ଖୋଲାଖୋଲି ଉଲ୍ଲଂଘନ କରାଯାଉଛି। ଚଳିତ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ଏପରି ଏକ ଚିତ୍ର ଏବେ ପଦାକୁ ଆସିଛି। ଚିତ୍ରକୋଣ୍ଡା ବିଧାୟକଙ୍କ ପୁଅ ମହେଶ ବାକା ଏହି ଆଇନର ଉଲ୍ଲଂଘନ କରି ତାଙ୍କୁ ଭୋଟ ଦେବାକୁ ଭୋଟରଙ୍କୁ ଶପଥପାଠ କରାଉଥିବା ଅଭିଯୋଗ ହୋଇଛି।
ଖବରରୁ ଜଣାପଡ଼ିଛି ଖଇରପୁଟ ବ୍ଲକ ବଡ଼ଡୁରାଲ ପଞ୍ଚାୟତର ସରପଞ୍ଚ ପ୍ରାର୍ଥୀ ଭିକାରି କିର୍ସାନୀ ଓ ଅନ୍ୟ କେତେଜଣ ପ୍ରାର୍ଥୀଙ୍କୁ ଭୋଟ ଦେବାପାଇଁ ଜଙ୍ଗଲ ମଧ୍ୟରେ ମେଳି କରାଇ ବିଧାୟକଙ୍କ ପୁଅ ଶପଥ କରାଇଛନ୍ତି। ଯଦି ଏଥିରେ ସେମାନେ ଖିଲାପ କରନ୍ତି ଭଗବାନଙ୍କ ନିକଟରେ ଦଣ୍ଡିତ ହେବେ ବୋଲି ଲୋକଙ୍କୁ ଭୟଭୀତ କରାଇଛନ୍ତି। ଶୁକ୍ରବାର ଖଇରପୁଟ ବ୍ଲକରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ହେବାକୁ ଥିବାବେଳେ ନିର୍ବାଚନର କିଛି ଘଣ୍ଟା ପୂର୍ବରୁ ଏପରି ଶପଥପାଠ କାର୍ଯ୍ୟକ୍ରମ ନେଇ ବିଭିନ୍ନ ମହଲରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ଘଟଣାକୁ ନେଇ ବିରୋଧୀ ରାଜନୈତିକ ଦଳ ଏହାକୁ ଅସ୍ତ୍ର କରିବାକୁ ସୁଯୋଗ ପାଇଛନ୍ତି। ଏ ସଂକ୍ରାନ୍ତରେ ଖଇରପୁଟ ବିଡିଓ ତଥା ବ୍ଲକ ନିର୍ବାଚନ ଅଧିକାରୀ ହୃଦାନନ୍ଦ ସାହୁଙ୍କୁ ପଚାରିବାରୁ ଘଟଣା ସମ୍ପର୍କରେ ତଦନ୍ତ କରାଯିବ। ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ ହେଉଥିବା ପ୍ରମାଣିତ ହେଲେ ଆଇନ ଅନୁଯାୟୀ ସମ୍ପୃକ୍ତ ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସାହୁ କହିଥିଲେ। ଏ ସମ୍ପର୍କରେ କଂଗ୍ରେସ ଜିଲା ସଭାପତି ଗୋବିନ୍ଦ ପାତ୍ରଙ୍କୁ ପଚାରିବାରୁ ସେ କହିଲେ, ଶାସକ ଦଳ ନିଜର ବାହୁବଳ ଓ ଅର୍ଥବଳ ପ୍ରୟୋଗକରି ନିର୍ବାଚନ ବୈତରଣୀ ପାରହେବାକୁ ଚେଷ୍ଟା କରୁଛି। ଦଳ ହାରିଯିବା ଭୟ ଥିବାରୁ ଭଗବାନଙ୍କ ଆଶ୍ରୟ ନେଇ ଏପରି ଶପଥ ପାଠ କରାଉଛନ୍ତି ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାଣି ଫ୍ୟାକ୍ଟେରୀରେ କରେଣ୍ଟ ଝଟକା, ଜୀବନ ସହ ଲଢ଼ୁଛନ୍ତି ଶ୍ରମିକ: ଗେଟ୍‌ରେ ଗଣଧାରଣା

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଚାଞ୍ଚେର ପଞ୍ଚାୟତ ଅଧୀନ ଏନ୍‌ଏଚ୍‌-୨୬ ପାର୍ଶ୍ୱରେ ଅବସ୍ଥିତ ଏକ ପାଣି ପାଉଚ୍‌ ଫ୍ୟାକ୍ଟେରୀରେ ଅଭାବନୀୟ ଘଟଣା…

କିଏ ପିନ୍ଧିପାରିବେ କଣ୍ଠି ମାଳା? ଜାଣିରଖନ୍ତୁ ତୁଳସୀ ମାଳା ପିନ୍ଧିବାର ନିୟମ, ନହେଲେ ଭୋଗିବେ…

ସନାତନ ଧର୍ମରେ ତୁଳସୀ ଗଛକୁ କେବଳ ଏକ ସାଧାରଣ ଉଦ୍ଭିଦ ନୁହେଁ ବରଂ ପବିତ୍ର ଓ ପୂଜନୀୟ ଦେବୀର ଆଖ୍ୟା ଦିଆଯାଇଛି । ଶାସ୍ତ୍ର ଅନୁସାରେ ତୁଳସୀ…

ଶିକ୍ଷୟତ୍ରୀଙ୍କୁ ପାଦ ଛୁଇଁ ପ୍ରଣାମ କଲେ ବିଡିଓ, ଭାବବିହୋଳ ହୋଇ କହିଲେ ମୋର ଶିକ୍ଷକ ସମାଜ ପ୍ରତି ଯଥେଷ୍ଟ ସମ୍ମାନ ରହିଛି

ଦାରିଙ୍ଗବାଡ଼ି, ୬।୯ (ଅରୁଣ ସାହୁ): ସେପ୍ଟେମ୍ବର ୫ ତାରିଖରେ ରବିବାର ଗୁରୁଦିବସ ପାଳିତ ହୋଇଥିବା ଅବସରରେ ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସିଠାରେ ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା…

ସୂର୍ଯ୍ୟ-ଶନିଙ୍କ ଷଡାଷ୍ଟକ ଯୋଗରେ ୫ ରାଶି ପାଇଁ ଅଶୁଭ! କ୍ୟାରିୟରରୁ ଟଙ୍କା କମାଇବା ଯାଏ ପଡିବ ଖରାପ ପ୍ରଭାବ

ଆଜି ସେପ୍ଟେମ୍ୱର ୬ ତାରିଖ ଭୋର ୪ଟା ୧୫ ମିନଟରେ ସୂର୍ଯ୍ୟ ଏବଂ ଶନି ଉଭୟ ପରସ୍ପରଠାରୁ ୧୫୦ ଡିଗ୍ରୀ ଦୂରତାରେ ଥିଲେ। ଏହି ଦୁଇ ଗ୍ରହଙ୍କ…

ନଳିନୀଙ୍କ ହାତରେ କେସିଙ୍ଗା ବିଜେଡିର ମଙ୍ଗ: ଗୁରୁଦାୟିତ୍ୱ ଦଲେ ନବୀନ

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ (ବିଜେଡି)ର ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ବିଜେଡିର ବରିଷ୍ଠ ଉପସଭାପତି ଦେବୀ ପ୍ରସାଦ…

Featured Video Play Icon

ପ୍ରେଗନେନ୍ସି ପରେ କାହିଁକି ବଢ଼େ ଅଣ୍ଟା ବିନ୍ଧା ?

  Why does lower back pain increase after pregnancy? ୮ରୁ ୧୦ ଘଣ୍ଟା ଅଫିସରେ ବସି କାମ କଲେ ବି ହେବନି ବ୍ୟାକ୍ ପେନ୍…

ରାସ୍ତା ଭାଙ୍ଗୁଛି ବାହାଘର: ମୌଳିକ ସୁବିଧାରୁ ବଞ୍ଚତ୍ତ କୁଆଡ଼ବାସୀ

ହାଟଡିହୀ,୬।୯(ଶୁଭକାନ୍ତ ନାୟକ):: ସ୍ବାଧୀନତାର ୮୦ ବର୍ଷ ପରେ ବି ଗାଁକୁ ଭଲ ରାସ୍ତା ନାହିଁ। ରାସ୍ତା ଯୋଗୁ ଗ୍ରାମବାସୀ ବହୁ ସମସ୍ୟାର ସମ୍ମୁଖୀନ ହେଉଥିବା ବେଳେ ମୁଖ୍ୟତଃ…

କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର! ୩% ବଢ଼ିଲା DA

ନୂଆଦିଲ୍ଲୀ,୬ା୯: ପ୍ରାୟ ୫୪ ହଜାର କର୍ମଚାରୀଙ୍କ ପାଇଁ ଆସିଛି ବଡ଼ ଖୁସି ଖବର। କେନ୍ଦ୍ର ସରକାରଙ୍କ ଇସ୍ପାତ ମନ୍ତ୍ରଣାଳୟ ଅଧୀନରେ ଥିବା ଷ୍ଟିଲ୍ ଅଥରିଟି ଅଫ୍ ଇଣ୍ଡିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri