ଅଂଶୁଘାତ ମୁକାବିଲାରେ ମୋବାଇଲ ଆପ୍‌ କରିବ ସଚେତନ

ଛତ୍ରପୁର,୨୮ା୨(ସନ୍ତୋଷ ପାଢ଼ୀ/ଦିଲ୍ଲୀପ ସାମଲ): ଗ୍ରୀଷ୍ମର ପ୍ରକୋପ ଧୀରେ ଧୀରେ ବଢ଼ି ଚାଲିଥିବା ବେଳେ ଗ୍ରୀଷ୍ମ ପ୍ରବାହର ଉପଯୁକ୍ତ ମୁକାବିଲା ଓ ପରିଚାଳନା ନିମନ୍ତେ ଆଜି ଗଞ୍ଜାମ ଜିଲାରେ ଓଡ଼ିଶା ବିପର୍ଯୟ ପରିଚାଳନା କର୍ତ୍ତୃପକ୍ଷଙ୍କ ସହାୟତାରେ ଏକ ଜିଲାସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ଦିବ୍ୟଜୋତି ପରିଡ଼ାଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିଲା। ଜଳାଭାବ ଅଞ୍ଚଳ ଚିହ୍ନଟକରଣ କରି ଉପଯୁକ୍ତ ପଦକ୍ଷେପ ଗ୍ରହଣ କରିବାକୁ ବିଭାଗୀୟ ଅଧିକାରୀମାନଙ୍କୁ ପରାମର୍ଶ ଦେଇଥିଲେ। ସେହିପରି ଗ୍ରୀଷ୍ମପ୍ରବାହ ମୁକାବିଲା ସମ୍ପର୍କରେ ସୂଚନା ପ୍ରଦାନ ନିମନ୍ତେ ସ୍ବତନ୍ତ୍ର ଭାବେ ପ୍ରସ୍ତୁତ କରାଯାଇଥିବା ସତର୍କ ମୋବାଇଲ ଆପ୍‌ ସମ୍ବଦ୍ଧରେ କିଭଳି ଅଧିକରୁ ଅଧିକ ଲୋକ ଜାଣିପାରିବେ ସେ ନେଇ ବୈଠକରେ ଆଲୋଚନା ହୋଇଥିଲା। ଗଣମାଧ୍ୟମ ଓ ସାମାଜିକ ଗଣମାଧ୍ୟମରେ ଏହା ଉପରେ ବ୍ୟାପକ ସଚେତନତା ସୃଷ୍ଟି କରିବାକୁ ଗୁରୁତ୍ୱ ଦିଆଯାଇଥିଲା ଗ୍ରୀଷ୍ମପ୍ରବାହ ଯୋଗୁ ମନୁଷ୍ୟ ଶରୀରରେ ବିଭିନ୍ନ ସ୍ବାସ୍ଥ୍ୟଗତ ସମସ୍ୟା ଦେଖା ଦେବା ସହିତ ଗୃହପାଳିତ ପଶୁ ଏବଂ ଚାଷବାସ ଉପରେ ମଧ୍ୟ ଏହାର କୁପ୍ରଭାବ ପଡ଼ିଥାଏ। ଅଂଶୁଘାତରେ ଜୀବନହାନି ମଧ୍ୟ ହୋଇଥାଏ, ତେଣୁ ଏହାର ସଠିକ ମୁକାବିଲା ଏବଂ ଅଂଶୁଘାତରୁ ରକ୍ଷା ପାଇବାର ଉପାୟ ସମ୍ପର୍କରେ ଆଜିର ଅଧିକାରୀମାନଙ୍କୁ ବିସ୍ତୃତ ଭାବେ ବୁଝାଯାଇଥିଲା।